Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 5:27 - ପବିତ୍ର ବାଇବଲ

27 ଯେପରି ପିଞ୍ଜରା ପକ୍ଷୀରେ ପରିପୂର୍ଣ୍ଣ ସେହିପରି ସେମାନଙ୍କ ଗୃହ ଛଳନାରେ ପୂର୍ଣ୍ଣ। ଏହି ମିଥ୍ୟା ଯୋଗୁଁ ସେମାନେ ଉନ୍ନତ ଓ ଧନବନ୍ତ ହୋଇଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

27 ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବ; ହୋଇଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

27 ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।

Faic an caibideil Dèan lethbhreac




ଯିରିମୀୟ 5:27
14 Iomraidhean Croise  

ଡକାୟତମାନଙ୍କ ତମ୍ବୁଗୁଡ଼ିକ ସୁରକ୍ଷିତ ଅଟେ। ଯେଉଁମାନେ ପରମେଶ୍ୱରଙ୍କୁ ବିରକ୍ତ କରାନ୍ତି, ସେମାନେ ଶାନ୍ତିରେ ରହନ୍ତି ଏବଂ ସେମାନଙ୍କର ବଳ ହେଉଛି ସେମାନଙ୍କର ପରମେଶ୍ୱର।


ସଦାପ୍ରଭୁ ପ୍ରାଚୀନ ଓ ଅଧିପତିମାନେ କରିଥିବା କର୍ମ ପାଇଁ ସେମାନଙ୍କ ବିରୁଦ୍ଧରେ ବିଗ୍ଭର ଦେବେ। ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ଯିହୁଦାର ଦ୍ରାକ୍ଷାକ୍ଷେତ୍ରକୁ ଭସ୍ମ କରି ଦେଇଛ। ଦରିଦ୍ରମାନଙ୍କର ଧନକୁ ଲୁଣ୍ଠନ କରିଛ ଏବଂ ସେହି ଧନ ଏବେ ମଧ୍ୟ ତୁମ୍ଭମାନଙ୍କ ଗୃହରେ ଅଛି।


ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ବିପକ୍ଷରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ଯ୍ୟ ହୁଅନ୍ତି? ଅତି ବିଶ୍ୱାସଘାତକ କାହିଁକି ନିରାପଦରେ ରହନ୍ତି?


ଯିହୁଦା ଓ ଯିରୁଶାଲମର ଲୋକମାନେ କାହିଁକି ଚିରକାଳ ବିପଥଗାମୀ ହୋଇଅଛନ୍ତି? ସେମାନେ ମିଥ୍ୟା ଓ ପ୍ରବଞ୍ଚନାରେ ବିଶ୍ୱାସ ରଖନ୍ତି ଓ ସେମାନେ ଫେରିବାକୁ ଅସମ୍ମତ।


ଗୋଟିଏ ମନ୍ଦକର୍ମ ପରେ ଅନ୍ୟ ଏକ ମନ୍ଦକର୍ମ ଗ୍ଭଲେ ଓ ପ୍ରବଞ୍ଚନା ଲାଗି ରହେ।” ତେଣୁ ସଦାପ୍ରଭୁ କହନ୍ତି, “ଏହି ମିଥ୍ୟା ଓ ପ୍ରବଞ୍ଚନା ଯୋଗୁଁ ସେମାନେ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।”


“ମିଶରରେ ଥିବା ସମୟରୁ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। ତୁମ୍ଭେମାନେ ଉତ୍ସବ ଦିନରେ କଲାପରି ଆମ୍ଭେ ତୁମ୍ଭମାନଙ୍କୁ ତମ୍ବୁରେ ରଖିବା।


ମାରୋତ୍ ନିବାସୀ ସୁସମ୍ବାଦକୁ ଅପେକ୍ଷା କରି ବିବ୍ରତ ହୁଅନ୍ତି। କାରଣ ଯିରୁଶାଲମର ଦ୍ୱାରଦେଶ ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଦୁଃଖ ଆସିଅଛି।


ସେହି ସମୟରେ ପ୍ରବେଶଦ୍ୱାରକୁ ଡେଇଁ ଯାଇଥିବା ଲୋକମାନଙ୍କୁ ଆମ୍ଭେ ଦଣ୍ତ ଦେବା। ଯେଉଁମାନେ ତାଙ୍କ ମିଥ୍ୟା ପ୍ରଭୁଙ୍କର ଗୃହକୁ ମିଥ୍ୟା ଓ ହିଂସାରେ ପୂର୍ଣ୍ଣ କରିଛନ୍ତି ସେମାନଙ୍କୁ ମଧ୍ୟ ଦଣ୍ତ ଦେବା।”


ସେ ଦୂତ ବହୁତ ଉଚ୍ଚ ସ୍ୱରରେ ପାଟିକରି କହିଲେ: “ତା'ର ପତନ ହେଲା। ମହାନଗରୀ ବାବିଲର ପତନ ହୋଇଗଲା। ତାହା ଭୂତମାନଙ୍କର ବାସସ୍ଥଳୀ ହେଲା। ତାହା ପ୍ରତ୍ୟେକ ଭୂତାତ୍ମା, ପ୍ରତ୍ୟେକ ପ୍ରକାରର ଶୁଚି ପକ୍ଷୀ ଏବଂ ପ୍ରତ୍ୟେକ ଅଶୁଚି ତଥା ଘୃଣ୍ୟ ପଶୁଙ୍କ ଆଶ୍ରୟସ୍ଥଳ ହେଲା।


Lean sinn:

Sanasan


Sanasan