ଯିଶାଇୟ 4:4 - ପବିତ୍ର ବାଇବଲ4 ସଦାପ୍ରଭୁ ସିୟୋନର ନାରୀମାନଙ୍କର ମଇଳାକୁ ଧୌତ କରିବେ। ସେ ଯିରୁଶାଲମର ସମସ୍ତ ରକ୍ତକୁ ଧୋଇ ଦେବେ। ପରମେଶ୍ୱର ତାଙ୍କର ନ୍ୟାୟ ଆତ୍ମାକୁ ପ୍ରୟୋଗ କରିବେ। ଆଉ ମଧ୍ୟ ସେ ତାଙ୍କର ଜ୍ୱଳନ୍ତ ଆତ୍ମାକୁ ବ୍ୟବହାର କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ। Faic an caibideilଓଡିଆ ବାଇବେଲ4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ। Faic an caibideil |
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
“ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ।