Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 33:2 - ପବିତ୍ର ବାଇବଲ

2 “ଯିଏ ଏହି ପୃଥିବୀର ସୃଷ୍ଟିକର୍ତ୍ତା ଏବଂ ସେ ଏହାକୁ ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଛନ୍ତି। ସଦାପ୍ରଭୁ ତାଙ୍କର ନାମ। ସେହି ସଦାପ୍ରଭୁ ଏହା କହନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ସଦାପ୍ରଭୁ ତାହାଙ୍କର ନାମ;

Faic an caibideil Dèan lethbhreac

ଓଡିଆ ବାଇବେଲ

2 “ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ‘ସଦାପ୍ରଭୁ ତାହାଙ୍କର ନାମ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ସଦାପ୍ରଭୁ ତାହାଙ୍କର ନାମ;

Faic an caibideil Dèan lethbhreac




ଯିରିମୀୟ 33:2
21 Iomraidhean Croise  

ସଦାପ୍ରଭୁ ସିୟୋନକୁ ପୁନ୍ନରାୟ ତିଆରି କରିବେ। ଲୋକମାନେ ତାଙ୍କର ମହିମା ପୁନ୍ନରାୟ ଦେଖିବେ।


ସଦାପ୍ରଭୁ ଯୁଦ୍ଧବୀର, ସଦାପ୍ରଭୁ ତାଙ୍କର ନାମ।


“ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବକୁ ଦର୍ଶନ ଦେଇଥିଲୁ। ସେମାନେ ଆମ୍ଭଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି କହିଥିଲେ। ସେମାନେ ଆମ୍ଭର ନାମ ସଦାପ୍ରଭୁ ବୋଲି ଜାଣି ନ ଥିଲେ।


ସେହି ସୈନ୍ୟବାହିନୀ ସେମାନଙ୍କର ଦେଶକୁ ଦୂତ ପ୍ରେରଣ କରିବେ। ସେହି ଲୋକମାନଙ୍କୁ ଦୂତ କି ବାର୍ତ୍ତା ଦେବେ? ସେମାନେ ଘୋଷଣା କରିବେ, “ପଲେଷ୍ଟୀୟ ପରାଜିତ ହେଲା। ମାତ୍ର ସଦାପ୍ରଭୁ ସିୟୋନକୁ ଶକ୍ତିଶାଳୀ କଲେ ଏବଂ ତାଙ୍କର ଦରିଦ୍ର ଲୋକମାନେ ନିରାପତ୍ତା ପାଇଁ ସେଠାକୁ ଗଲେ।”


“ଏସବୁ ତୁମ୍ଭେ ସିନା କହିଲ, ମାତ୍ର ତୁମ୍ଭେ କ’ଣ ଶୁଣି ନାହଁ, “ବହୁକାଳ ପୂର୍ବରୁ ଏହା ନିରୂପଣ ଓ ସ୍ଥିର କରିଅଛୁ? ତୁମ୍ଭେ ପ୍ରାଚୀର ବେଷ୍ଟିତ ନଗରଗୁଡ଼ିକୁ ଧ୍ୱଂସ କରି ଢିପି କରିବ, ଏହା ଆମ୍ଭେ ଏବେ ସଫଳ କରିଅଛୁ।


“ମୁଁ ସଦାପ୍ରଭୁ ଓ ତାହା ହିଁ ମୋର ନାମ। ମୋର ପ୍ରଶଂସା ଓ ମହିମା ମୁଁ ସେହି ଖୋଦିତ ପ୍ରତିମାଗଣକୁ ଦେବି ନାହିଁ।


ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏହି କଥା କୁହନ୍ତି, “ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ୱାନ କରୁଅଛୁ, ତୁମ୍ଭେ ଆମ୍ଭର।


ସେହି ଲୋକମାନଙ୍କୁ ଆମ୍ଭର ପ୍ରଶଂସା ଗାନ କରିବାକୁ ଆମ୍ଭେ ସୃଷ୍ଟି କରିଅଛୁ।


ହେ ସଦାପ୍ରଭୁଙ୍କ ସ୍ମରଣକାରୀ ଲୋକମାନେ, କ୍ଷାନ୍ତ ହୁଅ ନାହିଁ, ଯେପର୍ଯ୍ୟନ୍ତ ସଦାପ୍ରଭୁ ଶାନ୍ତି ପ୍ରତିଷ୍ଠା କରନ୍ତି ଏବଂ ଏହାର ପ୍ରଶଂସା ବିଗ୍ଭର ଚକ୍ଷୁରେ ଅନୁକୂଳ ସର୍ବୋଚ୍ଚ ସ୍ଥିତ ହେବା ପର୍ଯ୍ୟନ୍ତ ଯିରୁଶାଲମରେ ଆନନ୍ଦ ଉଠାଅ।


ମାତ୍ର ଯାକୁବଙ୍କର ପରମେଶ୍ୱର ସେମାନଙ୍କ ପରି ନୁହନ୍ତି। କାରଣ ସେ ସମସ୍ତ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲର ଲୋକମାନେ ତାଙ୍କର ନିଜର ବୋଲି ଦାବୀ କରନ୍ତି। ପରମେଶ୍ୱରଙ୍କ ନାମ “ସୈନ୍ୟାଧିପତି ସଦାପ୍ରଭୁ।”


ସଦାପ୍ରଭୁ କହନ୍ତି, “ତେଣୁ ଆମ୍ଭେ ସେମାନଙ୍କୁ ଜଣାଇବା। ବର୍ତ୍ତମାନରୁ ସେମାନଙ୍କୁ ଆମ୍ଭର ହସ୍ତ ଓ ପରାକ୍ରମ ଜ୍ଞାତ କରାଇବା। ତାହାହେଲେ ଆମ୍ଭର ନାମ ଯେ ସଦାପ୍ରଭୁ ଏହା ସେମାନେ ଜାଣିବେ।


ତୁମ୍ଭେ ସହସ୍ର ସହସ୍ର ଲୋକମାନଙ୍କ ପ୍ରତି ଦୟା ପ୍ରକାଶ କରୁଅଛ। ପୁଣି ପିତୃଗଣଙ୍କ ଅପରାଧର ପ୍ରତିଫଳ ସେମାନଙ୍କ ପିଲାମାନଙ୍କ ଉପରେ ଦେଉଅଛ। ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ।


କିନ୍ତୁ ଯାକୁବଙ୍କ ଭାଗ ସେ ସବୁପରି ନୁହନ୍ତି। କାରଣ ପରମେଶ୍ୱର ସକଳ ବସ୍ତୁର ସୃଷ୍ଟିକର୍ତ୍ତା, ତାଙ୍କୁ କେହି ଗଢ଼ି ନାହାନ୍ତି। ଇସ୍ରାଏଲ ତାଙ୍କର ନିଜସ୍ୱ ଅଧିକାର। ତାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ସଦାପ୍ରଭୁ ଆକାଶର ଊର୍ଦ୍ଧ୍ୱରେ ତାଙ୍କର ପ୍ରାସାଦ ନିର୍ମାଣ କରିଛନ୍ତି। ସେ ପୃଥିବୀ ଉପରେ ଗୋଦାମ ଘର ନିର୍ମାଣ କରିଛନ୍ତି। ସେ ସମୁଦ୍ରକୁ ଡାକନ୍ତି ଏବଂ ପାଣି ପୃଥିବୀ ଉପରେ ଢାଳନ୍ତି। ତାଙ୍କର ନାମ ଯିହୋବାଃ


ପରମେଶ୍ୱରଙ୍କଠାରୁ ସେହି ପ୍ରତିଜ୍ଞା ପାଇଥିଲେ। ଅବ୍ରହାମ ସୁଦୃଢ଼ ମୂଳଦୁଆ ଥିବା ନଗରୀର ଅପେକ୍ଷାରେ ଥିଲେ। ପରମେଶ୍ୱର ସ୍ୱୟଂ ସେହି ନଗରୀଟିର ଯୋଜନା ଓ ନିର୍ମାଣ କରିଥିଲେ।


କିନ୍ତୁ ବାସ୍ତବିକ ସେମାନେ ଗୋଟିଏ ଅପେକ୍ଷାକୃତ ଭଲ ଦେଶ ପାଇଁ ଅପେକ୍ଷା କରୁଥିଲେ, ଯାହାକି ଗୋଟିଏ ସ୍ୱର୍ଗୀୟ ଦେଶ। ତେଣୁ ପରମେଶ୍ୱର ସଙ୍କୋଚ କଲେ ନାହିଁ, ସେମାନଙ୍କର ପରମେଶ୍ୱର ଭାବରେ ପରିଚିତ ହେବା ପାଇଁ। ସେହି ଲୋକମାନଙ୍କ ଲାଗି ପରମେଶ୍ୱର ଗୋଟିଏ ନଗର ତିଆରି କରି ରଖି ଅଛନ୍ତି।


ସେ ଦୂତ ମୋତେ ଆତ୍ମା ଦ୍ୱାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନେଇଗଲେ। ସେ ମୋତେ ପବିତ୍ର ନଗରୀ ଯିରୁଶାଲମ ଦେଖାଇଲେ। ମୁଁ ସେହି ନଗରୀକୁ ପରମେଶ୍ୱରଙ୍କ ପାଖରୁ ସ୍ୱର୍ଗରୁ ଆସିବାର ଦେଖିଲି।


ତା'ପରେ ମୁଁ ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ଯିରୁଶାଲମ ଅଟେ। ବର ପାଇଁ କନ୍ୟା ଯେପରି ସୁସଜ୍ଜିତା ହୋଇଥାଏ, ଠିକ୍ ସେହିପରି ଏହା ପ୍ରସ୍ତୁତ ଥିଲା।


Lean sinn:

Sanasan


Sanasan