Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 3:3 - ପବିତ୍ର ବାଇବଲ

3 ପରମେଶ୍ୱର ପଞ୍ଚାଶତପତି ଓ ସମ୍ଭ୍ରାନ୍ତ ତଥା ମନ୍ତ୍ରୀ ଓ ନିପୁଣ ଶିଳ୍ପକର ଏବଂ ଜ୍ଞାନୀ ଓ ଭବିଷ୍ୟତ ମନ୍ତ୍ରଦ୍ରଷ୍ଟାମାନଙ୍କୁ ମଧ୍ୟ ଦୂରେଇ ନେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ପଚାଶପତି ଓ ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ ଓ ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।

Faic an caibideil Dèan lethbhreac




ଯିଶାଇୟ 3:3
11 Iomraidhean Croise  

ଆୟୁବ, ତୁମ୍ଭର ବହୁତ ଗ୍ଭଷ ଜମି ଥିଲା ଏବଂ ଲୋକମାନେ ତୁମ୍ଭକୁ ସମ୍ବୋଧନ କରୁଥିଲେ।


ଆହୁରି ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍ “ପରମେଶ୍ୱରଙ୍କ ପ୍ରତି ଭୟକାରୀ, ବିଶ୍ୱାସୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର। ପୁଣି ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ର ପତି, ଶତପତି, ପଞ୍ଚାଶ‌ତ୍‌ପତି ଓ ଦଶପତି ରୂପେ ନିଯୁକ୍ତ କର।


କିନ୍ତୁ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ସଦାପ୍ରଭୁ, କଥା କହିବାର ଗ୍ଭତୁର୍ଯ୍ୟ ମୋ'ଠାରେ ନାହିଁ। ଏବଂ ଅତୀତରେ ମୁଁ ଜଣେ ଉତ୍ତମ ବକ୍ତା ନ ଥିଲି। ବର୍ତ୍ତମାନ ମଧ୍ୟ ମୁଁ ଜଣେ ଉତ୍ତମ ବକ୍ତା ନୁହେଁ, ଯଦିଓ ତୁମ୍ଭେ ମୋତେ କହିଲ। ତୁମ୍ଭେ ଜାଣିଛ ଯେ, ମୁଁ ବହୁତ ଧିର କହେ ଏବଂ ଉତ୍ତମ ଶବ୍ଦ ବ୍ୟବହାର କରି ପାରିବି ନାହିଁ।”


ଆଉମଧ୍ୟ ପରମେଶ୍ୱର ସମସ୍ତ ଯୋଦ୍ଧା ଓ ବୀର, ବିଗ୍ଭରକର୍ତ୍ତା ଓ ଭବିଷ୍ୟ‌ଦ୍‌ବକ୍ତା, ମନ୍ତ୍ରଦ୍ରଷ୍ଟା ଓ ପ୍ରାଚୀନବର୍ଗଙ୍କୁ ଦୂରେଇ ନେବେ।


ପରମେଶ୍ୱର କୁହନ୍ତି, “ସେମାନଙ୍କ ଉପରେ ଶାସନ କରିବା ପାଇଁ ମୁଁ ଯୁବା ପିଲାମାନଙ୍କୁ ବନ୍ଦୋବସ୍ତ କରିବି ଓ ଶିଶୁମାନେ ସେମାନଙ୍କୁ ପରିଗ୍ଭଳନା କରିବେ।


ସଦାପ୍ରଭୁ କୁହନ୍ତି, “ମୋର ଲୋକମାନେ ନିର୍ବାସିତ ହୁଅନ୍ତି। କାରଣ ସେମାନେ ମୋତେ ଜାଣୁ ନାହାନ୍ତି। ଇସ୍ରାଏଲର କେତେକ ବ୍ୟକ୍ତି ବର୍ତ୍ତମାନ ସମ୍ଭ୍ରାନ୍ତ ବୋଲି ବିବେଚିତ ହୁଅନ୍ତି। ମାତ୍ର, ସେହି ସମ୍ଭ୍ରାନ୍ତ ବ୍ୟକ୍ତିମାନେ ଭୋକିଲା ଥିବେ ଏବଂ ଯେଉଁମାନେ ସାଧାରଣ ଜୀବନରେ ବସବାସ କରନ୍ତି, ଅତ୍ୟନ୍ତ ତୃଷାର୍ତ୍ତ ହେବେ।


ଏଠାରେ ମସ୍ତକ ପ୍ରାଚୀନ ତଥା ସମ୍ଭ୍ରାନ୍ତମାନଙ୍କୁ ବୁଝାଉଛି ଓ ଲାଞ୍ଜ ମିଥ୍ୟାବାଦୀ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ବୁଝାଉଛି।


“ତେଣୁ ମୁଁ ତୁମ୍ଭମାନଙ୍କ ଗୋଷ୍ଠୀ ସମୂହ ମଧ୍ୟରୁ ଜ୍ଞାନି ଓ ଅଭିଜ୍ଞ ଲୋକମାନଙ୍କୁ ତୁମ୍ଭମାନଙ୍କ ଉପରେ ନେତାରୂପେ ନିଯୁକ୍ତି କଲି। ଏହିରୂପେ ତୁମ୍ଭମାନଙ୍କ ଉପରେ ସହସ୍ରପତି, ଶତପତି, ପଞ୍ଚାଶତପତି, ଦଶପତିମାନଙ୍କୁ ନିଯୁକ୍ତି କଲି, ଏବଂ ପ୍ରତ୍ୟେକ ଗୋଷ୍ଠୀ ପାଇଁ ଅଧ୍ୟକ୍ଷମାନଙ୍କୁ ମଧ୍ୟ ନିଯୁକ୍ତି ଦେଲି।


ଏହା ପରେ ଗିଦିୟୋନ ସେବହ ଓ ସଲମୁନ୍ନକୁ କହିଲେ “ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ହତ୍ୟା କଲ ସେମାନେ କିପରି ଲୋକ ଥିଲେ?” ସେବହ ଓ ସଲମୁନ୍ନ ଉତ୍ତର ଦେଲେ, “ସେହି ଲୋକମାନେ ତୁମ୍ଭପରି ଥିଲେ। ସେମାନେ ପ୍ରତ୍ୟେକେ ରାଜକୁମାର ଥିଲେ।”


“ଜଣେ ରାଜା ସୈନିକ ହେବା ପାଇଁ ତୁମ୍ଭ ପୁଅମାନଙ୍କୁ ଆଦେଶ ଦେବ। ସେ କେତେକଙ୍କୁ 1,000 ଲୋକମାନଙ୍କ ଉପରେ ଓ ଅନ୍ୟମାନଙ୍କୁ ପଗ୍ଭଶ୍ ଜଣ ଲୋକ ମଧ୍ୟରେ ଅଧିକାରୀ ରୂପେ ନିଯୁକ୍ତ କରିବ। “ସେ ତୁମ୍ଭ ପୁଅମାନଙ୍କୁ ହଳ କରିବାକୁ, ଯୁଦ୍ଧାସ୍ତ୍ର ତିଆରି କରିବାକୁ ଏବଂ ଆପଣା ରଥ ସାଜସଜ୍ଜା ତିଆରି କରିବା ପାଇଁ ବାଧ୍ୟ କରିବ।


Lean sinn:

Sanasan


Sanasan