Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 4:17 - ପବିତ୍ର ବାଇବଲ

17 ସେମାନେ ଶସ୍ୟକ୍ଷେତ୍ର ଜଗୁଆଳି ସଦୃଶ ଯିରୁଶାଲମକୁ ଗ୍ଭରିଆଡ଼େ ଘେରି ରହିଛନ୍ତି। କାରଣ ସଦାପ୍ରଭୁ କହନ୍ତି, ସେମାନେ ଆମ୍ଭର ବିଦ୍ରୋହାଗ୍ଭରିଣୀ ହୋଇଅଛନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

17 ସେମାନେ କ୍ଷେତ୍ର-ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି,କାରଣ ସଦାପ୍ରଭୁ କହନ୍ତି, ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

17 ସେମାନେ କ୍ଷେତ୍ର ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି, କାରଣ ସଦାପ୍ରଭୁ କହନ୍ତି, “ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେମାନେ କ୍ଷେତ୍ର ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି, କାରଣ ସଦାପ୍ରଭୁ କହନ୍ତି, ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି।

Faic an caibideil Dèan lethbhreac




ଯିରିମୀୟ 4:17
16 Iomraidhean Croise  

ତଥାପି ସେମାନେ ଅନାଜ୍ଞାବହ ହେଲେ। ସେମାନେ ତୁମ୍ଭ ବିରୁଦ୍ଧରେ ଦ୍ରୋହାଚରଣ କଲେ। ସେମାନେ ତୁମ୍ଭର ବ୍ୟବସ୍ଥା ନିଜ ପଛକୁ ପକାଇଲେ। ତୁମ୍ଭର ଯେଉଁ ଭବିଷ୍ୟ‌ଦ୍‌ବକ୍ତାମାନେ ସେମାନଙ୍କୁ ତୁମ୍ଭ ପାଖକୁ ଫେରାଇ ଆଣିବା ପାଇଁ ଯୁକ୍ତି କଲେ, ସେମାନଙ୍କୁ ହତ୍ୟା କଲେ ସେମାନେ ସେହି ଯାଜକମାନଙ୍କ ପ୍ରତି ବହୁତ ନିନ୍ଦନୀୟ କାର୍ଯ୍ୟ କଲେ।


“ତଥାପି ବହୁବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମାଦ୍ୱାରା ଆପଣା ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ ତୁମ୍ଭେ ସତର୍କ କଲ। ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ପ୍ରସ୍ତୁତ ହେଲେ ନାହିଁ। ଏଣୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀ ହସ୍ତରେ ସମର୍ପଣ କଲ।


ସିୟୋନର କନ୍ୟା ପରିତ୍ୟକ୍ତ ଦ୍ରାକ୍ଷାକ୍ଷେତ୍ର‌ରେ ଗୋଟିଏ କୁଡ଼ିଆ ସଦୃଶ ଦେଖାଯାଉଛି। ଏକ ପରିତ୍ୟକ୍ତ କାକୁଡ଼ିକ୍ଷେତ୍ର ସଦୃଶ। ଆଉ ଏହା ଶତ୍ରୁମାନଙ୍କ ଦ୍ୱାରା ଅବରୋଧିତ ନଗର ସଦୃଶ ହୋଇଅଛି।’


ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ। ସେମାନେ ସଦାପ୍ରଭୁଙ୍କ ଶିକ୍ଷାସମୂହକୁ ଶୁଣିବାକୁ ଅସମ୍ମତ।


ମାତ୍ର ଯିହୁଦାର ଲୋକମାନେ ଅବାଧ୍ୟ ଓ ପ୍ରତିକୂଳାଗ୍ଭରୀ। ସେମାନେ ସର୍ବଦା ଆମ୍ଭ ବିରୁଦ୍ଧରେ ଯୋଜନା କରିଛନ୍ତି ଓ ଆମ୍ଭଠାରୁ ଦୂରେଇ ଯାଇଅଛନ୍ତି।


ତା'ପରେ ରାଜତ୍ୱର ନବମ ବର୍ଷର, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୁଶାଲମକୁ ଆସିଲେ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ଛାଉଣି ସ୍ଥାପନ କଲେ। ସେମାନେ ଏହାର ଚତୁର୍ଦ୍ଦିଗରେ ପ୍ରବେଶ କରି ଅବରୋଧର କାର୍ଯ୍ୟ କଲେ।


ବର୍ତ୍ତମାନ ଯିରୁଶାଲମ କହେ, “ସଦାପ୍ରଭୁ ଧାର୍ମିକ ଅଟନ୍ତି ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି। ହେ ଗୋଷ୍ଠୀସକଳ, ମୁଁ ବିନୟ କରୁଛି, ତୁମ୍ଭେମାନେ ଶୁଣ ଓ ମୋର ଦୁଃଖ ଦେଖ। ମୋର ଯୁବକ, ଯୁବତୀମାନେ ନିର୍ବାସିତ ଅବସ୍ଥା ପାଇଛନ୍ତି।


ଯିରୁଶାଲମ ଅତିଶୟ ପାପ କରିଅଛି, ଏଣୁ ସେ ନଗର ଧ୍ୱଂସପ୍ରାପ୍ତ ହୋଇଅଛି। ଯେଉଁମାନେ ତାକୁ ପୂର୍ବେ ସମ୍ମାନ କରୁଥିଲେ, ଏବେ ସେମାନେ ତାକୁ ଘୃଣା କରୁଛନ୍ତି। କାରଣ ସେମାନେ ତାକୁ ଗାଳି ଦିଅନ୍ତି। ଯିରୁଶାଲମ ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛି ଓ ପଛକୁ ମୁଖ ଫେରାଉଅଛି।


ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଗ୍ଭରୀ ହୋଇ ଆସିଅଛ।


Lean sinn:

Sanasan


Sanasan