Biblia Todo Logo
Bìoball air-loidhne

- Sanasan -




୨ ପିତର 1:7 - ପବିତ୍ର ବାଇବଲ

7 ପରମେଶ୍ୱରଙ୍କ ସେବାରେ ଖ୍ରୀଷ୍ଟ ଭାଇ ଓ ଭଉଣୀମାନଙ୍କ ପ୍ରତି ଦୟାଭାବ, ଓ ଏହି ଦୟାରେ ପ୍ରେମକୁ ଯୋଗ କର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଧର୍ମପରାୟଣତା ସହିତ ଭ୍ରାତୃସ୍ନେହ, ପୁଣି ଭ୍ରାତୃସ୍ନେହ ସହିତ ପ୍ରେମ ଯୋଗ କର।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଧର୍ମପରାୟଣତା ସହିତ ଭ୍ରାତୃସ୍ନେହ, ପୁଣି, ଭ୍ରାତୃସ୍ନେହ ସହିତ ପ୍ରେମ ଯୋଗ କର ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

7 ଈଶ୍ୱରପରାୟଣତା ସହିତ ଭ୍ରାତୃ ସ୍ନେହ ଓ ଭ୍ରାତୃ ସ୍ନେହ ସହିତ ପ୍ରେମ ଯୋଗ କରିବାକୁ ଆପ୍ରାଣ ଉଦ୍ୟମ କର।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।

Faic an caibideil Dèan lethbhreac




୨ ପିତର 1:7
15 Iomraidhean Croise  

ଭଲ କାର୍ଯ୍ୟରେ ଜଡ଼ିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ରେମ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଗ୍ଭହଁ, ତା'ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ।


ତେଣୁ ଯେତେବେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁଯୋଗ ପାଉ, ଆମ୍ଭେ ଅବଶ୍ୟ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ୱାସୀ ଅଟନ୍ତି, ସେମାନଙ୍କ ପ୍ରତି ଆମ୍ଭକୁ ବିଶେଷ ଧ୍ୟାନ ଦେବାକୁ ପଡ଼ିବ।


ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ୟ ବିଷୟ ହେଲା, ପରସ୍ପରକୁ ପ୍ରେମ କରିବା। ପ୍ରେମ ତୁମ୍ଭମାନଙ୍କୁ ଏକତାରେ ଏକାଠି ବାନ୍ଧି ରଖେ।


ତୁମ୍ଭମାନଙ୍କର ପ୍ରେମ ବୃଦ୍ଧି ହେଉ ବୋଲି, ଆମ୍ଭେ ପ୍ରଭୁଙ୍କୁ ପ୍ରାର୍ଥନା କରୁଛୁ। ପରସ୍ପର ନିମନ୍ତେ ଓ ଅନ୍ୟ ସମସ୍ତଙ୍କ ପାଇଁ ସେ ତୁମ୍ଭମାନଙ୍କୁ ଅଧିକରୁ ଅଧିକ ପ୍ରେମ ପ୍ରଦାନ କରନ୍ତୁ, ଆମ୍ଭେ ଏହି ପ୍ରାର୍ଥନା କରୁଛୁ। ଆମ୍ଭେ ଯେଭଳି ତୁମ୍ଭମାନଙ୍କୁ ଭଲ ପାଉ, ସେହିଭଳି ତୁମ୍ଭେମାନେ ସମସ୍ତଙ୍କୁ ଭଲ ପାଅ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।


ଦେଖ, ଯେପରି କେହି ଅପକାର ବଦଳରେ ଅପକାର ନ କରୁ। ପରସ୍ପର ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉତ୍ତମ ବିଷୟ, ସବୁବେଳେ କରିବା ପାଇଁ ସର୍ବଦା ଚେଷ୍ଟା କର।


ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରେମଭାବ ରଖିଥାଅ।


ଏବେ, ସତ୍ୟ ପାଳନ ଦ୍ୱାରା ତୁମ୍ଭେମାନେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭେମାନେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ୟ ପ୍ରେମ ଦେଖାଇ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ରେମ କର।


ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ୱରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ୱରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।


ଅତଏବ ସମସ୍ତେ ମିଳିମିଶି ଶାନ୍ତିରେ ରହିବା ଉଚିତ୍। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।


ଆମ୍ଭେ ଜାଣୁ ଯେ, ଆମ୍ଭେ ମୃତ୍ୟୁର ସୀମା ପାରି ହୋଇ ଜୀବନରେ ପ୍ରବେଶ କରିଛୁ, କାରଣ ଆମ୍ଭେ ନିଜ ଭାଇ ଓ ଭଉଣୀମାନଙ୍କୁ ପ୍ରେମ କରୁ। ଯେଉଁ ଲୋକ ପ୍ରେମ କରେ ନାହିଁ, ସେ ମୃତ୍ୟୁ ସୀମା ମଧ୍ୟରେ ଥାଏ।


ଯୀଶୁ ଆମ୍ଭମାନଙ୍କ ପାଇଁ ନିଜ ଜୀବନ ଦେଇଛନ୍ତି। ଏଥିରୁ ପ୍ରକୃତ ପ୍ରେମ କ’ଣ, ତାହା ଆମ୍ଭେ ଜାଣିଛୁ। ଆମ୍ଭେ ମଧ୍ୟ ନିଜ ଭାଇମାନଙ୍କ ପାଇଁ ଜୀବନ ଦାନ କରିବା ଉଚିତ୍।


ଏହି ଆଜ୍ଞା ଆମ୍ଭେ ପରମେଶ୍ୱରଙ୍କଠାରୁ ପାଇଛୁ ଯେ ଯେକେହି ପରମେଶ୍ୱରଙ୍କୁ ପ୍ରେମ କରେ, ସେ ନିଜ ଭାଇକୁ ମଧ୍ୟ ପ୍ରେମ କରେ।


Lean sinn:

Sanasan


Sanasan