ଯିରିମୀୟ 51:5 - ପବିତ୍ର ବାଇବଲ5 ଇସ୍ରାଏଲ ଓ ଯିହୁଦାର ଲୋକମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। ସେମାନେ ଯଦିଓ ତାଙ୍କର ବିରୁଦ୍ଧାଚରଣ କରି ତାଙ୍କୁ ପରିତ୍ୟାଗ କରିଛନ୍ତି, ତଥାପି ସେ ଧର୍ମସ୍ୱରୂପ ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)5 କାରଣ ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ହେଁ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ଵାରା ପରିତ୍ୟକ୍ତ ହୋଇ ନାହାନ୍ତି। Faic an caibideilଓଡିଆ ବାଇବେଲ5 କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। Faic an caibideil |
ହଁ, ଆମ୍ଭେମାନେ ବନ୍ଦୀ ଥିଲୁ। କିନ୍ତୁ ତୁମ୍ଭେ ଆମ୍ଭକୁ ବେଶିଦିନ ନିର୍ବାସିତ କରି ରଖି ନ ଥିଲ। ତୁମ୍ଭେ ଆମ୍ଭ ପ୍ରତି ଦୟା କରିଥିଲ। ତୁମ୍ଭ ଯୋଗୁଁ ପାରସ୍ୟର ରାଜା ଆମ୍ଭ ପ୍ରତି ଦୟା ଦେଖାଇ ଥିଲେ। ତୁମ୍ଭର ମନ୍ଦିର ଧ୍ୱଂସ ହୋଇ ଯାଇଥିଲା। ଏବଂ ଆମ୍ଭେ ଏହାକୁ ପୁନଃନିର୍ମାଣ କରି ଏହାକୁ ନୂତନ ଜୀବନ ଦେଲୁ। ପରମେଶ୍ୱର, ତୁମ୍ଭେ ଯିହୁଦା ଓ ଯିରୁଶାଲମରେ ପ୍ରାଚୀର ଦେବା ପାଇଁ ଆମ୍ଭର ସହାୟ ହେଲ।
ଲୋକମାନେ କହନ୍ତି, ହେ ପରମେଶ୍ୱର, ତୁମ୍ଭେ କ’ଣ ଯିହୁଦାକୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ? ତୁମ୍ଭେ କ’ଣ ସିୟୋନକୁ ଘୃଣା କରିଅଛ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭେମାନେ ଆଉ ସୁସ୍ଥ ହୋଇ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ? ଆମ୍ଭେମାନେ ଶାନ୍ତି ଗ୍ଭହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭେମାନେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କେବଳ ଆଶଙ୍କା ଉପସ୍ଥିତ ହେଲା।
କାରଣ ଯିହୁଦାବାସୀମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ସେମାନେ ଏହି ସ୍ଥାନକୁ ପରଦେଶୀୟ ଦେବଗଣରେ ପରିପୂର୍ଣ୍ଣ କରିଛନ୍ତି। ସେମାନେ ପୂର୍ବରୁ ପୂଜା କରୁ ନ ଥିବା ଦେବଗଣଙ୍କ ନିକଟରେ ଧୂପ ଜଳାଇଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଓ ଯିହୁଦାର ରାଜାଗଣ ଯେଉଁ ଦେବଗଣଙ୍କୁ ଜାଣି ନ ଥିଲେ ସେହିମାନଙ୍କୁ ସେମାନେ ଅନୁସରଣ କରୁଛନ୍ତି। ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।
ତା'ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ’ଣ ଏହିସବୁ ଦେଖିଲ? ଏହିପରି ଘୃଣ୍ୟ କର୍ମମାନ କରିବା କ’ଣ ଯିହୁଦାର ଭବିଷ୍ୟଦ୍ ବଂଶଧରଙ୍କ ପାଇଁ ଠିକ୍ ଅଟେ? ବାସ୍ତବରେ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି, ଏବଂ ଆମ୍ଭକୁ କ୍ରୋଧିତ କରି ରଖିଅଛନ୍ତି। ଆଉ ଦେଖ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ସମ୍ମାନ ଦେବା ପାଇଁ ସେମାନେ ନାସିକାରେ ନାକଫୁଲ ପିନ୍ଧିଛନ୍ତି।