Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 1:14 - ପବିତ୍ର ବାଇବଲ

14 ଆମ୍ଭର ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବମାନଙ୍କୁ ଘୃଣା କରେ। ସେହିସବୁ ଭାର ଆମ୍ଭ ପ୍ରତି କ୍ଳେଶଦାୟକ ଓ ଆମ୍ଭେ ସେ ଭାର ବହନ କରିବାକୁ କ୍ଳାନ୍ତ ହୋଇଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହିସବୁ ଆମ୍ଭ ପ୍ରତି କ୍ଳେଶକର; ଆମ୍ଭେ ସେସବୁ ବହିବାକୁ କ୍ଳା; ହୋଇଅଛୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

14 ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହିସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହିସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହି ସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହି ସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।

Faic an caibideil Dèan lethbhreac




ଯିଶାଇୟ 1:14
13 Iomraidhean Croise  

ବିଶେଷ ବିଶ୍ରାମବାର, ଅମାବାସ୍ୟାର ଉତ୍ସବ ଓ ସମସ୍ତ ବିଶେଷ ରୋଟୀମାନଙ୍କରେ ଲେବୀୟମାନେ ସବୁପ୍ରକାର ହୋମବଳି ପ୍ରସ୍ତୁତ କରୁଥିଲେ। ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତିଦିନ ସେବାକାର୍ଯ୍ୟ କରୁଥିଲେ। ପ୍ରତିଥର କେତେଜଣ ଲେବୀୟ ସେବାକାର୍ଯ୍ୟ କରିବେ, ଏଥିନିମନ୍ତେ ବିଶେଷ ନିୟମମାନ ଥିଲା।


ପରମେଶ୍ୱର କୁହନ୍ତି, “ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର। ବର୍ଷକୁ ବର୍ଷ ଯୋଗ କର। ପର୍ବଗୁଡ଼ିକ ପାଳି ଅନୁକ୍ରମେ ଆସୁ।


ତେବେ ମୁଁ ଅରୀୟେଲକୁ ଦୁଃଖ ଦେବି। ନଗରଟି ଶୋକ ଓ ବିଳାପରେ ପୂର୍ଣ୍ଣ ହେବ। ମାତ୍ର ତାହା ଆମ୍ଭ ପ୍ରତି ଦାହସ୍ଥାନ ତୁଲ୍ୟ ହେବ।


ତୁମ୍ଭେ ଆମ୍ଭର ସମ୍ମାନ ନିମନ୍ତେ ସୁଗନ୍ଧି ଦ୍ରବ୍ୟ କ୍ରୟ କରିବାକୁ ରୌପ୍ୟ ମୁଦ୍ରା ଦେଇ ନାହଁ। କିମ୍ବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ, ମାତ୍ର ଆପଣା ପାପଦ୍ୱାରା ଆମ୍ଭକୁ ଦାସ୍ୟ କର୍ମ କରାଇଛ ଓ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।


କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟ ବିଗ୍ଭରକୁ ଭଲ ପାଉ। ଆମ୍ଭେ ଅଧର୍ମ ଓ ଅପହରଣକୁ ଘୃଣା କରୁ। ଆଉ ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ଚୁକ୍ତି କରିବା।


ସଦାପ୍ରଭୁ ପୁଣି କହନ୍ତି ଯେ, ପୃଥିବୀର ସମସ୍ତ ଲୋକ ମୋ’ ପାଖକୁ ପୂଜା କରିବା ପାଇଁ ଗୋଟିଏ ନୂତନ ଚନ୍ଦ୍ରରୁ ଅନ୍ୟ ଗୋଟିଏ ନୂତନ ଚନ୍ଦ୍ରକ ଏବଂ ଗୋଟିଏ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମ ଦିନ ଆସିବ।


ତା'ପରେ ଯିଶାଇୟ କହିଲେ, “ହେ ଦାଉଦଙ୍କର ବଂଶ! ସାବଧାନ ହୋଇ ଶୁଣ। ତୁମ୍ଭେମାନେ ତୁଚ୍ଛମାନବର ଧୈର୍ଯ୍ୟକୁ ପରୀକ୍ଷା କରିଛ ବୋଲି ମୋର ପ୍ରଭୁ ପରମେଶ୍ୱରଙ୍କ ଧୈର୍ଯ୍ୟକୁ ପରୀକ୍ଷା କରି ପାରିବ ନାହିଁ।


ଆମ୍ଭେ ସଦାପ୍ରଭୁ ତା'ର ସମସ୍ତ ଆନନ୍ଦ, ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ସମସ୍ତ ଭୋଜିକୁ ବନ୍ଦ କରିଦେବା।


ସେମାନେ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱସ୍ତ ହୋଇଛନ୍ତି। ସେମାନେ ଅବୈଧ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ଏବଂ ବର୍ତ୍ତମାନ ସେମାନେ ଓ ସେମାନଙ୍କର ଦେଶଗୁଡ଼ିକୁ ଆସନ୍ତା ମାସରେ ଧ୍ୱଂସ କରାଯିବ।”


ତୁମ୍ଭେମାନେ ଆମ୍ଭ ପାଇଁ ଭୟଙ୍କର ଗ୍ଭପ ସଦୃଶ। ଆମ୍ଭେ ତୁମ୍ଭକୁ ତଳକୁ ଗ୍ଭପ ଦେବା। ଆମ୍ଭେ ତୁମ୍ଭକୁ ନଡ଼ାରେ ବୋଝେଇ ଶଗଡ଼ ପରି ବଙ୍କା କରିଦେବା।


“ଆମ୍ଭେ ତୁମ୍ଭମାନଙ୍କର ପର୍ବ ଦିନକୁ ଘୃଣା କରୁ। ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ଧାର୍ମିକ ମହାସଭାକୁ ଗ୍ରହଣ କରୁ ନାହୁଁ।


ଆମ୍ଭେ ଏକ ମାସ ମଧ୍ୟରେ ତିନି ଜଣ ମେଷପାଳକଙ୍କୁ ଧ୍ୱଂସ କଲୁ। ଆମ୍ଭେ ସେମାନଙ୍କ ଉପରେ ଅଧୈର୍ଯ୍ୟ ଥିଲୁ ଏବଂ ସେମାନେ ଆମ୍ଭକୁ ଘୃଣା କଲେ।


ତୁମ୍ଭେମାନେ ଭ୍ରାନ୍ତ ଶିକ୍ଷା ପ୍ରଗ୍ଭର କରୁଛ ଏବଂ ସେ ଭ୍ରାନ୍ତଜନକ ଶିକ୍ଷାସମୂହ ସଦାପ୍ରଭୁଙ୍କୁ ଦୁଃଖିତ କରିଅଛି। ତୁମ୍ଭେମାନେ ଶିକ୍ଷା ଦେଲ ଯେ ମନ୍ଦକାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କୁ ପରମେଶ୍ୱର ଆଦର କରନ୍ତି। ଆଉ ମଧ୍ୟ କହିଲ ପରମେଶ୍ୱର ସେହି ଲୋକଙ୍କୁ ଉତ୍ତମ ଲୋକ ବୋଲି ବିବେଚନା କରନ୍ତି। ଆଉମଧ୍ୟ ତୁମ୍ଭେ ପ୍ରଶ୍ନ କରିଲ ପରମେଶ୍ୱରଙ୍କର ନ୍ୟାୟ କେଉଁଠାରେ ଅଛି।


Lean sinn:

Sanasan


Sanasan