ଏଫିସୀୟ 1:5 - ପବିତ୍ର ବାଇବଲ5 ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)5 ପୁଣି, ସେ ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ଵଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ, Faic an caibideilଓଡିଆ ବାଇବେଲ5 ପୁଣି, ସେ ଆମ୍ଭମାନଙ୍କୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୁର୍ବରୁ ନିରୂପଣ କଲେ; Faic an caibideilପବିତ୍ର ବାଇବଲ (CL) NT (BSI)5 ତାଙ୍କ ପ୍ରେମ ହେତୁ, ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମକୁ ତାଙ୍କର ସନ୍ତାନ ରୂପେ ଗ୍ରହଣ କରିବାକୁ ନିରୂପଣ କରିଥିଲେ; ଏହା ହିଁ ଥିଲା ତାଙ୍କର ଆନନ୍ଦ ଓ ଅଭିପ୍ରାୟ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ; Faic an caibideil |
ତ’ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ୟନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, “ହେ ପରମପିତା! ହେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଶଂସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡ଼ିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚେଇ ରଖିଥିଲେ ମଧ୍ୟ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦେଖାଇଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତରେ କରିବାକୁ ଗ୍ଭହୁଁଥିଲ ବୋଲି ତୁମ୍ଭେ ଏହା କଲ।
ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ।