Biblia Todo Logo
Bìoball air-loidhne

- Sanasan -




୧ ତୀମଥି 3:14 - ପବିତ୍ର ବାଇବଲ

14 ମୁଁ ତୁମ୍ଭ ପାଖକୁ ଶୀଘ୍ର ଯିବି ବୋଲି ଆଶା କରେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି;

Faic an caibideil Dèan lethbhreac

ଓଡିଆ ବାଇବେଲ

14 ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

14 ଏହି ପତ୍ର ଲେଖିବା ସମୟରେ, ଶୀଘ୍ର ତୁମକୁ ଦେଖି ଆସିବା ପାଇଁ ମୁଁ ଆଶା କରୁଛି,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି;

Faic an caibideil Dèan lethbhreac




୧ ତୀମଥି 3:14
11 Iomraidhean Croise  

ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘରେ ଖାଇଦେବା ଉଚିତ୍, ଯଦ୍ଦ୍ୱାରା ପ୍ରଭୁଭୋଜ ସଭାରେ ତୁମ୍ଭମାନଙ୍କ ଆଚରଣ ହେତୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବ ନାହିଁ। ମୁଁ ଯେବେ ଆସିବି, ଅବଶିଷ୍ଟ ବିଷୟରେ କ’ଣ କରିବାକୁ ହେବ କହିବି।


ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଥିଲୁ। ମୁଁ ପାଉଲ ନିଜେ କେତେ ଥର ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଶୟତାନ ଆମ୍ଭକୁ ବାଧା ଦେଇଛି।


ଯେଉଁ ଲୋକମାନେ ଭଲ ଭାବରେ ସେବା କରନ୍ତି, ସେମାନେ ନିଜ ପାଇଁ ସମ୍ମାନଜନକ ସ୍ଥାନ ଅଧିକାର କରନ୍ତି ଏବଂ ସେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ବିଶ୍ୱାସ ସମ୍ପର୍କରେ ଦୃଢ଼ ନିଶ୍ଚୟତା ବୋଧ ପାଆନ୍ତି।


କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତେବେ ମଧ୍ୟ ତୁମ୍ଭେମାନେ ଜାଣି ପାରିବ ଯେ ପରମେଶ୍ୱରଙ୍କ ପରିବାରରେ ଲୋକମାନେ କ’ଣ କ’ଣ କରିବା ଅବଶ୍ୟକ। ସେହି ପରିବାର ଜୀବିତ ପରମେଶ୍ୱରଙ୍କର ମଣ୍ଡଳୀ ଅଟେ। ପରମେଶ୍ୱରଙ୍କ ମଣ୍ଡଳୀ ସତ୍ୟର ଅବଲମ୍ବନ କରେ ଓ ମୂଳଦୁଆ ଅଟେ।


ଲୋକମାନଙ୍କ ନିକଟରେ ଶାସ୍ତ୍ର ପଢ଼ି ଶୁଣାଇବା ଜାରି ରଖ। ବଳ (ଆତ୍ମିକ) ଓ ବୃଦ୍ଧି ପାଇବାକୁ ସେମାନଙ୍କୁ ସାହାଯ୍ୟ କର। ସେମାନଙ୍କୁ ଉପଦେଶ ଦେବା କାର୍ଯ୍ୟ ଜାରି ରଖ ଏବଂ ମୁଁ ଆସିବା ପର୍ଯ୍ୟନ୍ତ ଏପରି କରୁଥାଅ।


ମୋ’ ରହିବା ପାଇଁ ଗୋଟିଏ ବଖରା ମଧ୍ୟ ପ୍ରସ୍ତୁତ କର। ମୁଁ ଆଶାକରେ ଯେ ପରମେଶ୍ୱର ତୁମ୍ଭ ପ୍ରାର୍ଥନା ଶୁଣିବେ ଓ ମୁଁ ତୁମ୍ଭ ପାଖକୁ ଯିବାକୁ ସମର୍ଥ ହୋଇ ପାରିବି।


ଆମ୍ଭ ଭାଇ ତୀମଥି ବନ୍ଦୀଗୃହରୁ ମୁକ୍ତ ହୋଇ ଅଛନ୍ତି, ଏହା ତୁମ୍ଭେମାନେ ଜାଣ ବୋଲି ମୋର ଇଚ୍ଛା। ଯଦି ସେ ମୋ’ ପାଖକୁ ଶୀଘ୍ର ଆସନ୍ତି, ତା'ହେଲେ ଆମ୍ଭେ ଦୁହେଁ ତୁମ୍ଭମାନଙ୍କୁ ଦେଖା କରିବାକୁ ଆସିବୁ।


ମୋର ତୁମ୍ଭକୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ ମୁଁ କାଗଜ ଏବଂ କଲମରେ ତାହା ଲେଖୁ ନାହିଁ। ତାହା ବଦଳରେ ମୁଁ ତୁମ୍ଭକୁ ସାକ୍ଷାତ କରିବାକୁ ଆଶା କରୁଛି, ତେବେ ଆମ୍ଭେ ମୁହାଁମୁହିଁ ହୋଇ କଥାବାର୍ତ୍ତା ହୋଇପାରିବା। ତାହା ଆମ୍ଭକୁ ଅତିଶୟ ଆନନ୍ଦିତ କରିବ।


ମୋର ତୁମ୍ଭ ସହିତ ଶୀଘ୍ର ଦେଖା ହେବ ବୋଲି ଆଶା କରୁଛି। ସେତେବେଳେ ଆମ୍ଭେ ଏକାଠି ହୋଇ କଥା ହେବା।


Lean sinn:

Sanasan


Sanasan