Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 36:1 - ପବିତ୍ର ବାଇବଲ

1 ଅନନ୍ତର ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମିୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା। ଯଥା:

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,

Faic an caibideil Dèan lethbhreac




ଯିରିମୀୟ 36:1
9 Iomraidhean Croise  

ଯିହୋୟାକୀମ୍ ଯିହୁଦାର ନୂତନ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଏଗାର ବର୍ଷ ପର୍ଯ୍ୟନ୍ତ ଯିରୁଶାଲମର ରାଜା ଥିଲେ। ଯିହୋୟାକୀମ୍ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ ନାହିଁ।


ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ଅଧିକାରର ପ୍ରଥମ ବର୍ଷରେ ଓ ଯୋଶିୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ଅଧିକାରର ଚତୁର୍ଥ ବର୍ଷରେ, ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମିୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା।


“ଆମୋନର ପୁତ୍ର ଯିହୁଦାର ରାଜା ଯୋଶିୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ୍ ବର୍ଷକାଳ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହୋଇଅଛି। ଆଉ ମୁଁ ପ୍ରତ୍ୟୁଷରୁ ଉଠି ତାହା ତୁମ୍ଭମାନଙ୍କୁ କହିଅଛି ମାତ୍ର ତୁମ୍ଭେମାନେ ତାହା ଶୁଣି ନାହଁ।


ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱ କାଳରେ ସଦାପ୍ରଭୁଙ୍କ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।


ଏହା ପରେ ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ପଞ୍ଚମ ବର୍ଷର ନବମ ମାସରେ ଯିରୁଶାଲମର ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୁଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।


ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ଚତୁର୍ଥ ବର୍ଷରେ ନେରିୟର ପୁତ୍ର ବାରୂକ, ଯିରିମିୟଙ୍କ ମୁଖରୁ ଏହି ସମସ୍ତ କଥା ଶୁଣି ନଳାକାର ପୁସ୍ତକରେ ଲେଖିବା ବେଳେ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ତାକୁ ଏହି କଥା କହିଲେ।


ମିଶର ଦେଶ ସମ୍ବନ୍ଧରେ ଏହି ବାର୍ତ୍ତା। ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର, ମିଶରର ରାଜା ଫାରୋ-ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟ ସାମନ୍ତ ବିଷୟକ କଥା।


ଯିହୁଦାର ରାଜା ଯିହୋୟାକୀମ୍‌‌‌ର ରାଜତ୍ୱର ତୃତୀୟ ବର୍ଷରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ସୈନ୍ୟବାହିନୀ ସହ ଆସି ଯିରୁଶାଲମକୁ ଅବରୋଧ କଲା।


Lean sinn:

Sanasan


Sanasan