Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 1:12 - ପବିତ୍ର ବାଇବଲ

12 ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଠିକ୍ ଦେଖୁଅଛ କାରଣ ଆମ୍ଭେ ଦେଖୁଅଛୁ ଯେ, ଆମ୍ଭର ବାକ୍ୟ ସଫଳ କରାଯାଇଛି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ସେତେବେଳେ ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।”

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।”

Faic an caibideil Dèan lethbhreac




ଯିରିମୀୟ 1:12
15 Iomraidhean Croise  

ସେହିପରି ଆମ୍ଭ ମୁଖ ନିଃସୃତ ବାକ୍ୟ ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ; ମାତ୍ର ଆମ୍ଭ ଇଚ୍ଛାନୁସାରେ ଆମ୍ଭ ବାକ୍ୟ ସିଦ୍ଧ ହେବ ଏବଂ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରିଅଛୁ, ତାହା ସଫଳ ହେବ।


ପୁଣି ଦ୍ୱିତୀୟ ଥର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ତାହା ହେଲା, “ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?” ମୁଁ ସଦାପ୍ରଭୁଙ୍କୁ ଉତ୍ତର ଦେଲି, “ମୁଁ ଫୁଟନ୍ତା ପାଣି ପୂର୍ଣ୍ଣ ଏକ ରନ୍ଧା ହଣ୍ଡା ଦେଖୁଅଛି ଓ ତାହାର ମୁହଁ ଉତ୍ତର ଦିଗରୁ ଢଳିଅଛି।”


ସଦାପ୍ରଭୁ ମୋତେ ପଗ୍ଭରିଲେ, “ହେ ଯିରିମିୟ, ତୁମ୍ଭେ କ’ଣ ଦେଖୁଛ?” ମୁଁ ଉତ୍ତର କଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଏତେ ମନ୍ଦ ଯେ ତାହା ଭୋଜନଯୋଗ୍ୟ ନୁହେଁ।”


ଅତୀତରେ ଆମ୍ଭେ ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ, ବିନାଶ ଓ କ୍ଳେଶ ଦେଇଥିଲୁ। ମାତ୍ର ବର୍ତ୍ତମାନ ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା। ଆଉ ସେମାନଙ୍କର ଯତ୍ନ ନେଇ ସେମାନଙ୍କୁ ଶକ୍ତିଶାଳୀ କରିବା।” ଏହା ସଦାପ୍ରଭୁ କହନ୍ତି।


କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭେ ଯାହା କହିବାକୁ ଗ୍ଭହୁଁ, ତାହା କହିବା ଓ ଏହା ଘଟିବ। ଆଉ ଅଧିକ ବିଳମ୍ବ ହେବ ନାହିଁ। ବିଦ୍ରୋହୀ ଲୋକମାନେ, ତୁମ୍ଭ ସମୟରେ ଆମ୍ଭେ ଏକ ଘୋଷଣା କରିବା ଓ ଏହା ଘଟିବ।” ଏହା ହିଁ ସଦାପ୍ରଭୁ ମୋର ପ୍ରଭୁ କହନ୍ତି।


ଏଣୁ ସେମାନଙ୍କୁ କୁହ, ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯାହା ଘୋଷଣା କରୁଛୁ ତାହା ବିଳମ୍ବ ହେବ ନାହିଁ। ସଦାପ୍ରଭୁ ଆମ୍ଭେ କହୁଛୁ ସେସବୁ ଘଟିବାକୁ ଯାଉଛି।’” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।


ସଦାପ୍ରଭୁ ମୋତେ ପଗ୍ଭରିଲେ, “ହେ ଆମୋଷ, ତୁମ୍ଭେ କ’ଣ ଦେଖୁଛ?” ମୁଁ କହିଲି, “ଏକଡାଲା ଗ୍ରୀଷ୍ମକାଳୀନ ଫଳ ଦେଖୁଛି।” ତା'ପରେ ସଦାପ୍ରଭୁ କହିଲେ, “ଆମ୍ଭର ଇସ୍ରାଏଲ ଲୋକମାନଙ୍କ ପାଇଁ ଶେଷ ସମୟ ଆସିଛି। ଆମ୍ଭେ ଏଣିକି ସେମାନଙ୍କର ପାପଗୁଡ଼ିକ ଦେଖି ପାରିବା ନାହିଁ।


ତା'ପରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଇଛ। ଏହା ହିଁ କର। ଏହା ଫଳରେ ତୁମ୍ଭେ ଅନନ୍ତ ଜୀବନ ଲାଭ କରିବ।”


ଧର୍ମଶାସ୍ତ୍ରୀମାନେ କହିଲେ, “ଗୁରୁ, ଆପଣଙ୍କ ଉତ୍ତର ବହୁତ ଭଲ ଥିଲା।”


“ସଦାପ୍ରଭୁ ମୋତେ କହିଲେ, ‘ସେମାନେ ଯାହା କହିଛନ୍ତି, ତାହା ଭଲ କହିଛନ୍ତି।


ମୁଁ ପ୍ରତିଶୋଧ ନେବି। ମୁଁ ସେମାନଙ୍କର ପ୍ରାପ୍ୟ ଦେବି। ସେମାନଙ୍କର ପାଦ ଖସିଯିବା ପର୍ଯ୍ୟନ୍ତ ଅପେକ୍ଷା କରିବି। ସେମାନଙ୍କର ଅସୁବିଧାର ସମୟ ନିକଟ ହୋଇ ଆସୁଛି।’


“ତୁମ୍ଭେମାନେ ମୋତେ ଯେତେବେଳେ ଏପରି କହିଲ, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର କଥା ଶୁଣି ମୋତେ କହିଲେ, ‘ଏହି ଲୋକମାନେ ତୁମ୍ଭକୁ ଯାହା କହିଛନ୍ତି ଆମ୍ଭେ ସେହି କଥା ଶୁଣିଅଛୁ। ସେମାନେ ଯାହା କହିଛନ୍ତି ଭଲ କହିଛନ୍ତି।


Lean sinn:

Sanasan


Sanasan