ଯିରିମୀୟ 10:7 - ପବିତ୍ର ବାଇବଲ7 ତେଣୁ ହେ ପରମେଶ୍ୱର, ତୁମ୍ଭେ ସର୍ବଦେଶୀୟମାନଙ୍କ ମଧ୍ୟରେ ମହାନ। ତୁମ୍ଭକୁ କିଏ ଭୟ ନ କରିବ? ତୁମ୍ଭେ ତାହାର ଯୋଗ୍ୟ। ସର୍ବଦେଶୀୟ ମଧ୍ୟରେ ବହୁ ଜ୍ଞାନୀ ଲୋକ ଅଛନ୍ତି, ମାତ୍ର ସମଗ୍ର ରାଜକୀୟ, ଐଶ୍ୱର୍ଯ୍ୟଶାଳୀ ଓ ଜ୍ଞାନୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହାନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)7 ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ଵର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ। Faic an caibideilଓଡିଆ ବାଇବେଲ7 ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ। Faic an caibideil |
ତା'ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ। ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ। ସେମାନେ ଖଡ଼୍ଗରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛାରେ ଦାଆ ତିଆରି କରିବେ। ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ। ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ।
ନିଶ୍ଚିତଭାବରେ ତୁମ୍ଭେମାନେ ଆମ୍ଭକୁ ଭୟ କରିବାର କାରଣ ଅଛି,” ସଦାପ୍ରଭୁ କହନ୍ତି। “ହଁ, ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଭୟରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ରରେ ଢେଉ ଉଠେ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘୋର ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।
ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷୟରେ ଶୁଣିଛି ଏବଂ ମୁଁ ପରମେଶ୍ୱରଙ୍କ ଭୟରେ ପରିପୂର୍ଣ୍ଣ ହୋଇଛି। ହେ ସଦାପ୍ରଭୁ, ଅତୀତରେ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ କରିଛ, ସେଥିରେ ମୁଁ ଆଶ୍ଚର୍ଯ୍ୟାନ୍ୱିତ। ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷୟରେ ଅନେକ ବଡ଼ କାର୍ଯ୍ୟ କରିବ। ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର। ତୁମ୍ଭର ସେହି କ୍ରୋଧିତ ଅବସ୍ଥାରେ ଆମ୍ଭ ପ୍ରତି ଦୟା କର। ସେଲା