ଯିରିମୀୟ 23:36 - ପବିତ୍ର ବାଇବଲ36 ତୁମ୍ଭେମାନେ ପୁଣି ଉଲ୍ଲେଖ କରିବା ଉଚିତ୍ ନୁହଁ ଯେ, ‘ସଦାପ୍ରଭୁଙ୍କର ବାର୍ତ୍ତା’ ବୋଝ ବୋଲି। କାରଣ ତୁମ୍ଭେମାନେ ପ୍ରତ୍ୟେକ ନିଜକୁ ଯାହା କହୁଛ ତାହା ବୋଝ। ତୁମ୍ଭେ ଜୀବିତ ପରମେଶ୍ୱରଙ୍କ ବାକ୍ୟକୁ କଦର୍ଥ କରିଅଛ। Faic an caibideilପବିତ୍ର ବାଇବଲ (Re-edited) - (BSI)36 ପୁଣି, ସଦାପ୍ରଭୁଙ୍କର ଭାରୋକ୍ତି ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ଭାରୋକ୍ତି ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ଵରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ବାକ୍ୟସକଳ ବିପରୀତ କରିଅଛ। Faic an caibideilଓଡିଆ ବାଇବେଲ36 ପୁଣି, “ସଦାପ୍ରଭୁଙ୍କର ପ୍ରତ୍ୟାଦେଶ” ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ପୁଣି, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ’ ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ। Faic an caibideil |
ବର୍ତ୍ତମାନ ଆଉ ତୁମ୍ଭେମାନେ ସିନ୍ଦୁକ ହୁଅ ନାହିଁ। ଯଦି ତୁମ୍ଭେ ତାହା କର, ତୁମ୍ଭ ଗ୍ଭରି ପାଖରେ ଥିବା ବନ୍ଧନ ରଜ୍ଜୁ ଦୃଢ଼ ହେବ। କାରଣ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ବାକ୍ୟ ଆମ୍ଭେ ଯାହା ଶୁଣିଛୁ ତାହା ଅନ୍ୟଥା ହେବ ନାହିଁ। ଯେହେତୁ ସେ ସମଗ୍ର ବିଗ୍ଭର ଶାସନକର୍ତ୍ତା, ତାଙ୍କର ବାକ୍ୟ ଓ କାର୍ଯ୍ୟ ନିଶ୍ଚିତରୂପେ କାର୍ଯ୍ୟକାରୀ ହେବ। ଆଉ ସେ ସମଗ୍ର ବିଶ୍ୱକୁ ନିଶ୍ଚିତ ଧ୍ୱଂସ କରିବେ।
“ହେ ଲୋକମାନେ ତୁମ୍ଭେମାନେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କେବଳ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ୟହୀନ ବିଷୟ ଗୁଡ଼ିକଠାରୁ ଦୂରେଇ ରହି ଜୀବନ୍ତ ପରମେଶ୍ୱରଙ୍କ ଆଡ଼କୁ ଫେରାଇବା ପାଇଁ ଆମ୍ଭେ ଆସିଛୁ। ସେହି ପରମେଶ୍ୱର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଛନ୍ତି।
ନିଜର ସମସ୍ତ ପତ୍ରଗୁଡ଼ିକରେ ପାଉଲ ଏହିକଥା ଲେଖନ୍ତି। ବେଳେବେଳେ ପାଉଲଙ୍କ ପତ୍ରରେ କେତେକ କଥା ବୁଝିବା ପାଇଁ କଷ୍ଟକର ହୁଏ। କେତେଲୋକ ସେହି କଥାଗୁଡ଼ିକୁ ଭୁଲ୍ ଭାବରେ ବ୍ୟାଖ୍ୟା କରନ୍ତି। ସେମାନେ ମୂର୍ଖ ଓ ବିଶ୍ୱାସରେ ଦୁର୍ବଳ। ସେହି ଲୋକମାନେ ଅନ୍ୟ ଶାସ୍ତ୍ରଗୁଡ଼ିକୁ ମଧ୍ୟ ଭୁଲଭାବେ ବୁଝାଇଥା’ନ୍ତି। କିନ୍ତୁ ଏପରି କରିବା ଦ୍ୱାରା ସେମାନେ ନିଜର ଅନିଷ୍ଟ କରୁଛନ୍ତି।