Biblia Todo Logo
Bìoball air-loidhne

- Sanasan -




ଦାନିୟେଲ 1:3 - ପବିତ୍ର ବାଇବଲ

3 ତା'ପରେ ରାଜା ନବୂଖ‌ଦ୍‌ନିତ୍ସର ଅସ୍ପନ‌‌ସ୍‌‌କୁ ଏକ ଆଦେଶ ଦେଲେ। ଅସ୍ପନସ୍ ସେବାରେ ଜଣେ ନପୁଂସକାଧିପତି ଥିଲେ। ରାଜା କେତେକ ଇସ୍ରାଏଲର ସନ୍ତାନମାନଙ୍କୁ ରାଜପ୍ରାସାଦକୁ ଆଣିବା ପାଇଁ କହିଲେ। ନବୂଖ‌ଦ୍‌ନିତ୍ସର କେବଳ ମହତ୍ତ୍ୱପୂର୍ଣ୍ଣ ପରିବାରରୁ ଯିହୁଦୀ ଲୋକମାନଙ୍କୁ ଓ ଇସ୍ରାଏଲ ବଂଶରୁ ରାଜାମାନଙ୍କୁ ଗ୍ଭହିଁଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ ଯିଶା. ୩୯:୭

Faic an caibideil Dèan lethbhreac

ଓଡିଆ ବାଇବେଲ

3 ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍‍, ରାଜକୀୟ ଓ କୁଳୀନ ବଂଶରୁ

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍‍, ରାଜକୀୟ ଓ କୁଳୀନ ବଂଶରୁ

Faic an caibideil Dèan lethbhreac




ଦାନିୟେଲ 1:3
6 Iomraidhean Croise  

ପୁଣି ନବୂଖ‌ଦ୍‌ନିତ୍ସର ଯିହୋୟାଖୀ‌ନଙ୍କୁ, ତାଙ୍କ ମାତାଙ୍କୁ, ତାଙ୍କ ପତ୍ନୀମାନଙ୍କୁ, ତାଙ୍କର ନପୁଂସକମାନଙ୍କୁ ଓ ତାଙ୍କର ପ୍ରଧାନ ଲୋକମାନଙ୍କୁ ବନ୍ଦୀ କରି ଯିରୁଶାଲମରୁ ବାବିଲକୁ ନେଇ ଗଲେ।


ଦେଖ, ‘ଏକ ସମୟ ଆସୁଛି ଯେତେବେଳେ ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ସଞ୍ଚିତ ତୁମ୍ଭ ପୂର୍ବପୁରୁଷଙ୍କ ଦ୍ରବ୍ୟ ବାବିଲକୁ ନିଆଯିବ। ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି କୌଣସି ଦ୍ରବ୍ୟ ଛଡ଼ାଯିବ ନାହିଁ।’


ତୁମ୍ଭ ଔରସରୁ ଜାତ ସନ୍ତାନମାନଙ୍କୁ ବାବିଲମାନେ ନେଇଯିବେ ଓ ସେମାନଙ୍କୁ ବାବିଲମାନେ ରାଜାଙ୍କ ଅଟ୍ଟାଳିକାରେ ନପୁଂସକ କରି ରଖିବେ।”


ଅନନ୍ତର ସପ୍ତମ ମାସରେ ରାଜବଂଶୀ ଇଲୀଶାମାର ପୌତ୍ର ନଥନିୟର ପୁତ୍ର ଇ‌ଶ୍‌ମାୟେଲ ଦଶ ଜଣ ପୁରୁଷଙ୍କ ସହିତ ଅହୀକାମର ପୁତ୍ର ଗଦଲିୟ ନିକଟକୁ ମି‌‌ସ୍‌‌ପାକୁ ଆସିଲେ। ସେମାନେ ସେଠାରେ ଗଦଲିୟ ସହିତ ଏକତ୍ର ଭୋଜନ କଲେ।


ତୁମ୍ଭେମାନେ ପୁତ୍ରକନ୍ୟା ଜନ୍ମ କରିବ, ମାତ୍ର ସେମାନେ ତୁମ୍ଭର ହେବେ ନାହିଁ କାରଣ ସେମାନେ ବନ୍ଦୀ ହୋଇଯିବେ।


Lean sinn:

Sanasan


Sanasan