ଯିରିମୀୟ 44:23 - ପବିତ୍ର ବାଇବଲ23 ଏ ସମସ୍ତ ଅମଙ୍ଗଳ ଘଟିବାର କାରଣ ହେଉଛି, ତୁମ୍ଭେମାନେ ଅନ୍ୟ ଦେବତା ଉଦ୍ଦେଶ୍ୟରେ ଧୂପ ଜଳାଇ ଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ବାକ୍ୟରେ ଅବଧାନ କରି ନାହଁ, ପୁଣି ତାଙ୍କର ବ୍ୟବସ୍ଥା ଓ ବିଧି ପ୍ରମାଣ ବାକ୍ୟାନୁସାରେ ଆଚରଣ କରି ନାହଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭେମାନେ ଧୂପ ଜ୍ଵଳାଇଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ରବରେ ମନୋଯୋଗ କରି ନାହଁ, ପୁଣି ତାହାଙ୍କର ବ୍ୟବସ୍ଥା ବିଧି ଓ ପ୍ରମାଣ ବାକ୍ୟାନୁସାରେ ଆଚରଣ କରି ନାହଁ; ଏଥିପାଇଁ ଆଜିର ନ୍ୟାୟ ଏହି ଅମଙ୍ଗଳ ତୁମ୍ଭମାନଙ୍କ ପ୍ରତି ଘଟିଅଛି। Faic an caibideilଓଡିଆ ବାଇବେଲ23 ତୁମ୍ଭେମାନେ ଧୂପ ଜ୍ୱଳାଇଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ରବରେ ମନୋଯୋଗ କରି ନାହଁ, ପୁଣି ତାହାଙ୍କର ବ୍ୟବସ୍ଥା ବିଧି ଓ ପ୍ରମାଣ-ବାକ୍ୟାନୁସାରେ ଆଚରଣ କରି ନାହଁ; ଏଥିପାଇଁ ଆଜିର ସଦୃଶ୍ୟ ଏହି ଅମଙ୍ଗଳ ତୁମ୍ଭମାନଙ୍କ ପ୍ରତି ଘଟିଅଛି।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତୁମ୍ଭେମାନେ ଧୂପ ଜ୍ୱଳାଇଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ରବରେ ମନୋଯୋଗ କରି ନାହଁ, ପୁଣି ତାହାଙ୍କର ବ୍ୟବସ୍ଥା ବିଧି ଓ ପ୍ରମାଣ-ବାକ୍ୟାନୁସାରେ ଆଚରଣ କରି ନାହଁ; ଏଥିପାଇଁ ଆଜିର ସଦୃଶ୍ୟ ଏହି ଅମଙ୍ଗଳ ତୁମ୍ଭମାନଙ୍କ ପ୍ରତି ଘଟିଅଛି।” Faic an caibideil |
ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଓ ସେମାନଙ୍କ ପିତୃଗଣଙ୍କ ସହିତ କୃତ ତାଙ୍କର ନିୟମ ଓ ସେମାନଙ୍କର ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ସେମାନେ ସଦାପ୍ରଭୁଙ୍କ ଚେତାବନୀ ଶୁଣିବାକୁ ଅମାନ୍ୟ କଲେ। ସେମାନେ ମୂଲ୍ୟହୀନ ମୂର୍ତ୍ତିଗୁଡ଼ିକୁ ଅନୁସରଣ କଲେ, ପୂଜା କଲେ ଏବଂ ସେମାନେ ନିଜେ ମୂଲ୍ୟହୀନ ହୋଇଗଲେ। ସେମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଜାତି ପରି ବାସ କଲେ, ଯଦିଓ ସଦାପ୍ରଭୁ ସେମାନଙ୍କୁ ଆଦେଶ ଦେଇଥିଲେ, “ସେମାନେ ଯାହା କରନ୍ତି ତୁମ୍ଭେମାନେ ତାହା କର ନାହିଁ।” ଯାହା ସଦାପ୍ରଭୁ ସେମାନଙ୍କୁ କରିବାକୁ ମନା କରିଥିଲେ, ସେମାନେ ତାହା କଲେ।