Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 33:5 - ପବିତ୍ର ବାଇବଲ

5 “‘ଯିରୁଶାଲମର ଲୋକମାନେ ବହୁ ଦୁଷ୍କର୍ମ କରିଅଛନ୍ତି। ଆମ୍ଭେ ସେମାନଙ୍କୁ ପ୍ରଚଣ୍ଡ କୋପରେ ବିନାଶ କରିଅଛୁ ପୁଣି କ‌‌ଲ୍‌‌ଦୀୟମାନେ ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଆସିବେ। ଆମ୍ଭର କ୍ରୋଧ ଯୋଗୁଁ ସେମାନଙ୍କ ଗୃହ ଶବରେ ପରିପୂର୍ଣ୍ଣ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଲୋକମାନେ କଲ୍ଦୀୟମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଆସନ୍ତି, ମାତ୍ର ଯେଉଁମାନଙ୍କୁ ଆମ୍ଭେ ଆପଣା କ୍ରୋଧରେ ଓ ପ୍ରଚଣ୍ତ କୋପରେ ବଧ କରିଅଛୁ ଓ ଯେଉଁମାନଙ୍କ ସକଳ ଦୁଷ୍ଟତା ସକାଶୁ ଆମ୍ଭେ ଏହି ନଗରଠାରୁ ଆପଣା ମୁଖ ଲୁଚାଇଅଛୁ, ସେହି ଲୋକମାନଙ୍କ ଶବରେ ସେସବୁ ଗୃହ ପରିପୂର୍ଣ୍ଣ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ‘ଲୋକମାନେ କଲ୍‍ଦୀୟମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଆସନ୍ତି, ମାତ୍ର ଯେଉଁମାନଙ୍କୁ ଆମ୍ଭେ ଆପଣା କ୍ରୋଧରେ ଓ ପ୍ରଚଣ୍ଡ କୋପରେ ବଧ କରିଅଛୁ ଓ ଯେଉଁମାନଙ୍କ ସକଳ ଦୁଷ୍ଟତା ସକାଶୁ ଆମ୍ଭେ ଏହି ନଗରଠାରୁ ଆପଣା ମୁଖ ଲୁଚାଇଅଛୁ, ସେହି ଲୋକମାନଙ୍କ ଶବରେ ସେସବୁ ଗୃହ ପରିପୂର୍ଣ୍ଣ ହେବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଲୋକମାନେ କଲ୍‍ଦୀୟମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଆସନ୍ତି, ମାତ୍ର ଯେଉଁମାନଙ୍କୁ ଆମ୍ଭେ ଆପଣା କ୍ରୋଧରେ ଓ ପ୍ରଚଣ୍ଡ କୋପରେ ବଧ କରିଅଛୁ ଓ ଯେଉଁମାନଙ୍କ ସକଳ ଦୁଷ୍ଟତା ସକାଶୁ ଆମ୍ଭେ ଏହି ନଗରଠାରୁ ଆପଣା ମୁଖ ଲୁଚାଇଅଛୁ, ସେହି ଲୋକମାନଙ୍କ ଶବରେ ସେସବୁ ଗୃହ ପରିପୂର୍ଣ୍ଣ ହେବ।

Faic an caibideil Dèan lethbhreac




ଯିରିମୀୟ 33:5
16 Iomraidhean Croise  

ତୁମ୍ଭ ନାମରେ ପୂଜା କରିବାକୁ ଓ ତୁମ୍ଭକୁ ଅନୁସରଣ କରିବା ନିମନ୍ତେ ନିଜକୁ ଉତ୍ତେଜିତ କରିବାକୁ କେହି ନାହିଁ। କାରଣ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ବିମୁଖ ହୋଇଅଛି ଓ ଆମ୍ଭମାନଙ୍କ ପାପଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।


ମୁଁ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଅପେକ୍ଷା କରିବି। ଯେତେବେଳେ ଯାକୁବ ପରିବାରରୁ ସେ ଆପଣାର ମୁଖ ଲୁଗ୍ଭନ୍ତି। ମୁଁ ସଦାପ୍ରଭୁଙ୍କ ଉପରେ ଆଶା ରଖିବି, ମୁଁ ଏଥିପାଇଁ ଅପେକ୍ଷା କରିବି।


ଆମ୍ଭେ ପୂର୍ବୀୟ ପବନରେ ଚ୍ଛିନ୍ନ ହେଲା ପରେ ଶତ୍ରୁ ସମ୍ମୁଖରେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କୁ ସାହାଯ୍ୟ ନ କରି ସେମାନଙ୍କ ପ୍ରତି ବିମୁଖ ହେବା।”


ପୁଣି ସଦାପ୍ରଭୁ କହନ୍ତି “‘ମଙ୍ଗଳ ପାଇଁ ନୁହେଁ, ଅମଙ୍ଗଳ ଘଟାଇବା ପାଇଁ ଆମ୍ଭେ ସ୍ଥିର କରିଅଛୁ। ଏହି ନଗରକୁ ଆମ୍ଭେ ବାବିଲ ରାଜା ହସ୍ତରେ ଅର୍ପଣ କରିବା ଓ ସେ ଏହାକୁ ଅଗ୍ନିରେ ଦ‌ଗ୍‌ଧ କରିବ।’”


ପୁଣି ସେ ସିଦିକିୟକୁ ବାବିଲକୁ ଘେନିଯିବ। ଆମ୍ଭେ ଯେପର୍ଯ୍ୟନ୍ତ ତାକୁ ଶାସ୍ତି ନ ଦେଇଛୁ ସେ ପର୍ଯ୍ୟନ୍ତ ସେ ସେଠାରେ ରହିବ।’ ଆଉ ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ କ‌‌ଲ୍‌‌ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”


“ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିରୁଶାଲମର ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସେହିପରି ଯେଉଁମାନେ ମିଶରରେ ପ୍ରବାସ କରିବେ, ଆମ୍ଭେ ସେମାନଙ୍କ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢାଳିବା। ଆଉ ତୁମ୍ଭେମାନେ ଅଭିଶପ୍ତ, ବିସ୍ମୟ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଦେଖିବ ନାହିଁ।’


ସଦାପ୍ରଭୁ ଆପଣା ଯଜ୍ଞବେଦି ଓ ପବିତ୍ର ଉପାସନା ସ୍ଥାନକୁ ଦୂର କରିଛନ୍ତି। ସେ ତା'ର ମନ୍ଦିରର ପ୍ରାଚୀରକୁ ନିଜର ଶତ୍ରୁମାନଙ୍କୁ ଦେଇଛନ୍ତି। ଶତ୍ରୁଗଣ ଉତ୍ସବ ଦିନ ଅତି ଆନନ୍ଦରେ ସଦାପ୍ରଭୁଙ୍କ ମନ୍ଦିରରେ ଧ୍ୱନି କରୁଛନ୍ତି।


ଏବଂ ମୁଁ ଇସ୍ରାଏଲ ପରିବାର ଉପରେ ନିଜର ଆତ୍ମା ଜାଳି ଅଛି। ତାହାପରେ ମୁଁ ଆପଣା ମୁଖ ସେମାନଙ୍କଠାରୁ ଲୁଗ୍ଭଇବି ନାହିଁ।” ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି।


ତେଣୁ ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କୁ ନିବେଦନ କରିବ, କିନ୍ତୁ ସେ କୌଣସି ଉତ୍ତର ଦେବେ ନାହିଁ। ଆଉ ମଧ୍ୟ ତୁମ୍ଭେମାନେ ଦୁଷ୍କର୍ମ କରିଥିବାରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ମୁହଁ ଲୁଗ୍ଭଇବେ।”


ସେହି ସମୟରେ, ସେମାନଙ୍କ ଉପରେ ଆମ୍ଭର କ୍ରୋଧ ହେବ। ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁହଁ ବନ୍ଦ କରିବା। ତହିଁରେ ସେମାନଙ୍କ ପାଇଁ ଭୟଙ୍କର ଅବସ୍ଥାମାନ ହେବ, ଏବଂ ସେମାନେ ବହୁ ସମସ୍ୟାରେ ପଡ଼ିବେ। ତା'ପରେ ସେମାନେ କହିବେ, ‘ଏହିସବୁ ଅମଙ୍ଗଳ ଆମ୍ଭ ଉପରେ ଘଟିଛି କାରଣ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ନାହାନ୍ତି।’


ଆମ୍ଭେ ସେମାନଙ୍କୁ ସାହାଯ୍ୟ କରିବା ନାହିଁ, କାରଣ ସେମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରୁଛନ୍ତି।


ତେଣୁ ସଦାପ୍ରଭୁ କହିଲେ, ‘ଆମ୍ଭେ ତାଙ୍କଠାରୁ ଦୂର ହେବା, ତା'ପରେ ଦେଖିବା ତାଙ୍କର କ’ଣ ହେଉଛି। ସେମାନେ ବିଦ୍ରୋହୀ ଲୋକ ସେମାନେ ଏପରି ସନ୍ତାନ ଯେଉଁମାନଙ୍କର କିଛି ବିଶ୍ୱସ୍ତତା ନାହିଁ


Lean sinn:

Sanasan


Sanasan