୧ ତୀମଥି 3:16 - ପବିତ୍ର ବାଇବଲ16 ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ଈଶ୍ଵରପରାୟଣତାର ନିଗୂଢ଼ ତତ୍ତ୍ଵ ଯେ ମହତ୍, ଏହା ସମସ୍ତେ ସ୍ଵୀକାର କରନ୍ତି। ତାହା ଏହି, ସେ ଦେହବ; ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ଵାରା ଦେଖାଗଲେ,, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ଵାସପାତ୍ର ହେଲେଜ, ଗୌରବରେ ଗୃହୀତ ହେଲେ।। Faic an caibideilଓଡିଆ ବାଇବେଲ16 ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି । ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ । Faic an caibideilପବିତ୍ର ବାଇବଲ (CL) NT (BSI)16 ଆମ ଧର୍ମବିଶ୍ୱାସର ଏହି ମହାରହସ୍ୟ କେହି ଅସ୍ୱୀକାର କରିପାରିବେ ନାହିଁ: ମାନବ ଦେହ ଧରି ସେ ଅବତୀର୍ଣ୍ଣ ହେଲେ, ସ୍ୱର୍ଗଦୂତମାନଙ୍କ ସାକ୍ଷାତରେ ପରମାତ୍ମାଙ୍କ ସମର୍ଥନ ଲାଭ କଲେ, ସମସ୍ତ ଜାତିମାନଙ୍କ ମଧ୍ୟରେ ତାଙ୍କ ବାର୍ତ୍ତା ପ୍ରଚାରିତ ହେଲା, ପୃଥିବୀର ସର୍ବତ୍ର ସେ ବିଶ୍ୱାସଭାଜନ ହୋଇ ସଗୌରବେ ସ୍ୱର୍ଗକୁ ଉତ୍ଥାପିତ ହେଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ। Faic an caibideil |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।
ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।
ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟଦ୍ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।