Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 16:21 - ପବିତ୍ର ବାଇବଲ

21 ସଦାପ୍ରଭୁ କହନ୍ତି, “ତେଣୁ ଆମ୍ଭେ ସେମାନଙ୍କୁ ଜଣାଇବା। ବର୍ତ୍ତମାନରୁ ସେମାନଙ୍କୁ ଆମ୍ଭର ହସ୍ତ ଓ ପରାକ୍ରମ ଜ୍ଞାତ କରାଇବା। ତାହାହେଲେ ଆମ୍ଭର ନାମ ଯେ ସଦାପ୍ରଭୁ ଏହା ସେମାନେ ଜାଣିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

21 ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 “ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।”

Faic an caibideil Dèan lethbhreac




ଯିରିମୀୟ 16:21
13 Iomraidhean Croise  

ଏହା ପରେ ସେମାନେ ଜାଣିବେ ଯେ, ଯାହାର ନାମ ଯିହୋବାଃ, ତୁମ୍ଭେ ପ୍ରକୃତରେ, ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ୱର ଅଟ।


ସଦାପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ୱାରା ଲୋକମାନେ ଶିକ୍ଷା କରନ୍ତି ଯେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି। ହିଗାୟୋନ୍‍ ସେଲା


ମୁଁ ଫାରୋଙ୍କୁ ପୁଣି କଠୋର କରିବି ଯେପରି ସେ ତୁମ୍ଭମାନଙ୍କୁ ଗୋଡ଼ାଇବେ। କିନ୍ତୁ ମୁଁ ଫାରୋ ଏବଂ ତାଙ୍କର ସୈନ୍ୟମାନଙ୍କୁ ପରାସ୍ତ କରିବି। ଏହା ମୋର ସମ୍ମାନ ବଢ଼ାଇବ। ତାହାହେଲେ ମିଶର ଲୋକମାନେ ଜାଣିବେ ଯେ ମୁଁ ହେଉଛି ସଦାପ୍ରଭୁ।” ସେମାନେ ତାଙ୍କ ଆଜ୍ଞା ଅନୁସାରେ କାର୍ଯ୍ୟ କଲେ।


ସଦାପ୍ରଭୁ ଯୁଦ୍ଧବୀର, ସଦାପ୍ରଭୁ ତାଙ୍କର ନାମ।


“ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବକୁ ଦର୍ଶନ ଦେଇଥିଲୁ। ସେମାନେ ଆମ୍ଭଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି କହିଥିଲେ। ସେମାନେ ଆମ୍ଭର ନାମ ସଦାପ୍ରଭୁ ବୋଲି ଜାଣି ନ ଥିଲେ।


କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଇସ୍ରାଏଲ ଧର୍ମସ୍ୱରୂପ ତୁମ୍ଭର ତ୍ରାଣକର୍ତ୍ତା। ଆମ୍ଭେ ତୁମ୍ଭର ମୁକ୍ତିର ମୂଲ୍ୟ ସ୍ୱରୂପରେ ମିଶର ଓ ତୁମ୍ଭକୁ ପାଇବା ପାଇଁ କୂଶ୍ ଓ ଶିବାଦେଶ ଦେଇଅଛୁ।


“ଯିଏ ଏହି ପୃଥିବୀର ସୃଷ୍ଟିକର୍ତ୍ତା ଏବଂ ସେ ଏହାକୁ ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଛନ୍ତି। ସଦାପ୍ରଭୁ ତାଙ୍କର ନାମ। ସେହି ସଦାପ୍ରଭୁ ଏହା କହନ୍ତି।


ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପାଇଁ ଏକ ଉଦାହରଣ ଅଟନ୍ତି। ସେ ଯାହାକିଛି କଲେ ତୁମ୍ଭେମାନେ କରିବ। ଏହା ଯେତେବେଳେ ଘଟିବ, ସେତେବେଳେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭେମାନେ ଜାଣିବ।’”


ସେଦିନ ସେହି ଉତ୍ତରାଧିକାରୀ ଲୋକ ନିକଟରେ ତୁମ୍ଭର ମୁଖ ଫିଟିଯିବ ଓ ତୁମ୍ଭେ ଆଉ ନୀରବ ନ ରହି କଥା କହିବ। ଏହିରୂପେ ତୁମ୍ଭେ ସେମାନଙ୍କ ପାଇଁ ଏକ ଦୃଷ୍ଟାନ୍ତ ହେବ ଏବଂ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସେମାନେ ଜାଣିବେ।”


ପୁଣି ମୁଁ ମୋର ଲୋକ ଇସ୍ରାଏଲୀୟମାନଙ୍କ ଦ୍ୱାରା ଇଦୋମ ଉପରେ ପ୍ରତିଶୋଧ ନେବି। ତେଣୁ ସେମାନେ ଇଦୋମ ଉପରେ ମୋର କ୍ରୋଧ ଓ ମୋର କୋପ ଅନୁସାରେ ପ୍ରତିଶୋଧ ନେବି। ସେତେବେଳେ ସେମାନେ ଆମ୍ଭ ଦତ୍ତ ପ୍ରତିଶୋଧ ବିଷୟରେ ଜାଣିବେ।” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।


ତୁମ୍ଭମାନଙ୍କର ଲୋକମାନେ ନିହତ ହେବେ, ତାହାହେଲେ ତୁମ୍ଭେମାନେ ଜାଣିବ ଯେ ଆମ୍ଭେ ସଦାପ୍ରଭୁ ଅଟୁ।’”


Lean sinn:

Sanasan


Sanasan