ଯିଶାଇୟ 26:1 - ପବିତ୍ର ବାଇବଲ1 ସେଦିନ, ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ। ଆମ୍ଭମାନଙ୍କର ଏକ ସୁଦୃଢ଼ ନଗର ଅଛି। ସଦାପ୍ରଭୁ ଆମ୍ଭମାନଙ୍କର ମୁକ୍ତିଦାତା। ସଦାପ୍ରଭୁ ଆମ୍ଭମାନଙ୍କ ଏକ ବଡ଼, ଉଚ୍ଚ ପ୍ରାଚୀର ଓ ଗୋଟିଏ ଦୃଢ଼ ନଗର ତିଆରି କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ସେଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ଵରୂପ କରିବେ। Faic an caibideilଓଡିଆ ବାଇବେଲ1 ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ। Faic an caibideil |
ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”