Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 26:3 - ପବିତ୍ର ବାଇବଲ

3 ସେମାନେ ହୁଏତ ଆମ୍ଭର କଥାପ୍ରତି ଧ୍ୟାନ ଦେବେ ଓ ଆମ୍ଭର ଆଜ୍ଞା ପାଳନ କରିବେ। ହୋଇପାରେ ସେମାନେ କୁପଥରୁ ଫେରିବେ। ତାହାହେଲେ ଆମ୍ଭେ ସେମାନଙ୍କର ଦୁଷ୍ଟତା ଯୋଗୁଁ ସେମାନଙ୍କ ପ୍ରତି ଯେଉଁ ଦଣ୍ଡ ଦେବାକୁ ମନସ୍ଥ କରିଅଛୁ, ସେଥିରୁ ନିବୃତ୍ତ ହେବା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।’”

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।

Faic an caibideil Dèan lethbhreac




ଯିରିମୀୟ 26:3
15 Iomraidhean Croise  

ଆହାବ ଏହିକଥା ଶୁଣି ଅତ୍ୟନ୍ତ ମର୍ମାହତ ହେଲେ। ସେ ନିଜର ବସ୍ତ୍ର ଚିରିଲେ ଓ ଦୁଃଖର ଚିହ୍ନ ସ୍ୱରୂପ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ସେ ଅତି ଦୁଃଖିତ ଓ ବିବ୍ରତ ହେଲେ।


“ଆହାବ ତା'ର କୁକର୍ମ ବିଷୟରେ ଅନୁତାପ କରି ମୋ’ ସମ୍ମୁଖରେ ନିଜକୁ ନମ୍ର କଲା। ତୁମ୍ଭେ ଏହା ଦେଖୁଅଛ। ଏହି ହେତୁ ମୁଁ ବର୍ତ୍ତମାନ ତା'ର ଜୀବନରେ କିଛି ଅମଙ୍ଗଳ ଘଟାଇବାକୁ ଯାଉ ନାହିଁ। ତା'ର ପୁତ୍ର ରାଜା ହେବା ପର୍ଯ୍ୟନ୍ତ ଅପେକ୍ଷା କରିବି ଏବଂ ତା'ପରେ ତା'ର ପରିବାର ପ୍ରତି ବିପର୍ଯ୍ୟୟ ଆଣିବି।”


ତେଣୁ ତୁମ୍ଭେମାନେ ନିଜ ନିଜ ଆଚରଣ ଓ କ୍ରିୟା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ପାଳନ କର। ତାହାହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହେବେ।


“ଯିହୁଦାର ରାଜା ହିଜକିୟ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିୟ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭେମାନେ ଯିରିମିୟଙ୍କ ପ୍ରତି କିଛି କରୁ, ତେବେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳରେ ଅମଙ୍ଗଳ କରୁଅଛୁ।”


ମୁଁ ତାଙ୍କ ଉପରକୁ ବିପର୍ଯ୍ୟୟ ଆଣିବାର ଯୋଜନା ଶୁଣିଲା ପରେ ଏହା ଏପରି ହୋଇପାରେ, ସେମାନେ ଭୁଲ ରାସ୍ତାରୁ ଫେରି ପାରନ୍ତି ଏବଂ ତା'ପରେ ମୁଁ ସେମାନଙ୍କୁ କ୍ଷମା କରି ଦେବି।”


ସେମାନେ ହୁଏତ ସଦାପ୍ରଭୁଙ୍କ ସାକ୍ଷାତରେ ନିଜ ନିଜର ବିନତି ଜଣାଇବେ ଓ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ଭୟଙ୍କର କ୍ରୋଧ ଓ ପ୍ରଚଣ୍ଡ କୋପ କଥା କହିଛନ୍ତି।”


ତେଣୁ, ହେ ମନୁଷ୍ୟ ପୁତ୍ର, ତୁମ୍ଭେ ନିର୍ବାସନ ଗଲାପରି ତୁମ୍ଭମାନଙ୍କର ସମସ୍ତ ସାମଗ୍ରୀ ସଜାଡ଼ି ଦିଅ। ଦିନ ବେଳେ ଏହା କର ଯେତେବେଳେ ସେମାନେ ତୁମ୍ଭ ଯିବାର ଦେଖି ପାରିବେ। ଯେତେବେଳେ ସେମାନେ ତୁମ୍ଭକୁ ଦେଖୁଛନ୍ତି ତୁମ୍ଭେ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ଗତି କିରବା ଉଚିତ୍। ତାହାହେଲେ ସେମାନେ ବିଦ୍ରୋହୀ ଲୋକ ହେଲେ ହେଁ ବୁଝିପାରିବେ।


“ଏବଂ ଦୁଷ୍ଟ ଲୋକ ଯେବେ ପାପ ପଥରୁ ବିରତ ହୁଏ, ମୋର ବିଧି ସକଳ ପାଳନ କରେ ଓ ନ୍ୟାୟ ଏବଂ ଧର୍ମାଚରଣ କରେ ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।


ଆମ୍ଭେ ଆପଣା ଭୟଙ୍କର କ୍ରୋଧଭାବକୁ ପ୍ରକାଶ କରିବା ନାହିଁ। ଇଫ୍ରୟିମକୁ ପୁନର୍ବାର ଧ୍ୱଂସ କରିବା ନାହିଁ। ଆମ୍ଭେ ପରମେଶ୍ୱର, ମାନବ ନୋହୁଁ। ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ। ଆମ୍ଭର କ୍ରୋଧ ଦେଖାଇବା ନାହିଁ।


କିଏ ଜାଣେ ସଦାପ୍ରଭୁ ତାଙ୍କର ହୃଦୟ ପରିବର୍ତ୍ତନ କରିବେ, ଏବଂ ତୁମ୍ଭମାନଙ୍କ ପାଇଁ ଆଶୀର୍ବାଦ ରଖିଯିବେ। ତା'ପରେ ତୁମ୍ଭେମାନେ ତୁମ୍ଭ ପ୍ରିୟ ସଦାପ୍ରଭୁ ପରମେଶ୍ୱରଙ୍କୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଦେଇ ପାରିବ।


ଯୂନସ ସଦାପ୍ରଭୁଙ୍କ ନିକଟରେ ଅଭିଯୋଗ କରି କହିଲେ, “ମୁଁ ଜାଣିଥିଲି ଏହା ହିଁ ଘଟିବ। ମୁଁ ମୋ’ ନିଜ ଦେଶରେ ଥିଲା ବେଳେ ତୁମ୍ଭେ ମୋତେ ସେଠାକୁ ଡାକିଥିଲ। ସେତେବେଳେ ମୁଁ ଜାଣିଥିଲି ଯେ ତୁମ୍ଭେ ସେହି କୁନଗରୀର ଲୋକମାନଙ୍କୁ କ୍ଷମା ଦେବ। ତେଣୁ ମୁଁ ତର୍ଶୀଶକୁ ଗ୍ଭଲି ଯିବାକୁ ସ୍ଥିର କଲି। ମୁଁ ଜାଣିଥିଲି ତୁମ୍ଭେ ଜଣେ ଦୟାଳୁ ପ୍ରଭୁ। ମୁଁ ଜାଣିଥିଲି ତୁମେ ଦୟା ଦେଖାଇ ଲୋକମାନଙ୍କୁ ଦଣ୍ତ ଦେବ ନାହିଁ। ମୁଁ ଜାଣିଥିଲି ତୁମ୍ଭେ ଦୟାରେ ପରିପୂର୍ଣ୍ଣ। ଯଦି ଏହି ଲୋକମାନେ ପାପ କରିବା ବନ୍ଦ କରନ୍ତି ତେବେ ତୁମ୍ଭେ ଧ୍ୱଂସ କରିବ ନାହିଁ ବୋଲି ମୁଁ ଜାଣିଥିଲି।


Lean sinn:

Sanasan


Sanasan