ଯିରିମୀୟ 44:13 - ପବିତ୍ର ବାଇବଲ13 ଆଉ ଆମ୍ଭେ ଯେପରି ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୁଶାଲମକୁ ଦଣ୍ଡ ଦେଇଥିଲୁ, ସେହିପରି ମିଶର ଦେଶରେ ବାସ କରୁଥିବା ପ୍ରବାସୀମାନଙ୍କୁ ଦଣ୍ଡ ଦେବୁ। Faic an caibideilପବିତ୍ର ବାଇବଲ (Re-edited) - (BSI)13 କାରଣ ଆମ୍ଭେ ଯେପରି ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ଯିରୂଶାଲମକୁ ଦଣ୍ତ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ତ ଦେବା; Faic an caibideilଓଡିଆ ବାଇବେଲ13 କାରଣ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୂଶାଲମକୁ ଦଣ୍ଡ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ଡ ଦେବା; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୂଶାଲମକୁ ଦଣ୍ଡ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ଡ ଦେବା; Faic an caibideil |
“ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିରୁଶାଲମର ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସେହିପରି ଯେଉଁମାନେ ମିଶରରେ ପ୍ରବାସ କରିବେ, ଆମ୍ଭେ ସେମାନଙ୍କ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢାଳିବା। ଆଉ ତୁମ୍ଭେମାନେ ଅଭିଶପ୍ତ, ବିସ୍ମୟ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଦେଖିବ ନାହିଁ।’