Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 13:20 - ପବିତ୍ର ବାଇବଲ

20 ହେ ଯିରୁଶାଲମ, ତୁମ୍ଭେମାନେ ଉତ୍ତର ଦିଗରୁ ଆସୁଥିବା ଲୋକମାନଙ୍କୁ ଚକ୍ଷୁ ମେଲି ଦେଖ, ତୁମ୍ଭକୁ ଯେଉଁ, ସୁନ୍ଦର ପଲ ଦତ୍ତ ହୋଇଥିଲା, ତୁମ୍ଭର ସେ ପଲ କାହିଁ?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

20 ତୁମ୍ଭେମାନେ ଚକ୍ଷୁ ମେଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ?

Faic an caibideil Dèan lethbhreac

ଓଡିଆ ବାଇବେଲ

20 ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ ?

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ?

Faic an caibideil Dèan lethbhreac




ଯିରିମୀୟ 13:20
14 Iomraidhean Croise  

ଅଧିକ ଜନସଂଖ୍ୟା ରାଜାଙ୍କର ଗୌରବ ଅଟେ। ପ୍ରଜାମାନଙ୍କର ଅଭାବ ରାଜାଙ୍କର ବିନାଶ ଆଣେ।


ତା'ପରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶବାସୀଙ୍କ ପ୍ରତି ଏକ ଭୟଙ୍କର ବିପତ୍ତି ମାଡ଼ି ଆସିବ।”


ସଦାପ୍ରଭୁ ପୁଣି କହିଲେ, “ଏହା ହେବ କାରଣ ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟ ସମୂହର ସମୁଦାୟ ଗୋଷ୍ଠୀକୁ ଡାକିବା।” “ତେଣୁ ସେମାନେ ଆସି ଯିରୁଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ନିଜ ନିଜ ସିଂହାସନ ସ୍ଥାପନ କରିବେ।


ଏକ ମହାରବ ଶୁଣ। ସେହି ରବ ଉତ୍ତର ଦିଗରୁ ଆସୁଅଛି। ତହା ଯିହୁଦାର ନଗରସବୁ ଧ୍ୱଂସ କରିବ ଓ ତାହା ଏକ ପ୍ରାନ୍ତରରେ ପରିଣତ ହେବ। ଆଉ ସେଗୁଡ଼ିକ ଶୃଗାଳର ବାସସ୍ଥାନ ହେବ।


କିନ୍ତୁ ଯଦି ତୁମ୍ଭେମାନେ ଏ କଥା ନ ଶୁଣ, ତୁମ୍ଭେମାନେ ଅହଙ୍କାରୀ ବୋଲି ମୁଁ ଚୁ‌ପ୍‌ଗ୍ଭପ୍ କାନ୍ଦିବି। ମୁଁ ମଧ୍ୟ ଜୋ‌ର୍‌ରେ କାନ୍ଦିବି ଏବଂ ମୋର ଚକ୍ଷୁ ଅଶ୍ରୁରେ ପୂର୍ଣ୍ଣ ହେବ। କାରଣ ସଦାପ୍ରଭୁଙ୍କର ଲୋକମାନେ ବନ୍ଦୀ ହୋଇଛନ୍ତି।


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭର ମେଷପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ଯତ୍ନ ନେଇ ନାହଁ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ଦୁଷ୍କର୍ମର ଫଳ ତୁମ୍ଭମାନଙ୍କୁ ଅବଶ୍ୟ ଦେବା।” ଏହା ସଦାପ୍ରଭୁ କହନ୍ତି।


ପୁଣି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଯୋଗୁଁ ଶାନ୍ତିପୂର୍ଣ୍ଣ ଖୁଆଡ଼ସବୁ ଶୂନ୍ୟ ମରୁ ହୋଇଅଛି।


ଆଉ ମଧ୍ୟ ସଦାପ୍ରଭୁ ଏହିକଥା କହନ୍ତି, “ଦେଖ ଉତ୍ତର ଦିଗରୁ ଏକ ସୈନ୍ୟବାହିନୀ ଆସୁଛନ୍ତି ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହା ଗୋଷ୍ଠୀ ଉତ୍ତେଜିତ ହେବେ।


ଆମ୍ଭେ ବାବିଲନୀୟମାନଙ୍କୁ ଗୋଟିଏ ଶକ୍ତିଶାଳୀ ଗୋଷ୍ଠୀରେ ପରିଣତ କରିବା। ସେହି ଲୋକମାନେ ଦୁଷ୍ଟ ଓ କ୍ଷିପ୍ର ଯୋଦ୍ଧା। ସେମାନେ ସମଗ୍ର ପୃଥିବୀରେ ମାଡ଼ିଯିବେ। ସେମାନେ ଅନ୍ୟ ଲୋକମାନଙ୍କର ଗୃହ ଓ ନଗରଗୁଡ଼ିକୁ ଅଧିକାର କରିବେ।


Lean sinn:

Sanasan


Sanasan