ଯିରିମୀୟ 4:1 - ପବିତ୍ର ବାଇବଲ1 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଯଦି ତୁମ୍ଭେ ଫେରି ଆସିବାକୁ ଇଚ୍ଛା କରୁଛ, ତେବେ ମୋ’ ନିକଟକୁ ଫେରି ଆସ। ଯଦି ତୁମ୍ଭେ ସମସ୍ତ ମୂର୍ତ୍ତି ମୋ’ ଚକ୍ଷୁ ସମ୍ମୁଖରୁ ଫିଙ୍ଗିଦିଅ ଓ ବିପଥଗାମୀ ହୁଅ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ, ଯେବେ ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯେବେ ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ନୋହିବ; Faic an caibideilଓଡିଆ ବାଇବେଲ1 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ; Faic an caibideil |
ଆସା ଓବେଦ୍ ଭବିଷ୍ୟଦ୍ବକ୍ତାଙ୍କଠାରୁ ଏହି ସମସ୍ତ ବାର୍ତ୍ତା ଶୁଣି ଉତ୍ସାହ ଅନୁଭବ କଲେ। ଏହା ପରେ ସେ ଯିହୁଦା ଓ ବିନ୍ୟାମୀନର ସମସ୍ତ ଅଞ୍ଚଳରୁ ଘୃଣ୍ୟ ପ୍ରତିମାଗୁଡ଼ିକ ଦୂର କରିଦେଲେ। ଆସା ଇଫ୍ରୟିମର ପାର୍ବତ୍ୟମୟ ଦେଶର ଯେଉଁ ସହରଗୁଡ଼ିକ ଅଧିକାର କରିଥିଲେ, ସେହି ସହରଗୁଡ଼ିକରୁ ମଧ୍ୟ ସେହି ଘୃଣ୍ୟ ପ୍ରତିମାଗୁଡ଼ିକ ବାହାର କରିଦେଲେ। ଆଉ ସେ ସଦାପ୍ରଭୁଙ୍କ ମନ୍ଦିରର ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ମରାମତି କଲେ।
“ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ୟାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ୟାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତେବେ ତା'ର ସ୍ୱାମୀ କ’ଣ ପୁନର୍ବାର ତାହା ନିକଟକୁ ଆସିବ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତେବେ ସେହି ଦେଶ ଅତ୍ୟନ୍ତ ‘ଅଶୁଚି’ ହେବ। ହେ ଯିହୁଦା, ତୁମ୍ଭେ ଅନେକ ଉପପତି ସଙ୍ଗେ ବ୍ୟଭିଗ୍ଭର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସିବାକୁ ଗ୍ଭହୁଁଅଛ।” ଏହା ସଦାପ୍ରଭୁ କହନ୍ତି।
ଆଉ ମଧ୍ୟ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସେମାନେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, “ତୁମ୍ଭେମାନେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂଶୋଧନ କର ଓ ଅନ୍ୟ ଦେବଗଣର ସେବା କରି ସେମାନଙ୍କୁ ଅନୁସରଣ କର ନାହିଁ। ତାହାହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦେଇଅଛୁ ତହିଁରେ ତୁମ୍ଭେମାନେ ବାସ କରିବ।” ମାତ୍ର ତୁମ୍ଭେମାନେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ୟରେ ଅବଧାନ କରି ନାହଁ।
ତା'ପରେ ଶାମୁୟେଲ ଇସ୍ରାଏଲୀୟମାନଙ୍କୁ କହିଲେ, “ପ୍ରକୃତରେ ତୁମ୍ଭେମାନେ ଯଦି ହୃଦୟର ସହିତ ସଦାପ୍ରଭୁଙ୍କ ପାଖକୁ ପ୍ରତ୍ୟାବର୍ତ୍ତନ କରିଛ, ତେବେ ତୁମ୍ଭେମାନେ ବିଦେଶୀ ପ୍ରତିମାଗୁଡ଼ିକୁ ଓ ଅଷ୍ଟାରୋତ ପ୍ରତିମା ଫିଙ୍ଗିଦିଅ। ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସମର୍ପଣ କର ଓ କେବଳ ତାଙ୍କୁ ହିଁ ସେବା କର। ସଦାପ୍ରଭୁ ତୁମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କଠାରୁ ରକ୍ଷା କରିବେ।”