Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 32:4 - ପବିତ୍ର ବାଇବଲ

4 ଆଉ ଯିହୁଦାର ରାଜା ସିଦିକିୟ କ‌‌ଲ୍‌‌ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ସେ ନିଶ୍ଚିତ ବାବିଲ ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖା-ସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ସେ ତାହା ଦେଖିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲ-ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ଵଚକ୍ଷୁରେ ତାହାର ଚକ୍ଷୁ ଦେଖିବ;

Faic an caibideil Dèan lethbhreac

ଓଡିଆ ବାଇବେଲ

4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍‍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍‍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ;

Faic an caibideil Dèan lethbhreac




ଯିରିମୀୟ 32:4
13 Iomraidhean Croise  

ଏସବୁ ଘଟିଲା ପରେ’” ସଦାପ୍ରଭୁ କହନ୍ତି, “‘ଆମ୍ଭେ ଯିହୁଦା ରାଜା ସିଦିକିୟଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖ‌ଦ୍‌ନିତ୍ସରଙ୍କ ହସ୍ତରେ, ସେମାନଙ୍କ ଶତ୍ରୁଗଣ ହସ୍ତରେ ଓ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ଆଉ ସେମାନେ ସେମାନଙ୍କୁ ଦୟା, କରୁଣା ଓ କ୍ଷମା ନ କରି ‌‌ଖ‌ଡ଼୍‌ଗରେ ବଧ କରିବେ।’


ପୁଣି ମେଷପାଳକଗଣ ପଳାୟନ କରି ଲୁଚି ପାରିବେ ନାହିଁ। ସେମାନଙ୍କର ଅଧିପତିଗଣ ରକ୍ଷା ପାଇବେ ନାହିଁ।


ପୁଣି ଯିହୁଦାର ରାଜା ସିଦିକିୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ଆଉ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠିଯାଇ ଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବି।


ଆଉ ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ। ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ। ତୁମ୍ଭେ ବାବିଲ ରାଜାଙ୍କୁ ସ୍ୱଚକ୍ଷୁରେ ଦେଖିବ। ସେ ମୁହାଁମୁହିଁ ହୋଇ ତୁମ୍ଭ ସହିତ କଥା କହିବେ ଓ ତୁମ୍ଭେ ବାବିଲକୁ ଯିବ।


ତାହାପରେ ସିଦିକିୟ ରାଜା ଲୋକ ପଠାଇ ତାହାକୁ ଅଣାଇଲା। ଆଉ ରାଜା ନିଜ ଗୃହରେ ଗୋପନରେ ତାଙ୍କୁ ପଗ୍ଭରିଲେ, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ଯିରିମିୟ ଉତ୍ତର କଲେ, “ହଁ, ସଦାପ୍ରଭୁଙ୍କଠାରୁ ବାର୍ତ୍ତା ଆସିଅଛି। ଆଉ ତୁମ୍ଭେ ବାବିଲ ରାଜା ହସ୍ତରେ ସମର୍ପିତ ହେବ।”


ଆଉ ଯଦି ତୁମ୍ଭେ ବାହାରି ବାବିଲ ରାଜାଙ୍କ ଅଧିପତିମାନଙ୍କ ଅଧୀନତା ସ୍ୱୀକାର ନ କରିବ, ତେବେ ଏହି ନଗର କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ଏହାକୁ ଦ‌ଗ୍‌ଧ କରିବେ। ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।’”


“ପୁଣି ଲୋକମାନେ ତୁମ୍ଭ ସ୍ତ୍ରୀ ଓ ସନ୍ତାନମାନଙ୍କୁ ଆଣି କ‌‌ଲ୍‌‌ଦୀୟମାନଙ୍କୁ ଦେବେ। ଆଉ ତୁମ୍ଭେ ମଧ୍ୟ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ। ବାବିଲ ରାଜାର ହସ୍ତରେ ଧରାଯିବ। ଆଉ ସେମାନେ ଏହି ନଗରକୁ ଅଗ୍ନିରେ ଦ‌ଗ୍‌ଧ କରିବେ।”


Lean sinn:

Sanasan


Sanasan