୧ ତୀମଥି 5:22 - ପବିତ୍ର ବାଇବଲ22 ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା'ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ। Faic an caibideilପବିତ୍ର ବାଇବଲ (Re-edited) - (BSI)22 ଅକସ୍ମାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ଵା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ସାଧୁ କରି ରଖ। Faic an caibideilଓଡିଆ ବାଇବେଲ22 ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ । Faic an caibideilପବିତ୍ର ବାଇବଲ (CL) NT (BSI)22 ତରବର ହୋଇ ହସ୍ତାର୍ପଣ ଦ୍ୱାରା ଈଶ୍ୱରଙ୍କ କାର୍ଯ୍ୟ ପାଇଁ କାହାକୁ ନିଯୁକ୍ତ କର ନାହିଁ। ଅନ୍ୟମାନଙ୍କ ପାପରେ ନିଜକୁ ଲିପ୍ତ କର ନାହିଁ। ତୁମେ ନିଜକୁ ସମ୍ପୂର୍ଣ୍ଣ ପବିତ୍ର ରଖ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ। Faic an caibideil |
ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।
ମୁଁ ଜାଣେ ଯେ ତୁମ୍ଭଠାରେ ସେହି ସମାନ ବିଶ୍ୱାସ ଅଛି। ସେଥିପାଇଁ ମୁଁ କୁହେ ଯେ ପରମେଶ୍ୱର ତୁମ୍ଭକୁ ଦେଇଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତେବେଳେ ମୁଁ ମୋର ହାତଦ୍ୱୟ ତୁମ୍ଭ ଉପରେ ରଖିଲି, ସେତେବେଳେ ପରମେଶ୍ୱର ସେହି ଅନୁଗ୍ରହଦାନ ତୁମ୍ଭକୁ ଦେଇଥିଲେ। ମୁଁ ଗ୍ଭହେଁ ଯେ ତୁମ୍ଭେ ସେହି ଅନୁଗ୍ରହ ଦାନକୁ ବ୍ୟବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନିଶିଖା ଏକ ଜ୍ୱାଳାରେ ପରିବର୍ତ୍ତିତ ହୁଏ।