ଯିରିମୀୟ 18:16 - ପବିତ୍ର ବାଇବଲ16 ଯିହୁଦା ଏକ ଶୂନ୍ୟ ମରୁପ୍ରାନ୍ତରରେ ପରିଣତ ହେବ। ସେମାନେ ଗମନ କଲାବେଳେ ଶୀସ୍ ଶବ୍ଦ କରିଯାଆନ୍ତି। ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହୋଇ ଆପଣା ମସ୍ତକ ହରାଇବ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶଦ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ। Faic an caibideilଓଡିଆ ବାଇବେଲ16 ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ। Faic an caibideil |
ତେଣୁ ସଦାପ୍ରଭୁ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କଲେ। ସଦାପ୍ରଭୁ ସେମାନଙ୍କୁ ଦଣ୍ଡିତ କଲେ। ଯିହୁଦା ଓ ଯିରୁଶାଲମର ଲୋକମାନଙ୍କର ସଦାପ୍ରଭୁ ଯାହା ଘଟାଇଲେ, ତାହା ଯେତେବେଳେ ଅନ୍ୟ ଲୋକମାନେ ଦେଖିଲେ, ସେମାନେ ଅତ୍ୟନ୍ତ ଭୟଭୀତ ଓ ହତଚକିତ ହୋଇପଡ଼ିଲେ। ସେହି ଅନ୍ୟ ଦେଶମାନେ ଯିହୁଦାର ଲୋକଙ୍କ ନିମନ୍ତେ ଘୃଣା ଓ ଲଜ୍ଜାରେ ଆପଣା ଆପଣା ମୁଣ୍ଡ ନୁଆଁଇଲେ। ତୁମ୍ଭେମାନେ ତାହା ସ୍ୱଚକ୍ଷୁରେ ଦେଖୁଅଛ।
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।
“ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିରୁଶାଲମର ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସେହିପରି ଯେଉଁମାନେ ମିଶରରେ ପ୍ରବାସ କରିବେ, ଆମ୍ଭେ ସେମାନଙ୍କ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢାଳିବା। ଆଉ ତୁମ୍ଭେମାନେ ଅଭିଶପ୍ତ, ବିସ୍ମୟ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଦେଖିବ ନାହିଁ।’
ପୁଣି ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିଶର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଆଗ୍ରହୀ ହୋଇଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା। ସେମାନେ ସମସ୍ତେ ଲୁପ୍ତ ହେବେ, ମିଶର ଦେଶରେ ପତିତ ହେବେ। ଖଡ଼୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ସମସ୍ତେ ଖଡ଼୍ଗ ଓ ଦୁର୍ଭିକ୍ଷରେ ମରିବେ। ଆଉ ସେମାନେ ଅନ୍ୟ ଦେଶଗୁଡ଼ିକ ସମ୍ମୁଖରେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବେ।