Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 17:21 - ପବିତ୍ର ବାଇବଲ

21 ସଦାପ୍ରଭୁ ଏହା କହନ୍ତି, ‘ତୁମ୍ଭେମାନେ ନିଜ ଜିନିଷ ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହନ କର ନାହିଁ ଏବଂ ଯିରୁଶାଲମର ଫାଟକ ଦେଇ ତାହା ଭିତରକୁ ଆଣ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ଵାର ଦେଇ ତାହା ଭିତରକୁ ଆଣ ନାହିଁ;

Faic an caibideil Dèan lethbhreac

ଓଡିଆ ବାଇବେଲ

21 ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ୱାର ଦେଇ ତାହା ଭିତରକୁ ଆଣ ନାହିଁ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ୱାର ଦେଇ ତାହା ଭିତରକୁ ଆଣ ନାହିଁ;

Faic an caibideil Dèan lethbhreac




ଯିରିମୀୟ 17:21
18 Iomraidhean Croise  

“ବିଶ୍ରାମ ଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର।


ତୁମ୍ଭର ହୃଦୟକୁ ଅତି ଯତ୍ନର ସହ ପରିଗ୍ଭଳିତ କର। ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମ ଲାଭ କରେ।


ଯେଉଁ ବ୍ୟକ୍ତି ଏହା କରେ ଓ ଯେଉଁ ମାନବସନ୍ତାନ ଏହା ନିଷ୍ଠାର ସହିତ ଅବଲମ୍ବନ କରେ; ପୁଣି ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁପ୍ରକାର କୁକର୍ମରୁ ନିଜକୁ ନିବୃତ୍ତ ରଖେ, ସେ ଧନ୍ୟ।”


ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ନିଜ ପାଦ ଫେରାଅ, ପୁଣି ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ, ଆଉ ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ;


“ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହୋଇ ବିଗ୍ଭର କର ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ୱର ତୁମ୍ଭକୁ ଠିକ୍ ସେହିଭଳି ଭାବରେ ଦେବେ। ବରଂ ପରମେଶ୍ୱର ତୁମ୍ଭକୁ ଆହୁରି ଅଧିକ ଦେବେ।


ତୁମ୍ଭେମାନେ କିପରି ଶୁଣୁଛ, ସେଥିପାଇଁ ସାବଧାନ ରୁହ। ଯାହାର କିଛି ବୁଝିବା ଶକ୍ତି ଥିବ, ସେ ଅଧିକ ଗ୍ରହଣ କରିବ ଏବଂ ଯାହାର ବୁଝିବା ଶକ୍ତି ନ ଥିବ, ତାହାର ଯେତିକି ବା ବୁଝିବା ଶକ୍ତି ଅଛି ବୋଲି ସେ ଭାବୁଥିବ, ସେତକ ମଧ୍ୟ ତା'ଠାରୁ ଛଡ଼ାଇ ନିଆଯିବ।”


ତେଣୁ ତୁମ୍ଭେମାନେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ରଆତ୍ମା ଯେଉଁ ମେଷପଲ ଉପରେ ତୁମ୍ଭମାନଙ୍କୁ ମେଷପାଳକ ରୂପେ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ୱର ଆପଣା ରକ୍ତରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ।


“ନିଜ ନିଜ ବିଷୟରେ ସାବଧାନ ହୁଅ। ତୁମ୍ଭମାନଙ୍କର ହୃଦୟକୁ ପ୍ରଲୋଭିତ କର ନାହିଁ ଏବଂ ବିପଥରେ ଯିବାକୁ ଏବଂ ଅନ୍ୟ ଦେବତାଗଣର ସେବା କରିବାକୁ ଓ ଉପାସନା କରିବାକୁ ଦିଅ ନାହିଁ।


“ସେହି ଦିନ ସଦାପ୍ରଭୁ ତୁମ୍ଭମାନଙ୍କୁ ସେହି ଅଗ୍ନିଶିଖାରୁ କଥା କହିବା ସମୟରେ (ହୋରେବରେ) ତୁମ୍ଭେମାନେ ତାଙ୍କର କୌଣସି ମୂର୍ତ୍ତି ଦେଖିଲ ନାହିଁ।


ତୁମ୍ଭେମାନେ ଆପଣା ବିଷୟରେ ସାବଧାନ ହୁଅ। ନଚେତ୍ ତୁମ୍ଭମାନଙ୍କ ସହିତ ସ୍ଥୀରକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାଶୋରିଯିବ ନାହିଁ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ।


କିନ୍ତୁ ସାବଧାନ ହୁଅ। ନିଶ୍ଚିତ ରୂପେ ତୁମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଦେଖିଥିବା କାର୍ଯ୍ୟଗୁଡ଼ିକ କଦାପି ଭୁଲିବ ନାହିଁ। ତୁମ୍ଭେମାନେ ତୁମ୍ଭର ସନ୍ତାନମାନଙ୍କୁ ଓ ତୁମ୍ଭର ନାତୀନାତୁଣୀମାନଙ୍କୁ ସେଗୁଡ଼ିକ ଶିକ୍ଷା ଦିଅ।


ତୁମ୍ଭେମାନେ ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ସର୍ବଦା ପ୍ରେମ କରୁଥିବ।


Lean sinn:

Sanasan


Sanasan