ଯିଶାଇୟ 2:6 - ପବିତ୍ର ବାଇବଲ6 ମୁଁ ଏହା କହୁଛି, କାରଣ ତୁମ୍ଭେମାନେ ଯାକୁବ ବଂଶକୁ ପରିତ୍ୟାଗ କରିଛ। ତୁମ୍ଭେମାନେ ସେହି ଲୋକ ଯେଉଁମାନେ କି ପୂର୍ବଦେଶୀୟମାନଙ୍କ ଆଗ୍ଭରରେ ପରିପୂର୍ଣ୍ଣ। ତୁମ୍ଭେମାନେ ପଲେଷ୍ଟୀୟମାନଙ୍କ ପରି ଭବିଷ୍ୟଦ୍ବାଣୀ କହିବାକୁ ଚେଷ୍ଟା କରିବ। ତୁମ୍ଭର ଲୋକମାନେ ବିଦେଶୀୟମାନଙ୍କର ସେହି ଭ୍ରାନ୍ତ ଧାରଣାକୁ ସମ୍ପୂର୍ଣ୍ଣଭାବରେ ଗ୍ରହଣ କରି ନେଇଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି ସେମାନେ ବିଦେଶୀୟ ସନ୍ତାନ-ଗଣ ସହିତ ହସ୍ତ ତାଳି ଦିଅନ୍ତି। Faic an caibideilଓଡିଆ ବାଇବେଲ6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି। Faic an caibideil |
ଅସରିୟ ଆସାଙ୍କୁ ସାକ୍ଷାତ କରିବାକୁ ଗଲେ। ଅସରିୟ କହିଲେ, “ଆସା ଓ ଯିହୁଦା ଏବଂ ବିନ୍ୟାମୀନର ଲୋକ ସମସ୍ତେ, ତୁମ୍ଭେମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଯେତେବେଳେ ପରମେଶ୍ୱରଙ୍କ ସହିତ ଥିଲ, ସେ ତୁମ୍ଭମାନଙ୍କ ସହିତରେ ଥିଲେ। ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କୁ ଖୋଜିବ, ତେବେ ତୁମ୍ଭେମାନେ ତାହାଙ୍କୁ ପାଇବ। କିନ୍ତୁ ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
ପରମେଶ୍ୱରଙ୍କର ଆତ୍ମା ଜିଖରିୟଙ୍କ ଉପରେ ଅବତରଣ କଲେ। ଯିହୋୟାଦା ଯାଜକ ଯିଖରିୟଙ୍କ ପିତା ଥିଲେ। ଜିଖରିୟ ଲୋକମାନଙ୍କ ସମ୍ମୁଖରେ ଛିଡ଼ା ହେଲେ ଓ କହିଲେ, “ପରମେଶ୍ୱର ଏହା କହନ୍ତି: ‘ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାର ବାଧ୍ୟ ହେବା ନିମନ୍ତେ ଅଗ୍ରାହ୍ୟ କରୁଛ? ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛ। ତେଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି!’”
ହେ ପଲେଷ୍ଟୀୟ ଦେଶ, ତୁମ୍ଭେମାନେ ବର୍ତ୍ତମାନ ପାଇଁ ଖୁସୀ ହୁଅ ନାହିଁ। କାରଣ ଯେଉଁ ରାଜା ପ୍ରହାର କରୁଥିଲେ ସେ ଆଉ ନାହାନ୍ତି। ମାତ୍ର ପ୍ରକୃତରେ ତୁମ୍ଭେ ସୁଖୀ ହୋଇ ପାରିବ ନାହିଁ। ଏହା ସତ୍ୟ ଯେ, ସେହି ଦୁଷ୍ଟ ଶାସନ ଶେଷ ହୋଇଛି। ମାତ୍ର ସେହି ରାଜାର ସନ୍ତାନ ଆସି ଶାସନ କରିବ। ଗୋଟିଏ ସର୍ପ ଆଉ ଏକ ଭୟଙ୍କର ସର୍ପକୁ ଜନ୍ମ ଦେଲାପରି ଏହା ସତ ହେବ। ସେହି ନୂତନ ରାଜା ଉଡ଼ନ୍ତା ସର୍ପ ପରି ଅଳ୍ପ ଭୟଙ୍କର ହେବ ନାହିଁ।
କେତେକ ଲୋକ କୁହନ୍ତି, “ଭବିଷ୍ୟଦ୍ବକ୍ତା ଓ ଗୁଣିଆମାନଙ୍କୁ କ’ଣ କରିବାକୁ ହେବ ପଗ୍ଭର। ଏହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ପକ୍ଷୀ ପରି ଗୁଣୁଗୁଣୁ ହୋଇ ମନ୍ତ୍ର କୁହନ୍ତି, ଫଳରେ ଲୋକମାନେ ଭାବନ୍ତି ସେମାନେ ବହୁ ଗୋପନୀୟ ମୃତ ଓ ଜୀବିତମାନଙ୍କ ବିଷୟରେ ଜାଣନ୍ତି।” ମାତ୍ର ମୁଁ ତୁମ୍ଭକୁ କହୁଛି ଯେ “ଲୋକମାନେ ସେମାନଙ୍କର ପରମେଶ୍ୱରଙ୍କୁ ସାହାଯ୍ୟ ଭିକ୍ଷା କରିବା ଉଚିତ୍। ସେହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ମୃତ ବ୍ୟକ୍ତିଙ୍କ ବିଷୟରେ ପଗ୍ଭରନ୍ତି। ସେମାନେ କ’ଣ ଜୀବିତମାନଙ୍କ ବିଷୟରେ ମୃତମାନଙ୍କଠାରୁ ଜାଣି ପାରିବେ?”