Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 26:8 - ପବିତ୍ର ବାଇବଲ

8 ଆଉ ଯିରିମିୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାସବୁ କହିବା ସମାପ୍ତ କଲାପରେ ଯାଜକମାନେ, ଭବିଷ୍ୟ‌ଦ୍‌ବକ୍ତାମାନେ ଓ ଲୋକମାନେ ଯିରିମିୟଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, ତୁମ୍ଭେ ନିଶ୍ଚୟ ମରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍‍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍‍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।

Faic an caibideil Dèan lethbhreac




ଯିରିମୀୟ 26:8
22 Iomraidhean Croise  

କିନ୍ତୁ ଲୋକମାନେ ପରମେଶ୍ୱରଙ୍କ ଦୂତମାନଙ୍କୁ ପରିହାସ କଲେ। ସେମାନେ ପରମେଶ୍ୱରଙ୍କ ବାର୍ତ୍ତାକୁ ଘୃଣା କଲେ। ସେମାନେ ପରମେଶ୍ୱରଙ୍କର ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ଯ୍ୟନ୍ତ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ପ୍ରତି କ୍ରୋଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷୟ ନ ଥିଲା।


ଯଦିଓ ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ, ସେମାନେ ତୁମ୍ଭକୁ ଜୟ କରି ପାରିବେ ନାହିଁ। କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି ତୁମ୍ଭକୁ ଉଦ୍ଧାର କରିବା।” ଏହା ସଦାପ୍ରଭୁ କହନ୍ତି।


ଯିରିମିୟଙ୍କ ଶତ୍ରୁଗଣ କହିଲେ, “ଆସ ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ଯୋଜନା କରିବା, କାରଣ ଯାଜକ ନିକଟରୁ ବ୍ୟବସ୍ଥା, ଶିକ୍ଷିତ ନିକଟରୁ ଜ୍ଞାନ ଅଥବା ଭବିଷ୍ୟ‌ଦ୍‌ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ତେଣୁ ଆସ ଆମ୍ଭେମାନେ ତାଙ୍କୁ ପ୍ରବଞ୍ଚନା ଦ୍ୱାରା ଧ୍ୱଂସ କରିବା। ଆମ୍ଭେମାନେ ତାଙ୍କର କୌଣସି କଥା ଶୁଣିବା ନାହିଁ।”


ହେ ସଦାପ୍ରଭୁ, ମୋର ବିନାଶ ପାଇଁ ସେମାନଙ୍କର ଯୋଜନା ତୁମ୍ଭେ ଜାଣୁଅଛ। ସେମାନଙ୍କର ଅଧର୍ମ କ୍ଷମା କର ନାହିଁ। ତୁମ୍ଭ ଦୃଷ୍ଟିରେ ସେମାନଙ୍କର ପାପ ଲୋପ କର ନାହିଁ। ତୁମ୍ଭେ ସେମାନଙ୍କୁ ବିନାଶ କର। ଆପଣା କ୍ରୋଧ ସେମାନଙ୍କ ପ୍ରତି ବ୍ୟବହାର କର।


“ଆମ୍ଭେ ବୃଥାରେ ତୁମ୍ଭ ସନ୍ତାନଗଣଙ୍କୁ ଦଣ୍ଡ ଦେଇଅଛୁ। ମାତ୍ର ଏହାର ଫଳ କିଛି ହେଲା ନାହିଁ। କାରଣ ତୁମ୍ଭେମାନେ ଠିକ୍ ବାଟକୁ ଫେରିଲ ନାହିଁ। ତୁମ୍ଭେମାନେ ତୁମ୍ଭ ‌‌ଖ‌ଡ଼୍‌ଗରେ ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ହତ୍ୟା କରିଅଛ। ଆଉ ଭୟଙ୍କର ସିଂହ ତୁଲ୍ୟ ସେମାନଙ୍କୁ ଗ୍ରାସ କରିଅଛ।”


ଯିହୁଦାର ରାଜା ସିଦିକିୟ ଯିରିମିୟଙ୍କୁ ବନ୍ଦୀ କରିଥିଲେ। କାରଣ ସେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କହିଥିଲେ ଯେ, “ସଦାପ୍ରଭୁ କହନ୍ତି, ‘ଆମ୍ଭେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ହସ୍ତରେ ଯିରୁଶାଲମକୁ ଅର୍ପଣ କରିବା।


ଏବଂ ତା'ପରେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଲୋକମାନଙ୍କୁ କ’ଣ କହିବା ପାଇଁ ଗ୍ଭହିଁଥିଲେ, ଯିରିମିୟ ତାହା କହିବା ଶେଷ କରୁ ନ କରୁଣୁ।


ବୈଥେ‌ଲ୍‌ର ଯାଜକ ଅମ‌‌‌‌ତ୍‌‌‌‌ସିୟ ଏହି ବାର୍ତ୍ତା ଇସ୍ରାଏଲର ରାଜା ଯାରବିୟାମଙ୍କୁ ପଠାଇଲେ, “ଆମୋଷ ତୁମ୍ଭ ବିରୁଦ୍ଧରେ ଇସ୍ରାଏଲୀୟମାନଙ୍କ ମଧ୍ୟରେ ଚକ୍ରାନ୍ତ କରୁଛନ୍ତି। ସେ ଏତେ ଅଧିକ କହୁଛନ୍ତି ଯେ ଦେଶ ତାହା ସହି ପାରୁ ନାହିଁ।


ଆଉ କେତେକ ଲୋକ ଗ୍ଭକରମାନଙ୍କୁ ଧରି ନେଇ ପିଟାପିଟି କଲେ ଓ ସେମାନଙ୍କୁ ମାରିଦେଲେ।


କିନ୍ତୁ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସେମାନେ ବାର‌‌‌‌‌ବ୍‌‌‌‌‌ବାଙ୍କୁ ମୁକ୍ତ କରିବା ପାଇଁ ଓ ଯୀଶୁଙ୍କୁ ମାରିଦେବା ପାଇଁ ଅନୁରୋଧ କରନ୍ତୁ।


ଯିହୂଦୀୟ ନେତାମାନେ ଏ କଥା ଶୁଣି ଭୀଷଣ ରାଗିଗଲେ ଓ ପ୍ରେରିତମାନଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ।


ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନ କରି ଛାଡ଼ି ନାହାନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସେହି ଧାର୍ମିକ ବ୍ୟକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସେହି ଲୋକମାନଙ୍କୁ ମଧ୍ୟ ମାରି ଦେଇଥିଲେ। ବର୍ତ୍ତମାନ ତୁମ୍ଭେମାନେ ସେହି ଧାର୍ମିକ ବ୍ୟକ୍ତିଙ୍କୁ ପ୍ରତାରିତ ଓ ହତ୍ୟା କରିଛ।


ସେ (ବାବିଲ) ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କର ଓ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ଏବଂ ପୃଥିବୀରେ ମାରି ଦିଆଯାଇ ଥିବା ସମସ୍ତ ଲୋକଙ୍କ ରକ୍ତ ପାଇଁ ଦାୟୀ ଅଟେ।”


Lean sinn:

Sanasan


Sanasan