Biblia Todo Logo
Bìoball air-loidhne

- Sanasan -




୧ ତୀମଥି 5:16 - ପବିତ୍ର ବାଇବଲ

16 ଯଦି ଜଣେ ବିଶ୍ୱାସୀ ସ୍ତ୍ରୀଲୋକର ପରିବାରରେ ବିଧବାମାନେ ଅଛନ୍ତି, ତା'ହେଲେ ସେମାନଙ୍କର ସେ ନିଜେ ଯତ୍ନ ନେବା ଦରକାର। ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ୍ ନୁହେଁ। ତା'ପରେ ମଣ୍ଡଳୀ କେବଳ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନେବାରେ ସକ୍ଷମ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଯଦି କୌଣସି ବିଶ୍ଵାସିନୀ ମହିଳାଙ୍କ ଗୃହରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ମୋଚନ କରନ୍ତୁ, ଆଉ ମଣ୍ତଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ତଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ମୋଚନ କରି ପାରେ।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ , ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରି ପାରେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

16 ଆଉ ଥରେ କହି ରଖୁଛି, ଖ୍ରୀଷ୍ଟବିଶ୍ୱାସୀ ଭଉଣୀମାନେ, ନିଜ ପରିବାରରେ ଥିବା ବିଧବାମାନଙ୍କ ଭରଣପୋଷଣ ଭାର ନିଜେ ବହନ କରନ୍ତୁ। ଯେପରି ମଣ୍ଡଳୀ ଏମାନଙ୍କ ଲାଗି ଅଯଥା ଭାରଗ୍ରସ୍ତ ନ ହୋଇ, ନିରାଶ୍ରୟ ବିଧବାମାନଙ୍କର ଯତ୍ନ ନେବାକୁ ସମର୍ଥ ହେବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ, ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରିପାରେ।

Faic an caibideil Dèan lethbhreac




୧ ତୀମଥି 5:16
4 Iomraidhean Croise  

ସେ ଜୀବନରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ୱରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟ କରିବା ଓ ନିଜ ଜୀବନରେ ସମସ୍ତ ପ୍ରକାରର ଭଲ କାମ କରିବା।


ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନେବା ଜଣେ ଲୋକର କର୍ତ୍ତବ୍ୟ ଅଟେ। ଏପରିକି ଆଉ ମଧ୍ୟ ସେ ନିଜ ପରିବାରର ଯତ୍ନ ନେବା ଅଧିକ ଗୁରୁତ୍ୱପୂର୍ଣ୍ଣ। ଯଦି ଜଣେ ଲୋକ ସେହିପରି କରୁ ନାହିଁ, ତା'ହେଲେ ସେ ଲୋକ ସତ୍ୟ ବିଶ୍ୱାସକୁ ଅନୁସରଣ କରୁ ନାହିଁ। ସେହି ଲୋକ ଜଣେ ଅବିଶ୍ୱାସୀଠାରୁ ମଧ୍ୟ ଖରାପ।


ବିଧବା ତାଲିକା (ସେବାକାର୍ଯ୍ୟରେ) ଆହୁରି ମଧ୍ୟ ଯୋଗ କରାଯାଇପାରେ ଯେ ସେ ନିଶ୍ଚିତରୂପେ ଷାଠିଏ ବର୍ଷ ବା ତା'ଠାରୁ ଅଧିକ ବୟସର ହୋଇଥିବେ। ସେ କେବଳ ସ୍ୱାମୀର ବିଶ୍ୱସ୍ତ ହୋଇଥିବେ।


Lean sinn:

Sanasan


Sanasan