ଯିରିମୀୟ 47:2 - ପବିତ୍ର ବାଇବଲ2 ସଦାପ୍ରଭୁ କହନ୍ତି, “ଦେଖ, ଉତ୍ତର ଦିଗରୁ ଶତ୍ରୁସୈନ୍ୟ କୂଳ ଲଙ୍ଘନ କରି ନଦୀକୂଳ ଉଚ୍ଛୁଳିଲା ପରି ଆସୁଅଛି, ତାହା ପ୍ଳାବନକାରୀ ବନ୍ୟା ସଦୃଶ ସମଗ୍ର ଦେଶ, ତନ୍ମଧ୍ୟସ୍ଥ ସମସ୍ତ ବସ୍ତ୍ର, ନଗର ଓ ତନ୍ନିବାସୀମାନଙ୍କୁ ଜଳମଗ୍ନ କରିବ। ତହିଁରେ ଲୋକମାନେ କ୍ରନ୍ଦନ କରିବେ ଓ ସାହାଯ୍ୟ ପାଇଁ ହାହାକାର କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ। Faic an caibideilଓଡିଆ ବାଇବେଲ2 “ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।’” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଚ୍ଛୁଳୁଅଛି, ତାହା ପ୍ଲାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ। Faic an caibideil |
ଏହା ଭଲ କି ମନ୍ଦ କୌଣସି ପ୍ରଶ୍ନ ନ କରି ଖାଦ୍ୟ ଭୋଜନ କର। କିନ୍ତୁ ଯଦି ତୁମ୍ଭମାନଙ୍କୁ ଜଣେ କୁହେ: “ଏହି ଖାଦ୍ୟ ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଛି।” ତାହାହେଲେ ସେ ଖାଦ୍ୟ ଖାଅ ନାହିଁ। ପ୍ରଥମ କାରଣ ହେଲା, ଯିଏ ଏହା କହିଛି ତା'ର ବିଶ୍ୱାସକୁ ତୁମ୍ଭେମାନେ ଆଘାତ ନ ଦେବା ପାଇଁ ଖାଅ ନାହିଁ ଓ ଦ୍ୱିତୀୟ କାରଣ ହେଲା ଏହି ମାଂସ ବା ପ୍ରସାଦ ଖାଇବା ଅନୁଚିତ୍ ବୋଲି କେତେକ ମତ ଦିଅନ୍ତି।