Biblia Todo Logo
Bìoball air-loidhne

- Sanasan -




୨ ତୀମଥି 2:12 - ପବିତ୍ର ବାଇବଲ

12 ଯଦି ଆମ୍ଭେ ଯାତନା ସହିବା, ତା'ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା। ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା, ତା'ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ରାଜତ୍ଵ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ଵୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ଵୀକାର କରିବେ;

Faic an caibideil Dèan lethbhreac

ଓଡିଆ ବାଇବେଲ

12 ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

12 କଷ୍ଟଭୋଗରେ ଯଦି ଅବିଚଳିତ ରହିଥିବୁ, ତାଙ୍କ ସହିତ ଆମ୍ଭେମାନେ ରାଜତ୍ୱ କରିବୁ। ତାଙ୍କୁ ଅସ୍ୱୀକାର କଲେ, ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;

Faic an caibideil Dèan lethbhreac




୨ ତୀମଥି 2:12
29 Iomraidhean Croise  

ଯଦି ମୋର ଆବଶ୍ୟକତାଠାରୁ ଅଧିକ ଥାଏ, ତେବେ ମୁଁ ହୁଏତ ଚିନ୍ତା କରିପାରେ ଯେ, ମୁଁ ପରମେଶ୍ୱରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତେବେ ମୁଁ ଗ୍ଭେରି ହୁଏତ କରିବି ଓ ପରମେଶ୍ୱରଙ୍କ ନାମକୁ ଲଜ୍ଜା ଆଣିବି।


କିନ୍ତୁ ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କୁହେ ଯେ ସେ ମୋତେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।


ପିତର ଏ କଥା ଶୁଣି କହିଲେ, “ମୁଁ ବରଂ ଆପଣଙ୍କ ସହିତ ମୃତ୍ୟୁ ବରଣ କରିବି, କିନ୍ତୁ କେବେ ହେଲେ ଆପଣଙ୍କୁ ଚିହ୍ନି ନାହିଁ ବୋଲି କହିବି ନାହିଁ।” ପୁଣି ଅନ୍ୟ ସମସ୍ତ ଶିଷ୍ୟମାନେ ସେହି ଏକା କଥା କହିଲେ।


ଏବେ ପିତରଙ୍କର, ଯୀଶୁ କହିଥିବା କଥା ମନେ ପଡ଼ିଲା। ଯୀଶୁ କହିଥିଲେ, “କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର ଅସ୍ୱୀକାର କରିବ।” ପିତର ବାହାରକୁ ବାହାରିଯାଇ ବ୍ୟାକୁଳ ହୋଇ କାନ୍ଦିବାକୁ ଲାଗିଲେ।


ଯୀଶୁ କହିଲେ, “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ମନୁଷ୍ୟପୁତ୍ରଙ୍କୁ ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ହାତରେ ଦେଇ ଦିଆଯିବ ଏବଂ ସେମାନେ ତାହାଙ୍କୁ ମୃତ୍ୟୁ ଦଣ୍ଡ ଦେବା ପାଇଁ ଅଣଯିହୂଦୀମାନଙ୍କୁ ସମର୍ପି ଦେବେ।


ଏହି ଯୁଗର ଲୋକେ ବର୍ତ୍ତମାନ ପାପ ଓ ବ୍ୟଭିଗ୍ଭରର ଖରାପ ସମୟରେ ବାସ କରୁଛନ୍ତି। ଯଦି କେହି ଲୋକ ମୋ’ ନାମ ଓ ମୋ’ ଉପଦେଶ ଯୋଗୁଁ ଲଜ୍ଜା ବୋଧ କରେ ତେବେ ମନୁଷ୍ୟପୁତ୍ର ଯେତେବେଳେ ସ୍ୱର୍ଗ ଦୂତମାନଙ୍କ ସହିତ ନିଜ ପରମପିତାଙ୍କ ମହିମା ସହିତ ଆସିବେ, ସେତେବେଳେ ସେ ମଧ୍ୟ ସେହି ଲୋକ ଯୋଗୁଁ ଲଜ୍ଜା ବୋଧ କରିବେ।”


କିନ୍ତୁ ଯେଉଁ ଲୋକ ଅନ୍ୟମାନଙ୍କ ଆଗରେ ଠିଆ ହୋଇ କୁହେ ଯେ, ସେ ମୋ'ଠାରେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।


ମୋର ପରମପିତା ମୋତେ ଗୋଟିଏ ରାଜ୍ୟ ଦେଇଛନ୍ତି। ମୋ’ ସହିତ ତୁମ୍ଭେମାନେ ମଧ୍ୟ ତାହା ଉପରେ ଶାସନ କରିବାକୁ ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଉଛି।


ମୋ’ ରାଜ୍ୟରେ ମୋ’ ସହିତ ଟେବୁଲ ଉପରେ ତୁମ୍ଭେମାନେ ଖିଆପିଆ କରିବ। ତୁମ୍ଭେମାନେ ସିଂହାସନଗୁଡ଼ିକ ଉପରେ ବସି ଇସ୍ରାଏଲର ବାରଟି ଯାକ ଗୋଷ୍ଠୀର ବିଗ୍ଭର କରିବ।


ଯଦି କୌଣସି ଲୋକ ମୋ’ ପାଇଁ ବା ମୋ’ ଉପଦେଶ ପାଇଁ ଲଜ୍ଜିତ ହୋଇଥାଏ, ତେବେ ମୁଁ ମଧ୍ୟ ତା’ ପାଇଁ ଲଜ୍ଜିତ ହେବି। ଯେତେବେଳେ ମନୁଷ୍ୟପୁତ୍ର ନିଜ ମହିମା, ପରମପିତାଙ୍କ ମହିମା ଓ ପବିତ୍ର ସ୍ୱର୍ଗଦୂତଙ୍କ ମହିମା ସହିତ ଆଗମନ କରିବେ, ସେତେବେଳେ ସେ ତା’ ପାଇଁ ଲଜ୍ଜିତ ହେବେ।


ସେମାନେ ସେ ସ୍ଥାନଗୁଡ଼ିକରେ ଶିଷ୍ୟମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ୱାସରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସେମାନେ କହିଲେ, “ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନେକ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।”


ଜଣେ ଲୋକ ପାପ କଲା, ସେଥିପାଇଁ ସେ ଜଣକ ଲାଗି, ମୃତ୍ୟୁ ସମସ୍ତଙ୍କ ଉପରେ ରାଜତ୍ୱ କଲା। କିନ୍ତୁ ଏବେ କିଛି ଲୋକ ପରମେଶ୍ୱରଙ୍କ ପୂର୍ଣ୍ଣ ଦୟା ଓ ତାହାଙ୍କର ‘ଧାର୍ମିକ’ ହେବା ଭଳି ବିରାଟ ଅନୁଗ୍ରହଦାନକୁ ମଧ୍ୟ ଗ୍ରହଣ କରନ୍ତି। ଏହା ନିଶ୍ଚିତ ଯେ ସେ ଲୋକମାନେ ପ୍ରକୃତ ଜୀବନ ପ୍ରାପ୍ତ କରିବେ, ଓ ସେହି ଲୋକମାନେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାସନ କରିବେ।


ଆମ୍ଭେ ଯଦି ପରମେଶ୍ୱରଙ୍କର ସନ୍ତାନ, ତା'ହେଲେ ପରମେଶ୍ୱର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ୱରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ୟ ଏହି ଆଶୀର୍ବାଦ ପାଇବୁ। କିନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହାହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ୟ ମହିମାର ଅଧିକାରୀ ହେବା।


ଯେଉଁ ଲୋକମାନେ ତୁମ୍ଭ ବିରୁଦ୍ଧରେ ଅଛନ୍ତି ସେମାନଙ୍କୁ ଭୟ କରିବ ନାହିଁ। ଏହି ସମସ୍ତ ବିଷୟ ଯେ ଈଶ୍ୱରଙ୍କଠାରୁ ଆଗତ ଏହାର ପ୍ରମାଣ ତୁମ୍ଭେମାନେ ପରିତ୍ରାଣ ପାଉଅଛ ଓ ତୁମ୍ଭମାନଙ୍କର ଶତ୍ରୁମାନେ ବିନାଶ ହେବେ।


ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନେବା ଜଣେ ଲୋକର କର୍ତ୍ତବ୍ୟ ଅଟେ। ଏପରିକି ଆଉ ମଧ୍ୟ ସେ ନିଜ ପରିବାରର ଯତ୍ନ ନେବା ଅଧିକ ଗୁରୁତ୍ୱପୂର୍ଣ୍ଣ। ଯଦି ଜଣେ ଲୋକ ସେହିପରି କରୁ ନାହିଁ, ତା'ହେଲେ ସେ ଲୋକ ସତ୍ୟ ବିଶ୍ୱାସକୁ ଅନୁସରଣ କରୁ ନାହିଁ। ସେହି ଲୋକ ଜଣେ ଅବିଶ୍ୱାସୀଠାରୁ ମଧ୍ୟ ଖରାପ।


କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।


ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ୟ ସ୍ୱରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ୱରଙ୍କର ସେବାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।


ଯୀଶୁଙ୍କ ଦୁଃଖ ଭୋଗ ରାଜ୍ୟ ଓ ଧୈର୍ଯ୍ୟରେ ତୁମ୍ଭମାନଙ୍କର ସହଭାଗୀ ଭାଇ ମୁଁ ଯୋହନ, ପରମେଶ୍ୱରଙ୍କ ବାକ୍ୟ ପ୍ରଗ୍ଭର ଓ ଯୀଶୁଙ୍କର ସାକ୍ଷୀ ହେବା ହେତୁ ନିର୍ବାସିତ ହୋଇ ପାତ୍ମ ଦ୍ୱୀପରେ ଥିଲି କାରଣ ମୁଁ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କଲି। ମୁଁ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦେଲି।


“ମୁଁ ଜାଣେ ଯେ, ଶୟତାନର ସିଂହାସନ ଯେଉଁଠାରେ ରହିଛି, ସେହି ନଗରରେ ତୁମ୍ଭେ ବାସ କରୁଛ। ତଥାପି ତୁମ୍ଭେ ମୋ’ ପ୍ରତି ନିଷ୍ଠାବାନ ହୋଇଅଛ ଏପରିକି, ଶୟତାନ ବାସ କରୁଥିବା ସେହି ନଗରରେ ମୋର ବିଶ୍ୱସ୍ତ ସାକ୍ଷୀ ଆନ୍ତିପାଙ୍କୁ ହତ୍ୟା କରାଯିବା ସମୟରେ ମଧ୍ୟ ତୁମ୍ଭେ ମୋ'ଠାରେ ବିଶ୍ୱାସ କରୁଅଛ ବୋଲି ଅସ୍ୱୀକାର କରି ନ ଥିଲା।


ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ।


ଏହି ପ୍ରଥମ ପୁନରୁ‌ତ୍‌‌ଥାନରେ ଯେଉଁମାନେ ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର। ଏମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି କ୍ଷମତା ନାହିଁ। ସେହି ଲୋକମାନେ ପରମେଶ୍ୱରଙ୍କର ଓ ଖ୍ରୀଷ୍ଟଙ୍କର ଯାଜକ ହେବେ। ସେମାନେ ତାହାଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କରିବେ।


ତୁମ୍ଭେ ଧୈର୍ଯ୍ୟର ସହିତ ମୋର ଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।


“ଯେ ବିଜୟୀ ହୁଏ, ମୁଁ ତାହାକୁ ମୋ’ ସହିତ ସିଂହାସନରେ ବସାଇବି। ଯେପରି ମୁଁ ବିଜୟୀ ହୋଇ ମୋର ପରମପିତାଙ୍କ ସହ ତାହାଙ୍କ ସିଂହାସନରେ ବସିଥିଲି, ସେ ସେହିପରି ମୋ’ ସହିତ ବସିବ।


“ମୁଁ ତୁମ୍ଭର ସବୁକାର୍ଯ୍ୟ ଜାଣେ। ଦେଖ, ମୁଁ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଖୋଲା ରଖିଛି। କେହି ତାହାକୁ ବନ୍ଦ କରି ପାରିବେ ନାହିଁ। ମୁଁ ଜାଣେ, ତୁମ୍ଭେ ଦୁର୍ବଳ। କିନ୍ତୁ ତୁମ୍ଭେ ମୋର ଶିକ୍ଷା ଅନୁସରଣ କରିଛ। ତୁମ୍ଭେ ମୋ’ ନାମ ଉଚ୍ଚାରଣ କରିବା ପାଇଁ କେବେ ଭୟ କରି ନାହଁ।


ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ୟ ସ୍ୱରୂପ, ଓ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯାଜକଗଣ କରିଅଛ। ସେମାନେ ଏ ପୃଥିବୀ ଉପରେ ରାଜତ୍ୱ କରିବେ।”


Lean sinn:

Sanasan


Sanasan