Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 11:6 - ପବିତ୍ର ବାଇବଲ

6 ତା'ପରେ ସଦାପ୍ରଭୁ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୁଶାଲମର ସବୁ ପଥରେ ଏହିସବୁ ପ୍ରଗ୍ଭର କର, ‘ତୁମ୍ଭେମାନେ ଏହି ନିୟମର ବିଧିସବୁ ଶୁଣ ଓ ସେଗୁଡ଼ିକ ପାଳନ କର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ‘ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।

Faic an caibideil Dèan lethbhreac




ଯିରିମୀୟ 11:6
13 Iomraidhean Croise  

ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ ଆଘାତ କରି ମୁଦ୍ରା ନିଏ ନାହିଁ। ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।


ଉଚ୍ଚସ୍ୱରରେ ଘୋଷଣା କର, ସ୍ୱର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସେମାନଙ୍କର ଅଧର୍ମ ବିଷୟରେ ଓ ଯାକୁବ ବଂଶକୁ ସେମାନଙ୍କ ପାପ ସମ୍ବନ୍ଧରେ ଜଣାଅ।


ଆଉ ଲୋକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଯାଜକଗଣଙ୍କୁ ନିଅ, ଏବଂ ସେମାନଙ୍କୁ ନେଇ ହାର୍ଶିତ୍ ଫାଟକ ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରିଯାଅ। ଆଉ ଆମ୍ଭେ ତୁମ୍ଭକୁ ଯାହା କହିବା, ତୁମ୍ଭେ ସେହି ସ୍ଥାନରେ ପ୍ରଗ୍ଭର କର।


“ହେ ଯିରିମିୟ, ଯାଅ, ଯିରୁଶାଲମର କର୍ଣ୍ଣଗୋଚର ହେଲାଭଳି ପ୍ରଗ୍ଭର କରି ଏହିକଥା କୁହ, ସଦାପ୍ରଭୁ ଏହିକଥା କହିଲେ: “‘ତୁମ୍ଭେମାନେ ଯୌବନ କାଳରେ ଅତ୍ୟନ୍ତ ବିଶ୍ୱସ୍ତ ଥିଲ, ବିବାହ ସମୟରେ ପ୍ରେମ କଲ, ମୋ’ ପଛେ ପଛେ ଧାଉଁଥିଲ ଏବଂ ତୁମ୍ଭେମାନେ ମୋତେ ପ୍ରାନ୍ତରରେ ଅନୁସରଣ କଲ, ଯେଉଁ ଭୂମିରେ କିଛି ଜନ୍ମେ ନାହିଁ।


ତେଣୁ ହେ ଯିରିମିୟ, ତୁମ୍ଭେ ଉତ୍ତର ଦିଗଆଡ଼େ ଯାଇ ଏହି କଥା ପ୍ରଗ୍ଭର କର ଏବଂ କୁହ, “‘ହେ ବିପଥଗାମିନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଫେରି ଆସ, ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ। ଆମ୍ଭେ ଦୟାବାନ,’ କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।’


ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରଦେଶରେ ଠିଆ ହୋଇ ସେଠାରେ ଏହିକଥା ପ୍ରଗ୍ଭର କରି କୁହ। “‘ହେ ଯିହୁଦାର ଲୋକମାନେ, ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଆସୁଛ। ତୁମ୍ଭେମାନେ ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ଶୁଣ।


ଏହିଗୁଡ଼ିକ କ’ଣ ସେହି ବାକ୍ୟଗୁଡ଼ିକ ନୁହେଁ? ଯାହା ସଦାପ୍ରଭୁ ପୂର୍ବ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ କହିଥିଲେ? ସେ ଏ କଥା କହିଥିଲେ ଯେତେବେଳେ ଯିରୁଶାଲମ ବସତି ବହୁଳ ଓ ସମୃଦ୍ଧିଶାଳୀ ଥିଲା। ଏବଂ ତା'ର ଚତୁର୍ଦ୍ଦିଗର ନଗରଗୁଡ଼ିକ ନେଗେଭ ଏବଂ ସିଫେଲା ବସତି ବହୁଳ ଥିଲା।’”


ଯଦି ତୁମ୍ଭେ ଏହା ସବୁ ଜାଣ ତେବେ ତୁମ୍ଭେ ଏହି କାର୍ଯ୍ୟ କରି ଖୁସୀ ହେବ।


ବ୍ୟବସ୍ଥାକୁ କେବଳ ଶୁଣିଥିଲେ କେହି ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇ ପାରିବ ନାହିଁ। ବ୍ୟବସ୍ଥାକୁ ସମଗ୍ର ଭାବରେ ପାଳନ କଲେ ହିଁ ବ୍ୟବସ୍ଥା, ଲୋକମାନଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ବୋଲି ପ୍ରମାଣିତ କରେ।


“ବର୍ତ୍ତମାନ ହେ ଇସ୍ରାଏଲ ମୁଁ ଯେଉଁ ନିୟମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭେମାନେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।


“ହଁ ଦେଖ, ସଦାପ୍ରଭୁ ମୋର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ସେହି ବ୍ୟବସ୍ଥାସବୁ ଶିକ୍ଷା ଦେଲି। ମୁଁ ତୁମ୍ଭମାନଙ୍କୁ ସେହିପରି ବ୍ୟବସ୍ଥା ଓ ବିଧି ଶିକ୍ଷା ଦେଇଅଛି, ଯେପରି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କ ଅନୁସାରେ ବାସ କରିବ।


ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କେବଳ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ଯ୍ୟରେ ଦେଖାଇବା ଦରକାର। କେବଳ ବସି ରହି ଶୁଣିବା ଦ୍ୱାରା ତୁମ୍ଭେ ପ୍ରକୃତରେ ନିଜକୁ ଠକୁଛ।


Lean sinn:

Sanasan


Sanasan