Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 16:14 - ପବିତ୍ର ବାଇବଲ

14 “ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିଶର ଦେଶରୁ ବାହାର କରି ଆଣିଲେ,’ ସେହି ସମୟ ଆସୁଛି।” ସେହି ଜୀବିତ ସଦାପ୍ରଭୁଙ୍କ ବିଷୟରେ, “ଲୋକମାନେ ଏହି କଥା କହିବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;

Faic an caibideil Dèan lethbhreac

ଓଡିଆ ବାଇବେଲ

14 ଏନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ,” ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ‘ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’

Faic an caibideil Dèan lethbhreac




ଯିରିମୀୟ 16:14
10 Iomraidhean Croise  

“କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ। ଇସ୍ରାଏଲବାସୀ ଆମ୍ଭର କଥା ମାନିଲେ ନାହିଁ।


ତୁମ୍ଭେମାନେ ଯେତେବେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାଯ୍ୟ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ। ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦେଲୁ। ଆମେ ମିରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।” ସେଲା


“ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ୱର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହାର କରି ଆଣିଲି, ଯେଉଁଠାରେ ତୁମ୍ଭେମାନେ ଦାସ ଥିଲ।


‘ଆଉ ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପରେ ଯେଉଁସବୁ ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିଦେଇଥିଲୁ, ସେହି ସହସ୍ର ଦେଶରୁ ପୁନର୍ବାର ସେମାନଙ୍କୁ ସଂଗ୍ରହ କରିବା। ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ସେମାନଙ୍କୁ ଶାନ୍ତି ଏବଂ ନିରାପଦରେ ଏହି ସ୍ଥାନରେ ବାସ କରାଇବା।


ଆମ୍ଭେ କ’ଣ କରିଅଛୁ ତୁମ୍ଭମାନଙ୍କୁ କହିବା। ଆମ୍ଭେ ମୋଶା, ହାରୋଣ ଓ ମରିୟମକୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ। ମିଶରରୁ ତୁମ୍ଭମାନଙ୍କୁ ଆଣିଅଛୁ ଓ ତୁମ୍ଭମାନଙ୍କୁ ଦାସତ୍ୱରୁ ମୁକ୍ତ କରିଅଛୁ।


ମନେରଖ, ଯେ ତୁମ୍ଭେମାନେ ମିଶର ଦେଶରେ ସମ୍ପୂର୍ଣ୍ଣ ଭାବରେ ଦାସରୂପେ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ମୁକ୍ତ କଲେ। ଏଥିପାଇଁ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।


“ଯେତେବେଳେ ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭେମାନେ ତାଙ୍କର ଅନେକ ଅଶ୍ୱାରୋହୀ, ରଥାରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ୟକ ସୈନ୍ୟ ଥା’ନ୍ତି, ତେବେ ତୁମ୍ଭେମାନେ ସେମାନଙ୍କୁ ଭୟ କରିବାର କିଛି ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସେହି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ୟରୁ ବାହାରକରି ଆଣିଛନ୍ତି।


Lean sinn:

Sanasan


Sanasan