ଯିରିମୀୟ 24:5 - ପବିତ୍ର ବାଇବଲ5 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ଯେଉଁମାନେ ଯିହୁଦାର ବନ୍ଦୀରୂପେ ନିଆଗଲେ, ଏହିସବୁ ଉତ୍ତମ ଡିମ୍ବିରି ତୁଲ୍ୟ। ମୁଁ ସେମାନଙ୍କୁ ଉତ୍ତମ ବୋଲି ବିବେଚନା କରିବି। ଯେଉଁମାନଙ୍କୁ ମୁଁ ଏହି ସ୍ଥାନରୁ କଲ୍ଦୀୟମାନଙ୍କ ଭୂମିକୁ ତଡ଼ି ଦେଇଛି। Faic an caibideilପବିତ୍ର ବାଇବଲ (Re-edited) - (BSI)5 ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମିରି ଫଳ ତୁଲ୍ୟ ଜ୍ଞାନ କରିବା। Faic an caibideilଓଡିଆ ବାଇବେଲ5 “ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା। Faic an caibideil |
ସେମାନେ ପ୍ରକୃତରେ ପାପୀ, ମାତ୍ର ଯଦି ସେମାନେ ସାହାଯ୍ୟ ନିମନ୍ତେ ଆମ୍ଭ ନିକଟକୁ ଆସନ୍ତି, ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ, ସେମାନେ ଶତ୍ରୁଗଣଙ୍କ ଦେଶରେ ଥିଲେ ମଧ୍ୟ ଆମ୍ଭେ ସେମାନଙ୍କ କଥା ଶୁଣିବା, ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ବିନାଶ କରିବା ନାହିଁ କି ସେମାନଙ୍କ ସହିତ ଆପଣା ନିୟମ ଭଙ୍ଗ ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ। କିମ୍ବା ସେମାନଙ୍କୁ ଘୃଣା କରିବା ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”