୧ ଥେସଲନୀକୀୟ 5:9 - ପବିତ୍ର ବାଇବଲ9 ଯେହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କ କ୍ରୋଧର ବିଷୟ ହେବା ପାଇଁ ବାଛି ନାହାନ୍ତି। ବରଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ମୁକ୍ତି ପାଇବା ପାଇଁ ପରମେଶ୍ୱର ଆମ୍ଭକୁ ବାଛିଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)9 କାରଣ ଈଶ୍ଵର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି; Faic an caibideilଓଡିଆ ବାଇବେଲ9 କାରଣ ଈଶ୍ୱର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)9 ଈଶ୍ୱର ଆମ୍ଭମାନଙ୍କୁ ତାଙ୍କ କ୍ରୋଧର ପାତ୍ର ହେବାକୁ ମନୋନୀତ କରି ନାହାନ୍ତି; ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟବର୍ତ୍ତିତାରେ ଆମକୁ ପରିତ୍ରାଣ କରିବା ପାଇଁ ସ୍ଥିର କରିଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଈଶ୍ବର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି। Faic an caibideil |
କିନ୍ତୁ ମୋତେ ଅନୁଗ୍ରହ ମିଳିଲା। ମୋତେ ଅନୁଗ୍ରହ ଦିଆଗଲା, ଯାହାଦ୍ୱାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମୋ’ ପ୍ରତି ଅସୀମ ଧୈର୍ଯ୍ୟ ଦେଖାଇଛନ୍ତି। ମୋ’ ଭଳି ବଡ଼ ପାପୀ ପ୍ରତି ସେ ଧୈର୍ଯ୍ୟଶୀଳତା ଦେଖାଇଲେ। ଯେଉଁମାନେ ତାହାଙ୍କୁ ବିଶ୍ୱାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସେମାନଙ୍କ ପାଇଁ ମୁଁ ଯେପରି ଆଦର୍ଶ ସ୍ୱରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଗ୍ଭହିଁଲେ।
କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟଦ୍ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।