Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 46:7 - ପବିତ୍ର ବାଇବଲ

7 ସେ କିଏ ଯେ କି ନୀଳନଦୀପରି ଉଠୁଅଛି ଓ ନଦୀ ସମୂହର ଜଳରାଶି ତୁଲ୍ୟ ଉ‌‌‌ତ୍‌‌‌କ୍ଷିପ୍ତ ହେଉଅଛି?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ନୀଳ ନଦୀ ପରି ଯେ ଉଠୁଅଛି, ଯାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ସେ କିଏ?

Faic an caibideil Dèan lethbhreac

ଓଡିଆ ବାଇବେଲ

7 ନୀଳ ନଦୀ ପରି ଯେ ଉଠୁଅଛି, ଯାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ସେ କିଏ ?

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ନୀଳ ନଦୀ ପରି ଯେ ଉଠୁଅଛି, ଯାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ସେ କିଏ?

Faic an caibideil Dèan lethbhreac




ଯିରିମୀୟ 46:7
11 Iomraidhean Croise  

ସିଏ କିଏ ଅଟେ, ଯେଉଁ ସ୍ତ୍ରୀଲୋକ ଧୂମ୍ର ସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଆସୁଅଛି? ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତା ହୋଇ।


ଆପଣାର ପ୍ରେମିକର ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଯିଏ ଆସୁଅଛି ସେ କିଏ? ନାରଙ୍ଗ ବୃକ୍ଷତଳେ ମୁଁ ତୁମ୍ଭକୁ ଜଗାଇଲି। ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ। ସେଠାରେ ସେ ପ୍ରସବ ବେଦନା ଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।


ଇଦୋମରୁ, ଲାଲରଙ୍ଗ ବସ୍ତ୍ର ପରିହିତ ବସୋରାରୁ ଏ ଯେ ଆସୁଛନ୍ତି, ସେ କିଏ? ନିଜ ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ନିଜ ମହାଶକ୍ତିରେ ଯିଏ ବିଜେ କରୁଛନ୍ତି, ସେ କିଏ? ସଦାପ୍ରଭୁ କୁହନ୍ତି, “ଆମ୍ଭେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”


ସଦାପ୍ରଭୁ କହନ୍ତି, “ଦେଖ, ଉତ୍ତର ଦିଗରୁ ଶତ୍ରୁସୈନ୍ୟ କୂଳ ଲଙ୍ଘନ କରି ନଦୀକୂଳ ଉଚ୍ଛୁଳିଲା ପରି ଆସୁଅଛି, ତାହା ପ୍ଳାବନକାରୀ ବନ୍ୟା ସଦୃଶ ସମଗ୍ର ଦେଶ, ତନ୍ମଧ୍ୟସ୍ଥ ସମସ୍ତ ବସ୍ତ୍ର, ନଗର ଓ ତନ୍ନିବାସୀମାନଙ୍କୁ ଜଳମଗ୍ନ କରିବ। ତହିଁରେ ଲୋକମାନେ କ୍ରନ୍ଦନ କରିବେ ଓ ସାହାଯ୍ୟ ପାଇଁ ହାହାକାର କରିବେ।


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ମିଶରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, “‘ତୁମ୍ଭେ ଗୋଟିଏ ଯୁବା ସିଂହ ତୁଲ୍ୟ, ତୁମ୍ଭେ ଗୋଟିଏ ସମୁଦ୍ର ରାକ୍ଷସ ପରି। ତୁମ୍ଭେ ନଦୀ ସମୂହର ଜଳକୁ ଅତିକ୍ରମ କରି ଓ ଆପଣା ପାଦରେ ଜଳ ଚହଲାଇ ତାକୁ ଗୋଳିଆ କର।’”


“ଆଉ ତାହା ପୁତ୍ରଗଣ ଯୁଦ୍ଧ କରିବେ। ସେମାନେ ଏକ ବିରାଟ ସୈନ୍ୟବାହିନୀ ସଂଗ୍ରହ କରିବେ। ଆଉ ଦକ୍ଷିଣରେ ସେମାନେ ବନ୍ୟାଜଳ ତୁଲ୍ୟ ଉଚ୍ଛୁଳି ବହିଯିବେ। ଏବଂ ସେମାନେ ଦକ୍ଷିଣ ରାଜାଙ୍କର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।


ସେ ବୃହତ ଓ ଶକ୍ତିଶାଳୀ ସୈନ୍ୟବାହିନୀକୁ ପରାସ୍ତ କରିବ ଓ ସେ ପରମେଶ୍ୱରଙ୍କ, ଲୋକମାନଙ୍କ ଦ୍ୱାରା ମନୋନୀତ ଅଧିପତିକୁ ଧ୍ୱଂସ କରିବ।


ପୁଣି ବାଷଠି ସପ୍ତାହ ପରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହେବେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ର ସ୍ଥାନ ନଷ୍ଟ କରିବେ। ବନ୍ୟାରେ ତାହା ଶେଷ ହେବ। ପୁଣି ଶେଷ ପର୍ଯ୍ୟନ୍ତ ଯୁଦ୍ଧ ହେବ। ଆଉ ପରମେଶ୍ୱର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।


ସେହି ଯୋଗୁଁ ସମଗ୍ରଦେଶ ଥରିବ। ସେହି ରାଜ୍ୟରେ ବାସ କରୁଥିବା ପ୍ରତ୍ୟେକ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ। ମିଶର ନୀଳନଦୀ ପରି ସମଗ୍ର ଦେଶଟିର ଉ‌‌‌‌ତ୍‌‌‌‌ଥାପନ ପତନ ଘଟିବ। ଆଉ ଦେଶଟି ଆନ୍ଦୋଳିତ ହେବ।”


ତା'ପରେ ସାପ ନିଜ ମୁଖରୁ ନଦୀ ପରି ପାଣି ବାହାର କଲା। ସେ ସେହି ନାରୀର ପଛପଟରୁ ଜଳ ଛାଡ଼ିଲା ଯଦ୍ଦ୍ୱାରା ସେ ଜଳ ସ୍ରୋତ ଦ୍ୱାରା ତାହାକୁ ଭସାଇ ନେଇ ପାରିବ।


Lean sinn:

Sanasan


Sanasan