ଯିଶାଇୟ 7:4 - ପବିତ୍ର ବାଇବଲ4 “ଆହସଙ୍କୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ। ଭୟଭୀତ ହୁଅ ନାହିଁ। ସେହି ଦୁଇବ୍ୟକ୍ତି ରତ୍ସୀନ ଓ ରମଲିୟର ପୁତ୍ରକୁ ଭୟ କର ନାହିଁ। ସେ ଦୁଇଜଣ ଦୁଇଟି ନିଆଁଖୁଣ୍ଟା ସଦୃଶ। ଅତୀତରେ ସେମାନେ ଜ୍ୱଳନ୍ତ ଅଗ୍ନି ସଦୃଶ ଥିଲେ। ମାତ୍ର ବର୍ତ୍ତମାନ ସେମାନେ କେବଳ ଧୂମ ସଦୃଶ। ରତ୍ସୀନ, ଅରାମ ଓ ରମଲିୟର ପୁତ୍ରର କ୍ରୋଧକୁ ଭୟ କର ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ ଓ ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ତ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ। Faic an caibideilଓଡିଆ ବାଇବେଲ4 ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ। Faic an caibideil |
ତୁମ୍ଭମାନଙ୍କର ଏହି ଯୁଦ୍ଧରେ ଯୁଦ୍ଧ କରିବା ଦରକାର ନାହିଁ। ତୁମ୍ଭେମାନେ ନିଜ ସ୍ଥାନରେ ଦୃଢ଼ ହୋଇ ଠିଆ ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ଏହା ତୁମ୍ଭେମାନେ ନିଜେ ଦେଖିବ। ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନେ, ଭୟ କର ନାହିଁ, ବିବ୍ରତ ହୁଅ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ସଙ୍ଗରେ ଅଛନ୍ତି ଏଣୁ ଆସନ୍ତାକାଲି ଏହି ଲୋକମାନଙ୍କ ବିରୁଦ୍ଧରେ ବାହାରି ଯାଅ।’”