ଯିରିମୀୟ 14:7 - ପବିତ୍ର ବାଇବଲ7 “ହେ ସଦାପ୍ରଭୁ, ଆମ୍ଭେମାନେ ଜାଣୁଛୁ ଆମ୍ଭର ଅଧର୍ମ ଯୋଗୁଁ ଆମ୍ଭେମାନେ ଦୁଃଖଭୋଗ କରୁଅଛୁ। ତଥାପି ତୁମ୍ଭେ ଆପଣା ନାମ ସକାଶେ କାର୍ଯ୍ୟ କର ଓ ଆମ୍ଭମାନଙ୍କୁ ସାହାଯ୍ୟ କର। କାରଣ ଆମ୍ଭେମାନେ ବହୁବାର ତୁମ୍ଭକୁ ପରିତ୍ୟାଗ କରିଅଛୁ ଓ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ। Faic an caibideilଓଡିଆ ବାଇବେଲ7 ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ। Faic an caibideil |
ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ। ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ଉତ୍ତମ ରୂପେ ବିବେଚନା କର। ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ। ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।” ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
ଆମ୍ଭେମାନେ ନିଜ ଲଜ୍ଜାରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ୟକାଳରୁ ଅଦ୍ୟାବଧି ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛୁ।’”