ଯିରିମୀୟ 16:19 - ପବିତ୍ର ବାଇବଲ19 ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତି, ଦୃଢ଼ ଦୁର୍ଗ ଓ ବିପଦରେ ମୋର ଆଶ୍ରୟ ସ୍ୱରୂପ। ପୃଥିବୀର ସମସ୍ତ ପ୍ରାନ୍ତରରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା ଅର୍ଥାତ୍ ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)19 ହେ ମୋର ବଳ ଓ ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ଵରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁି ଅଧିକାର କରିଅଛନ୍ତି। Faic an caibideilଓଡିଆ ବାଇବେଲ19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି। Faic an caibideil |
ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”