Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 18:22 - ପବିତ୍ର ବାଇବଲ

22 ଯେତେବେଳେ ତୁମ୍ଭେ ହଠାତ୍ ଦଳେ ଚଢ଼ଉକାରୀ ସେମାନଙ୍କ ବିରୁଦ୍ଧରେ ଆଣ, ସେମାନଙ୍କର ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ। କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳି ଅଛନ୍ତି ଓ ମୋ’ ଚରଣ ପାଇଁ ଗୋପନରେ ଫାନ୍ଦ ବସାଇ ଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ତୁମ୍ଭେ ଯେଉଁ ସମୟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ଵର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

22 ତୁମ୍ଭେ ଯେଉଁ ସମୟରେ ହଠାତ୍‍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋ’ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତୁମ୍ଭେ ଯେଉଁ ସମୟରେ ହଠାତ୍‍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।

Faic an caibideil Dèan lethbhreac




ଯିରିମୀୟ 18:22
23 Iomraidhean Croise  

ଅହଂକାରୀମାନେ ମିଥ୍ୟାଦ୍ୱାରା ଆଘାତ କରନ୍ତି ଏବଂ ତାହା ତୁମ୍ଭ ଶିକ୍ଷା ବିରୁଦ୍ଧ ଅଟେ।


ସେହି ଗର୍ବୀ ଲୋକମାନେ ମୋ’ ପାଇଁ ଫାନ୍ଦ ବିଛାଇଛନ୍ତି। ସେମାନେ ମୋତେ ଧରିବା ପାଇଁ ଜାଲ ବିଛାଇଛନ୍ତି। ସେମାନେ ମୋ’ ପଥରେ ଯନ୍ତା ବିଛାଇଛନ୍ତି। ସେଲା


ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋର ପରମେଶ୍ୱର। ହେ ସଦାପ୍ରଭୁ, ମୋର ପ୍ରାର୍ଥନାକୁ ଗ୍ରହଣ କର।


ମୋର ଚତୁର୍ପାର୍ଶ୍ୱରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମୋତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ଯିବାକୁ ସ୍ଥାନ ନାହିଁ। କୌଣସି ଲୋକ ମୋତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।


ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି। ସେମାନେ ମିଛ ଓ ଗୁଜବ ସୃଷ୍ଟି କରନ୍ତି। ସେମାନେ ସବୁବେଳେ ମୋ’ ବିଷୟରେ ଆଲୋଚନା କରନ୍ତି।


ହେ ଗଲ୍ଲୀମର କନ୍ୟା, ଉଚ୍ଚସ୍ୱରରେ ପାଟି କର। ହେ ଲୟିଶ, ଶୁଣ। ଅନାଥୋତ୍ ତାକୁ ଉତ୍ତର ଦିଅ।


ଲୋକେ ମଙ୍ଗଳ ପରିଶୋଧରେ କ’ଣ ଅମଙ୍ଗଳ କରିବେ? ତୁମ୍ଭେ ସ୍ମରଣ କର, ମୁଁ କିପରି ସେମାନଙ୍କର ମଙ୍ଗଳ ନିମନ୍ତେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇଥିଲି ଓ ସେମାନଙ୍କୁ ଦଣ୍ଡ ନ ଦେବା ପାଇଁ କହିଥିଲି। ମାତ୍ର ସେମାନେ ମୋର ବିନାଶ ନିମନ୍ତେ ଗର୍ତ୍ତ ଖୋଳି ଅଛନ୍ତି।


ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”


ପୁଣି ସଦାପ୍ରଭୁ କ୍ଷମା ନ କରି ଯେପରି ସମସ୍ତ ନଗର ବିନାଶ କରିଥିଲେ। ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ। ଆଉ ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ।


ପ୍ରସବକାରିଣୀ ସ୍ତ୍ରୀର ରବପରି ଓ ପ୍ରଥମ ସନ୍ତାନ ପ୍ରସବକାଳୀନ ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ। ସେ ଦୀର୍ଘନିଶ୍ୱାସ ଛାଡ଼ି ଓ ଆପଣା ହସ୍ତ ପ୍ରସାରଣ କରି କହୁଅଛି, “ହାୟ, ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋର ପ୍ରାଣ ମୂର୍ଚ୍ଛିତ ହେଲା।”


କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ କେତେକ ଦୁଷ୍ଟ ଲୋକ ଅଛନ୍ତି। ସେମାନେ ବ୍ୟାଧ ତୁଲ୍ୟ ଫାଶ ବସାନ୍ତି ଓ ଲୋକମାନଙ୍କୁ ସେହି ଫାନ୍ଦରେ ପକାନ୍ତି।


ହେ ମୋର ଲୋକମାନେ, ତୁମ୍ଭେମାନେ ଚଟବସ୍ତ୍ର ପରିଧାନ କର, ଭସ୍ମରେ ଗଡ଼, ଏକମାତ୍ର ପୁତ୍ରର ମୃତ୍ୟୁରେ ଶୋକ କଲାପରି ଶୋକ କର। ଅତିଶୟ ବିଳାପ କର। କାରଣ ଆମ୍ଭମାନଙ୍କୁ ବିନାଶକାରୀ ଅକସ୍ମାତ୍ ଆକ୍ରମଣ କରିବ।


ଏହା ଯୁଦ୍ଧ ସମୟ ପରି ଏକ ସମୟ ହେବ, ଯେତେବେଳେ ଲୋକମାନେ ପ୍ରତିରକ୍ଷା ଦୁର୍ଗ ଓ ସୁରକ୍ଷିତ ନଗରୀରେ ତୂରୀର ଓ ଯୁଦ୍ଧର କାନ୍ଦଣା ଶୁଣିବେ।


ଯୀଶୁ ଯେଉଁ ସ୍ଥାନରେ ଉପଦେଶ ଦେଉଥିଲେ, ଫାରୂଶୀମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଯୀଶୁଙ୍କ କଥା ଦ୍ୱାରା ତାହାଙ୍କୁ କିପରି ଫାନ୍ଦରେ ପକାଇବେ, ସେ ବିଷୟରେ ଯୋଜନା କଲେ।


Lean sinn:

Sanasan


Sanasan