ଯିରିମୀୟ 5:24 - ପବିତ୍ର ବାଇବଲ24 ସେମାନେ କେବେ କହିବେ ନାହିଁ ଯେ, ‘ଆମ୍ଭର ସଦାପ୍ରଭୁ ଯଥା ସମୟରେ ଆମ୍ଭମାନଙ୍କୁ ଆଦ୍ୟ ଓ ଶେଷ ବୃଷ୍ଟି ପ୍ରଦାନ କରିଛନ୍ତି ଓ ଶସ୍ୟ ଚ୍ଛେଦନ ପାଇଁ ଆମ୍ଭମାନଙ୍କ ନିମନ୍ତେ ନିରୂପିତ ସପ୍ତାହମାନ ରକ୍ଷା କରିଛନ୍ତି, ଆସ ଏବେ ଆମ୍ଭେମାନେ ସେହି ସଦାପ୍ରଭୁଙ୍କୁ ଭୟ ଓ ଭକ୍ତି କରିବା।’ Faic an caibideilପବିତ୍ର ବାଇବଲ (Re-edited) - (BSI)24 ଅଥବା ଯେ ଯଥାସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣା-ମାନଙ୍କର ପରମେଶ୍ଵରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ। Faic an caibideilଓଡିଆ ବାଇବେଲ24 ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ। Faic an caibideil |
ଏଲିୟ ତିଶ୍ବୀୟର ଭବିଷ୍ୟଦ୍ବକ୍ତା ଗିଲିୟଦରେ ରାଜା ଆହାବଙ୍କୁ କହିଲେ, ଗିଲିୟଦର ପ୍ରବାସୀ ତିଶ୍ବୀୟ ଏଲିୟ ଭବିଷ୍ୟଦ୍ବକ୍ତା ରାଜା ଆହାବଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସେବା କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶରେ କାକର କି ବୃଷ୍ଟିପାତ ହେବ ନାହିଁ। ଯଦି ମୁଁ ଆଦେଶ ଦିଏ ତେବେ ବର୍ଷା ହେବ।”
ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ। ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ଉତ୍ତମ ରୂପେ ବିବେଚନା କର। ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ। ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।” ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
ନିଶ୍ଚିତଭାବରେ ତୁମ୍ଭେମାନେ ଆମ୍ଭକୁ ଭୟ କରିବାର କାରଣ ଅଛି,” ସଦାପ୍ରଭୁ କହନ୍ତି। “ହଁ, ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଭୟରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ରରେ ଢେଉ ଉଠେ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘୋର ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।
ଏହି ଦୁଇଜଣ ଭବିଷ୍ୟଦ୍ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଗ୍ଭହିଁବେ, ସେତଥର ଏହା କରି ପାରିବେ।