Biblia Todo Logo
Bìoball air-loidhne

- Sanasan -




୨ ତୀମଥି 3:17 - ପବିତ୍ର ବାଇବଲ

17 ପରମେଶ୍ୱରଙ୍କ ସେବକ, ଶାସ୍ତ୍ରଗୁଡ଼ିକର ବ୍ୟବହାର ଦ୍ୱାରା ସମସ୍ତ ଉତ୍ତମ କାର୍ଯ୍ୟ କରିବା ନିମନ୍ତେ ସକ୍ଷମ ହେବ ଓ ତା'ର ପ୍ରତ୍ୟେକ ଆବଶ୍ୟକ ବିଷୟ ପାଇବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

17 ଯେପରି ଈଶ୍ଵରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।

Faic an caibideil Dèan lethbhreac

ଓଡିଆ ବାଇବେଲ

17 ଯେପରି ଈଶ୍ୱରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

17 ଏହି ଧର୍ମଶାସ୍ତ୍ର ସାହାଯ୍ୟରେ ଈଶ୍ୱରଙ୍କ ସେବକ ସବୁ ପ୍ରକାର ସତ୍କାର୍ଯ୍ୟ କରିବା ପାଇଁ ଆବଶ୍ୟକୀୟ ଶକ୍ତି ଓ ଯୋଗ୍ୟତା ଲାଭ କରିପାରିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।

Faic an caibideil Dèan lethbhreac




୨ ତୀମଥି 3:17
12 Iomraidhean Croise  

ମୁଁ ମଧ୍ୟ ସେହି ଲୋକମାନଙ୍କୁ ଜଣାଇ ଦେଲି ଯେ, ପରମେଶ୍ୱର ମୋ’ ଉପରେ ଦୟା କରିଛନ୍ତି ଏବଂ ଯାହା ମୋତେ ରାଜା କହିଥିଲେ, ମୁଁ ସେମାନଙ୍କୁ କହିଲି। ତା'ପରେ ସେହି ଲୋକମାନେ ଉତ୍ତର ଦେଲେ, “ତେବେ ଗ୍ଭଲ, ବର୍ତ୍ତମାନ ଆମ୍ଭେମାନେ କାର୍ଯ୍ୟ ଆରମ୍ଭ କରିବା।” ତେଣୁ ସେମାନେ ନିଜକୁ ଏହି ଉତ୍ତମ କାମରେ ନିୟୋଜନ କଲେ।


ଟାବୀଥା ନାମକ ଜଣେ ଶିଷ୍ୟା ଯାଫୋ ନଗରରେ ରହୁଥିଲେ। ଯାହାର ଗ୍ରୀକ ଅନୁବାଦ ଦର୍କା ଅର୍ଥାତ୍ ହରିଣୀ। ସେ ସବୁବେଳେ ଗରିବ ଲୋକମାନଙ୍କୁ ଦାନ ଦେଉଥିଲେ ଓ ଲୋକମାନଙ୍କର ଉପକାର କରୁଥିଲେ।


ପରମେଶ୍ୱର ତୁମ୍ଭମାନଙ୍କର ଆବଶ୍ୟକତାଠାରୁ ଅଧିକ ଆଶୀର୍ବାଦ ଦେଇ ପାରିବେ। ତହିଁରେ ତୁମ୍ଭେମାନେ ସବୁବେଳେ ସବୁ ବିଷୟ ପ୍ରଚୁର ଭାବେ ପାଇବ। ପ୍ରତ୍ୟେକ ଭଲ କାମ କରିବା ପାଇଁ ଦାନ ଦେବାକୁ ତୁମ୍ଭମାନଙ୍କ ପାଖରେ ପ୍ରଚୁର ଥିବ।


ଆମ୍ଭେ ଯାହା, ତାହା କେବଳ ପରମେଶ୍ୱରଙ୍କ ଦ୍ୱାରା ହୋଇଅଛୁ। ଆମ୍ଭେ ଯେପରି ଭଲ କାମ କରି ପାରୁ, ସେଥିପାଇଁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧ୍ୟରେ ନୂତନ ବ୍ୟକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ୟ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସେହି ଭଲକାମ କରି ଜୀବନଯାପନ କରିବା।


କିନ୍ତୁ ତୁମ୍ଭେ ଜଣେ ପରମେଶ୍ୱରଙ୍କର ଲୋକ। ଅତଏବ ତୁମ୍ଭେ ସେହିସବୁ ବିଷୟଠାରୁ ଦୂରରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ୱରଙ୍କ ଉପାସନା କର। ତୁମ୍ଭ ଜୀବନରେ ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର।


ଯଦି ଜଣେ ନିଜକୁ ସମସ୍ତ ମନ୍ଦ ଜିନିଷରୁ ଅଲଗା କରି ପରିଷ୍କାର ହୁଏ, ତା'ହେଲେ ସେ ମୂଲ୍ୟବାନ କାମ ପାଇଁ ବିଶେଷ ଉପଯୋଗୀ ହେବ। ସେ ଲୋକ ପବିତ୍ର ହେବ। ମୁନିବ ତାହାକୁ ବ୍ୟବହାର କରି ପାରିବେ। ସେ ଯେକୌଣସି ଭଲ କାମ ପାଇଁ ପ୍ରସ୍ତୁତ ରହିବ।


ସେ ଲୋକମାନେ କୁହନ୍ତି ଯେ ସେମାନେ ପରମେଶ୍ୱରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସେମାନେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସେମାନେ ପରମେଶ୍ୱରଙ୍କୁ ଗ୍ରହଣ କରନ୍ତି ନାହିଁ। ସେମାନେ ଭୟଙ୍କର ଲୋକ, ଆଜ୍ଞା ବିରୋଧୀ ଓ କୌଣସି ଭଲ କାମ ପାଇଁ ଅଯୋଗ୍ୟ।


ସେ ଆମ୍ଭ ପାଇଁ ନିଜକୁ ଦେଲେ। ଆମ୍ଭକୁ ସମସ୍ତ ମନ୍ଦରୁ ମୁକ୍ତ କରିବା ପାଇଁ ଏବଂ ଆମ୍ଭକୁ ଜଣେ ପବିତ୍ର ଜାତି ଓ କେବଳ ତାହାଙ୍କ ଭଳି ବ୍ୟକ୍ତିସମୂହ ଭାବରେ ଗଢ଼ିବା ପାଇଁ ସେ ମଲେ। ଏହି ପବିତ୍ର ଲୋକମାନେ ସର୍ବଦା ଭଲ କାମ କରିବା ପାଇଁ ଇଚ୍ଛା କରନ୍ତି।


ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ: ସେମାନେ ସରକାରୀ ଅଧିକାରୀମାନଙ୍କ ଅଧୀନରେ ରୁହନ୍ତୁ, ସେମାନଙ୍କ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ;


ଆମ୍ଭେ ପରସ୍ପର ବିଷୟରେ ଚିନ୍ତା କରିବା ଏବଂ ପରସ୍ପରକୁ ଭଲ ପାଇବା ଓ ଭଲ କାମ କରିବା ପାଇଁ ଉତ୍ସାହିତ କରିବା ଉଚିତ୍।


Lean sinn:

Sanasan


Sanasan