୨ ପିତର 1:3 - ପବିତ୍ର ବାଇବଲ3 ଯୀଶୁଙ୍କଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ୱରଙ୍କୁ ସେବା କରିବା ପାଇଁ ଯାହାକିଛି ଦରକାର ସେ ସବୁ ଆପଣା ଶକ୍ତିରେ ଆମ୍ଭକୁ ଦେଇଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତାରେ ଆମ୍ଭମାନଙ୍କୁ ଡାକିଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଯେ ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ଵାରା ତାହାଙ୍କ ଐଶ୍ଵରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି। Faic an caibideilଓଡିଆ ବାଇବେଲ3 ଯେ ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ୱରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି । Faic an caibideilପବିତ୍ର ବାଇବଲ (CL) NT (BSI)3 ଯଥାର୍ଥଭାବେ ଧାର୍ମିକ ଜୀବନ କାଟିବା ପାଇଁ ଆମର ଯାହା କିଛି ଆବଶ୍ୟକ, ତାହା ଈଶ୍ୱର ନିଜ ଐଶ୍ୱରିକ ଶକ୍ତିରେ ଆମକୁ ଦାନ କରିଛନ୍ତି। ଯେ ନିଜ ମମହିମା ଓ ଧାର୍ମିକତାରେ ଅଂଶୀ ହେବା ପାଇଁ ଆମକୁ ଆହ୍ୱାନ କରିଛନ୍ତି, ତାଙ୍କୁ ଜାଣିବା ଦ୍ୱରା ଆମେ ଏହି ଦାନ ପାଇଛୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଈଶ୍ବର ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି। Faic an caibideil |
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର।
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।