Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 11:9 - ପବିତ୍ର ବାଇବଲ

9 ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ଯିହୁଦାର ଲୋକମାନେ ଓ ଯିରୁଶାଲମ ଅଧିବାସୀଗଣ ଗୁପ୍ତ ମନ୍ତ୍ରଣା କରୁଥିବାର ଆମ୍ଭେ ଜାଣୁଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ସଦାପ୍ରଭୁ ମୋତେ କହିଲେ, ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରା; ଦେଖାଯାଏ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଆଉ, ସଦାପ୍ରଭୁ ମୋତେ କହିଲେ, “ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରାନ୍ତ ଦେଖାଯାଏ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ସଦାପ୍ରଭୁ ମୋତେ କହିଲେ, “ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରାନ୍ତ ଦେଖାଯାଏ।

Faic an caibideil Dèan lethbhreac




ଯିରିମୀୟ 11:9
13 Iomraidhean Croise  

ଭବିଷ୍ୟ‌ଦ୍‌ବକ୍ତାମାନେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି ଓ ସେମାନଙ୍କ ନିର୍ଦ୍ଦେଶାନୁସାରେ ଯାଜକମାନେ କାର୍ଯ୍ୟ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହେବାକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶେଷରେ ଦଣ୍ଡ ସମୟରେ କ’ଣ କରିବେ?


“ଇସ୍ରାଏଲର ଛୋଟରୁ ବଡ଼ ପର୍ଯ୍ୟନ୍ତ ସମସ୍ତ ଲୋକ ଲୋଭାସକ୍ତ। ଆଉ ଭବିଷ୍ୟ‌ଦ୍‌ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକ ମିଥ୍ୟାଗ୍ଭରୀ।


ତେଣୁ ଆମ୍ଭେ ସେମାନଙ୍କର ସ୍ତ୍ରୀମାନଙ୍କୁ ଅନ୍ୟମାନଙ୍କୁ ଦେବା ଓ ସେମାନଙ୍କର କ୍ଷେତ୍ରକୁ ଅନ୍ୟମାନଙ୍କ ଅଧିକାରକୁ ଦେବା। କାରଣ ଇସ୍ରାଏଲ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତେ ଲୋଭାସକ୍ତ ଆଉ ଭବିଷ୍ୟ‌ଦ୍‌ବକ୍ତାଠାରୁ ଆରମ୍ଭ କରି ଯାଜକ ପର୍ଯ୍ୟନ୍ତ ସମସ୍ତେ ମିଥ୍ୟାଚରଣ କରନ୍ତି।


ଡକାୟତମାନଙ୍କ ପରି ସେମାନେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଅପେକ୍ଷା କରନ୍ତି। ସେହିପରି, ଯାଜକଙ୍କ ଦଳ ଶିଖିମକୁ ଯାଉଥିବା ଲୋକମାନଙ୍କୁ ରାସ୍ତାରେ ଅପେକ୍ଷା କରନ୍ତି ଓ ସେମାନଙ୍କୁ ଆକ୍ରମଣ କରନ୍ତି। ସେମାନେ ଏକତ୍ରିତ ହୋଇ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରନ୍ତି।


ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟ‌ଦ୍‌ବକ୍ତାଗଣ ଭବିଷ୍ୟ‌ଦ୍‌ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”


ସେ କହିଲା, “ମୁଁ ତୁମ୍ଭମାନଙ୍କ ହାତରେ ଯୀଶୁଙ୍କୁ ଧରେଇ ଦେବି। ଏହା କରିବା ପାଇଁ ତୁମ୍ଭେମାନେ ମୋତେ କ’ଣ ଦେବ?’’ ଯାଜକମାନେ ଯିହୂଦାଙ୍କୁ ତିରି‌ଶ୍‌ଟି ରୂପାଟଙ୍କା ଦେଲେ।


ସେହି ଦିନଠାରୁ ଯିହୂଦୀନେତାମାନେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ।


Lean sinn:

Sanasan


Sanasan