ଏଫିସୀୟ 4:4 - ପବିତ୍ର ବାଇବଲ4 ଶରୀର ଏକ, ପବିତ୍ରଆତ୍ମା ମଧ୍ୟ ଏକ। ପରମେଶ୍ୱର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡାକି ଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ଵାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ; Faic an caibideilଓଡିଆ ବାଇବେଲ4 ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୁତ ହୋଇଅଛ; Faic an caibideilପବିତ୍ର ବାଇବଲ (CL) NT (BSI)4 ଆମ୍ଭମାନଙ୍କ ଶରୀର ଏକ, ଆତ୍ମା ମଧ୍ୟ ଏକ। ପୁଣି ଏକ ଭରସା ଦେଇ ଈଶ୍ୱର ଆମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ; Faic an caibideil |
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।
ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।