ଯାତ୍ରା ପୁସ୍ତକ 7:3 - ପବିତ୍ର ବାଇବଲ3 କିନ୍ତୁ ମୁଁ ଫାରୋଙ୍କ ହୃଦୟ କଠିନ କରିବି। ତା'ପରେ ମିଶର ଦେଶରେ ବହୁତ ଆଶ୍ଚର୍ଯ୍ୟ ଓ ଅଦ୍ଭୂତ କର୍ମ କରିବି। ତଥାପି ଫାରୋ ତୁମ୍ଭମାନଙ୍କ କଥା ଶୁଣିବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା। Faic an caibideilଓଡିଆ ବାଇବେଲ3 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା। Faic an caibideil |
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେ ସକଳ କର୍ମ କରିଅଛନ୍ତି, ସେହିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ୱାରା ଓ ଚିହ୍ନଦ୍ୱାରା ଓ ଆଶ୍ଚର୍ଯ୍ୟ କର୍ମଦ୍ୱାରା, ଯୁଦ୍ଧଦ୍ୱାରା, ପରାକ୍ରାନ୍ତ ହସ୍ତଦ୍ୱାରା, ବିସ୍ତାରିତ ବାହୁଦ୍ୱାରା ଓ ଭୟଙ୍କର ଆଶ୍ଚର୍ଯ୍ୟ କର୍ମଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।