Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 5:2 - ପବିତ୍ର ବାଇବଲ

2 ଏପରିକି ଯେତେବେଳେ ଶାଉଲ ରାଜା ଥିଲେ ସେତେବେଳେ ଆପଣ ଆମ୍ଭମାନଙ୍କୁ ଯୁଦ୍ଧରେ ଆଗେଇ ନେଇଥିଲେ। ଆଉ ଆପଣ ହେଉଛନ୍ତି ସେହି ଲୋକ ଯେ କି ଯୁଦ୍ଧରୁ ଇସ୍ରାଏଲକୁ ନିରାପଦରେ ଫେରାଇ ଆଣିଥିଲେ ଏବଂ ସଦାପ୍ରଭୁ ଆପଣଙ୍କୁ କହିଛନ୍ତି, ‘ତୁମ୍ଭେ ମୋର ଲୋକମାନଙ୍କର ମେଷପାଳକ ହେବ। ଇସ୍ରାଏଲ ଓ ତୁମ୍ଭେ ଇସ୍ରାଏଲର ଲୋକମାନଙ୍କ ଉପରେ ଶାସନ କରିବ।’”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଗତ କାଳରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ୱ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।”

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”

Faic an caibideil Dèan lethbhreac




2 ଶାମୁୟେଲ 5:2
27 Iomraidhean Croise  

କିନ୍ତୁ ତାହାର ଧନୁ ଦୃଢ଼ ଥିଲା ଏବଂ ତାହାର ବାହୁ ଯାକୁବର ଶକ୍ତିଶାଳୀ ପରମେଶ୍ୱର ଇସ୍ରାଏଲର ମେଷପାଳକଠାରୁ କୌଶଳ ପ୍ରାପ୍ତ ହୋଇଥିଲା।


ତା'ପରେ ଦାଉଦ ମୀଖଲକୁ କହିଲେ, “ତାହାତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା। ସେତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତି କରିବାକୁ ମୋତେ ମନୋନୀତ କରିଛନ୍ତି। ଏହି ହେତୁ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ କରିବି।


ମୁଁ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେ ସବୁ ସ୍ଥାନକୁ ଗମନାଗମନ କଲି, ମୁଁ ମୋର ଇସ୍ରାଏଲର ଏହିପରି କୌଣସି ପରିବାରବର୍ଗ ମୋ’ ପାଇଁ ଏରସ କାଠରେ ଏକ ସୁନ୍ଦର ଗୃହ ନିର୍ମାଣ କରିବାକୁ କହି ନାହିଁ।’


“ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି।


“ତୁମ୍ଭେ ଫେରିଯାଅ ଓ ଆମ୍ଭଲୋକମାନଙ୍କର ଅଧିପତି ହିଜକିୟକୁ କୁହ, ‘ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କୁହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ। ତେଣୁ ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ ଓ ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ମନ୍ଦିରକୁ ଯିବ।


ଯେତେବେଳେ ଶାଉଲ ରାଜା ଥିଲେ, ତୁମ୍ଭେ ଆମ୍ଭମାନଙ୍କର ନେତୃତ୍ୱ ନେଇ ଇସ୍ରାଏଲକୁ ଆଣିଲ। ସଦାପ୍ରଭୁ ତୁମ୍ଭକୁ କହିଲେ, ‘ଦାଉଦ, ତୁମ୍ଭେ ଆମ୍ଭର ଲୋକମାନଙ୍କର ମୁଖ୍ୟ ହେବ।’”


ମୋତେ ଜ୍ଞାନ ଓ ବୁଦ୍ଧି ଦିଅ, ଯେପରି ଏହି ଲୋକମାନଙ୍କୁ ମୁଁ ଉଚିତ୍ ମାର୍ଗରେ କଢ଼ାଇ ନେଇ ପାରିବି। ତୁମ୍ଭର ସାହାଯ୍ୟ ବିନା ଏହି ଲୋକମାନଙ୍କୁ କେହି ଶାସନ କରି ପାରିବ ନାହିଁ।”


ମେଷଶାବକ ମେଷମାନଙ୍କୁ ଚରାଇଲା ପରି ସେ ଆପଣା ଲୋକମାନଙ୍କର ଯତ୍ନ ନେବେ। ମେଷ ଛୁଆମାନଙ୍କୁ ସେ ନିଜର ବାହୁ ବଳରେ ସଂଗ୍ରହ କରିବେ ଓ ନିଜର କୋଳରେ ସେମାନଙ୍କୁ ବହି ନେବେ। ସେମାନଙ୍କର ମାମାନେ ପଛେ ପଛେ ଯିବେ।


ଦେଖ, ଆମ୍ଭେ ତାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀରୂପେ, ଗୋଷ୍ଠୀବର୍ଗରେ ଶାସକ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।”


ପୁଣି ସେମାନଙ୍କ ଉପରେ ମୋର ମେଷପାଳକ ଦାଉଦଙ୍କୁ ନିଯୁକ୍ତ କରିବି। ସେ ସେମାନଙ୍କୁ ଚରାଇବ ଓ ସେମାନଙ୍କର ପାଳକ ହେବ।


ତା'ପରେ ଇସ୍ରାଏଲର ଶାସକ ସଦାପ୍ରଭୁଙ୍କ ଶକ୍ତିରେ ଓ ତାଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଅପୂର୍ବ ମହିମାରେ ଦଣ୍ଡାୟମାନ ହୋଇ ତାଙ୍କ ପଲଙ୍କୁ ଚରାଇବେ। ସେମାନେ ଶାନ୍ତିରେ ବାସ କରିବେ କାରଣ ସେ ସମୟରେ ତାଙ୍କର ମହାନତା ପୃଥିବୀର ଶେଷ ପ୍ରାନ୍ତ ପର୍ଯ୍ୟନ୍ତ ବିସ୍ତୃତ ହେବ।


ମୁଁ ତୁମ୍ଭଙ୍କୁ ବିନୟ କରୁଛି ଏକ ପ୍ରତିନିଧି ବାଛିବାକୁ, ଯିଏ ସେମାନଙ୍କୁ ଆଗେଇ ନେବ ଏବଂ ନୂତନ ଭୂମିକୁ ଆଣି ପାରିବ। ଏହି ପ୍ରକାରେ ସଦାପ୍ରଭୁଙ୍କର ଲୋକମାନେ ବିନା ପାଳକରେ ମେଷପଲ ତୁଲ୍ୟ ହେବେ ନାହିଁ।”


‘ହେ ଯିହୂଦା ପ୍ରଦେଶର ବେ‌‌‌‌‌‌ଥ୍‌‌‌‌‌‌ଲେହିମ! ଯିହୂଦାର ଶାସକମାନଙ୍କ ଭିତରେ ତୁମ୍ଭେ ମହାନ। ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହେବ, ଏବଂ ସେହି ଶାସକ ମୋର ଲୋକମାନଙ୍କୁ ଇସ୍ରାଏଲକୁ କଢ଼ାଇନେବେ।’”


“ମୁଁ ଉତ୍ତମ ମେଷପାଳକ। ଉତ୍ତମ ମେଷପାଳକ ମେଷମାନଙ୍କ ପାଇଁ ତା'ର ଜୀବନ ଦିଏ।


ପରମେଶ୍ୱର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟ ଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଧିଷ୍ଟ। ଅନେକ ଲୋକ ଯେପରି ତାହାଙ୍କ ଗୌରବରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ୟମରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦେଖାଇଲେ।


ମାତ୍ର ଏବେ ତୁମ୍ଭ ରାଜ୍ୟ ଆଗକୁ ଯିବ ନାହିଁ, ପରମେଶ୍ୱର ଏଭଳି ଲୋକ ଗ୍ଭହାନ୍ତି ଯିଏ ତାଙ୍କ ଆଜ୍ଞା ପାଳନ କରୁଥିବ। ପରମେଶ୍ୱର ସେହି ବ୍ୟକ୍ତିକୁ ବାଛିଛନ୍ତି ଯିଏ କି ତାଙ୍କର ଲୋକମାନଙ୍କର ନୂଆ ନେତା ନିର୍ବାଚିତ ହେବେ। ତୁମ୍ଭେ ସଦାପ୍ରଭୁଙ୍କ ଆଦେଶ ଅବମାନନା କରିଥିବାରୁ ସଦାପ୍ରଭୁ ନୂଆ ରାଜା ବାଛିଛନ୍ତି।”


ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେକାଳ ଶାଉଲଙ୍କ ପାଇଁ ଶୋକ କରିବ? ମୁଁ ତାଙ୍କୁ ଇସ୍ରାଏଲର ରାଜା ରୂପେ ପ୍ରତ୍ୟାଖ୍ୟାନ କରିଅଛି। ତୁମ୍ଭେ ଆପଣା ଶିଙ୍ଗ ତୈଳରେ ପୂର୍ଣ୍ଣ କରିଗ୍ଭଲ, ମୁଁ ତୁମ୍ଭକୁ ବୈ‌ଥ୍‌ଲେହମର ଯିଶୀ ନାମକ ବ୍ୟକ୍ତି ନିକଟକୁ ପଠାଇବି। କାରଣ ତାହାର ପୁତ୍ରମାନଙ୍କ ମଧ୍ୟରୁ ମୁଁ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ଶାଉଲ ଆପଣା ନିକଟରୁ ଦାଉଦଙ୍କୁ ଦୂରକୁ ପଠେଇ ଦେଲେ ଓ ତାଙ୍କୁ 1,000 ସୈନ୍ୟ ଉପରେ ଆପଣାର ସେନାପତି କଲେ। ଯୁଦ୍ଧରେ ସେ ସୈନ୍ୟମାନଙ୍କର ନେତୃତ୍ୱ ନେଲେ।


କିନ୍ତୁ ଇସ୍ରାଏଲର ସମସ୍ତ ଲୋକ ଓ ଯିହୁଦାର ସମସ୍ତେ ଦାଉଦଙ୍କୁ ଭଲ ପାଇଲେ। ସେମାନେ ତାଙ୍କୁ ଭଲ ପାଇଲେ, କାରଣ ସେ ଯୁଦ୍ଧରେ ସେମାନଙ୍କର ନେତୃତ୍ୱ ନେଇଛନ୍ତି ଓ ସେମାନଙ୍କ ସକାଶେ ଯୁଦ୍ଧ କରିଛନ୍ତି।


ଶାଉଲ ଦାଉଦଙ୍କୁ ବହୁତ ଯୁଦ୍ଧକୁ ପଠାଇଲେ ଓ ସେ କୃତକାର୍ଯ୍ୟ ହେଲେ। ଏଣୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ କଲେ ଓ ଏହା ଶାଉଲଙ୍କର ଅଧିକାରୀମାନଙ୍କ ସମେତ ସମସ୍ତଙ୍କୁ ଖୁସୀ କଲା।


ଦୟାକରି ମୋତେ ମୋର କରିଥିବା ଦୋଷ ପାଇଁ କ୍ଷମା କର। ମୁଁ ଜାଣେ ସଦାପ୍ରଭୁ ତୁମ୍ଭ ପରିବାରକୁ ଶକ୍ତିଶାଳୀ କରିବେ। ସଦାପ୍ରଭୁ ଏପରି କରିଛନ୍ତି, କାରଣ ତୁମ୍ଭେମାନେ ତାଙ୍କର ପ୍ରତିରୋଧରେ ଯୁଦ୍ଧ କରିଅଛ, ତୁମ୍ଭେ ବଞ୍ଚିଥିବା ପର୍ଯ୍ୟନ୍ତ କୌଣସି ଲୋକ ତୁମ୍ଭର ଦୋଷ ବାଛି ପାରିବ ନାହିଁ।


ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିବା ପାଇଁ ପ୍ରତିଜ୍ଞା କରିଛନ୍ତି ଏବଂ ସେ ତାଙ୍କର ପ୍ରତିଜ୍ଞା ରକ୍ଷା କରିବେ। ସେ ତୁମ୍ଭକୁ ଇସ୍ରାଏଲର ଶାସକ ରୂପେ ନିଯୁକ୍ତ କରିବେ। ଯେତେବେଳେ ସେ ମୋର ପ୍ରଭୁ ପ୍ରତି ସଫଳ କରି ତୁମ୍ଭକୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ।


“ଆସନ୍ତା କାଲି ଠିକ୍ ଏହି ସମୟରେ ମୁଁ ତୁମ୍ଭ ପାଖକୁ ଜଣେ ଲୋକ ପଠାଇବି। ସେ ବିନ୍ୟାମୀନୀୟ ବଂଶଧର। ତୁମ୍ଭେ ତାଙ୍କୁ ଇସ୍ରାଏଲୀୟମାନଙ୍କ ନେତା ରୂପେ ଅଭିଷିକ୍ତ କରିବ। ଏହି ଲୋକ ଇସ୍ରାଏଲୀୟମାନଙ୍କୁ ପଲେଷ୍ଟୀୟଙ୍କ କବଳରୁ ରକ୍ଷା କରିବ। କାରଣ ମୁଁ ମୋର ଲୋକମାନଙ୍କର ଯନ୍ତ୍ରଣା ଦେଖିଛି। ମୁଁ ସେମାନଙ୍କର କ୍ରନ୍ଦନ ଶୁଣିଅଛି।”


Lean sinn:

Sanasan


Sanasan