Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 6:4 - ପବିତ୍ର ବାଇବଲ

4 “ତୁମ୍ଭେମାନେ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ଉଠ, ଆମ୍ଭେମାନେ ମଧ୍ୟାହ୍ନରେ ଆକ୍ରମଣ କରିବା। ହାୟ, କାରଣ ଦିନର ଅବସାନ ହେଉଅଛି। ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 “ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ,” “ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।”

Faic an caibideil Dèan lethbhreac




ଯିରିମୀୟ 6:4
14 Iomraidhean Croise  

ମଣିଷ, ଜଣେ ଦାସ ଯେଭଳି ଦିନର କଠିନ ଶ୍ରମ ପରେ ଶୀତଳ ଛାୟା ଗ୍ଭହେଁ। ମଣିଷ ଜଣେ ମୂଲ ପାଉଥିବା ବ୍ୟକ୍ତି ଯେମିତି ତା'ର ବେତନ ଦିନକୁ ଅପେକ୍ଷା କରେ।


ହେ ମୋର ପ୍ରିୟତମ, ଯେତେବେଳେ ଦିନ ଆସେ ଓ ଛାଇ ତୁମ୍ଭଠାରୁ ଗଡ଼ିଯାଏ, ଫେରି ଆସ, ବେଥର ପର୍ବତର ହରିଣ ଓ ମୃଗଶାବକ ତୁଲ୍ୟ ହୁଅ।


ମୋ’ ଉପସ୍ଥିତିରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ପରି ବହୁସଂଖ୍ୟକ ହେବେ। ମୁଁ ଯୁବକମାନଙ୍କର ମାତାମାନଙ୍କ ନିକଟକୁ ମଧ୍ୟାହ୍ନରେ ଏକ ବିନାଶକ ଆଣିବି, ସେମାନେ ହଠାତ୍ ଭୟ ଓ ଆତଙ୍କିତ ହେବେ।


ସେମାନେ ‌‌ଖ‌ଡ଼୍‌ଗରେ ଲୋକମାନଙ୍କୁ ବିନାଶ କରିବେ। ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ ଶତ୍ରୁଗଣଙ୍କ ‌‌ଖ‌ଡ଼୍‌ଗରେ ସମର୍ପଣ କରିବା” ଏହା ସଦାପ୍ରଭୁ କହନ୍ତି। “ସାତ ସନ୍ତାନ ବିଶିଷ୍ଟ ରମଣୀର ସମସ୍ତେ ପ୍ରାଣତ୍ୟାଗ କରିବେ। ସେ ସ୍ତ୍ରୀ କାନ୍ଦି କାନ୍ଦି କ୍ଷୀଣା ହୋଇଯିବ। ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଯିବ। ସେ ଲଜ୍ଜିତା ଓ ଆଶାଶୂନ୍ୟ ହେବ।”


“ତୁମ୍ଭେମାନେ ପ୍ରାଚୀର ଉପରକୁ ଯାଇ ଦ୍ରାକ୍ଷାଲତାର ଶାଖାସବୁ କାଟି ପକାଅ। ମାତ୍ର ସେଗୁଡ଼ିକୁ ସମ୍ପୂର୍ଣ୍ଣ ବିନାଶ କର ନାହିଁ, କାରଣ ସେ ସବୁ ସଦାପ୍ରଭୁଙ୍କର ନୁହେଁ।”


ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି, ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ। ସେମାନେ ସମୁଦ୍ର ପରି ଗର୍ଜନ କରନ୍ତି। ଆଉ ସେମାନେ ଅଶ୍ୱାରୋହଣ କରନ୍ତି। ଆଗୋ ସିୟୋନର କନ୍ୟା, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକ ଯୋଦ୍ଧା ପ୍ରସ୍ତୁତ ହେଉଅଛନ୍ତି।”


“ଶସ୍ୟ ସଂଗ୍ରହର ସମୟ ଶେଷ ହେଲା। ଗ୍ରୀଷ୍ମକାଳ ଅତିବାହିତ ହେଲା। ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହେଲା ନାହିଁ।”


ତୁମ୍ଭମାନଙ୍କ ରାଜ୍ୟ ମଧ୍ୟରେ ଏହା ଘୋଷଣା କର। ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ସମସ୍ତ ଯୋଦ୍ଧାମାନେ ଜାଗ୍ରତ ହୁଅ। ଯୁଦ୍ଧର ସମସ୍ତ ଲୋକମାନଙ୍କୁ ଜାଗ୍ରତ ହେବାକୁ ଡାକ ଏବଂ ଯୁଦ୍ଧ ଭୂମିରେ ସମ୍ମୁଖୀନ ହୁଅ।


ଏହା ଓବଦିୟଙ୍କର ଦର୍ଶନ ଅଟେ। ମୋର ପ୍ରଭୁ ସଦାପ୍ରଭୁ ଇଦୋମଙ୍କ ବିଷୟରେ ଯାହା କହନ୍ତି। ମୁଁ ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଏକ ବିବରଣୀ ଶୁଣିଛ। ଜଣେ ବାର୍ତ୍ତାବହ ସେହି ରାଜ୍ୟକୁ ପ୍ରେରିତ ହେଲେ। ସେ କହିଲେ, “ଆସ, ଇଦୋମଙ୍କ ବିରୁଦ୍ଧରେ ସଂଗ୍ରାମ କରିବା।”


କେତେକ ଭବିଷ୍ୟ‌ଦ୍‌ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟ‌ଦ୍‌ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।


ଘସାରେ କାହାରିକୁ ଛଡ଼ାଯିବ ନାହିଁ। ଅସ୍କିଲୋନ ଧ୍ୱଂସ ହେବ, ମଧ୍ୟାହ୍ନ ସୁଦ୍ଧା ଲୋକମାନଙ୍କୁ ଅସଦୋଦ୍ ଛାଡ଼ିବାକୁ ବାଧ୍ୟ କରାଯିବ। ଇକ୍ରୋଣ ଶୂନ୍ୟ ହୋଇଯିବ।


Lean sinn:

Sanasan


Sanasan